ଜିଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ :ଭିନ୍ନକ୍ଷମଙ୍କ ସଶକ୍ତିକରଣ ପାଇଁ ସାମୂହିକ ପ୍ରଚେଷ୍ଟା ଆବଶ୍ୟକ

ସୁନ୍ଦରଗଡ଼, ୪।୧୨ (ଡି.ଏନ୍‌.ଏ) -ଜିଲା ପ୍ରଶାସନ, ସାମାଜିକ ସୁରକ୍ଷା ତଥା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ସ୍ଥାନୀୟ ମାଦ୍ରି କାଲୋ ଭବନଠାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସମାରୋହରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭିନ୍ନକ୍ଷମଙ୍କ ସଶକ୍ତିକରଣ ପାଇଁ ସାମୂହିକ ପ୍ରଚେଷ୍ଟା ଲୋଡା ବୋଲି କହିଥିଲେ। ଏହାପରେ ଛାତ୍ରୀଛାତ୍ରମାନଙ୍କୁ ହ୍ବିଲ ଚେୟାର, ଶ୍ରବଣ ଯନ୍ତ୍ର ଓ ଅନ୍ୟାନ୍ୟ ଉପକରଣ ଆଦି ବଣ୍ଟନ କରିଥିଲେ। ଏହି ଅବସରରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ମ୍ୟୁଜିକ ଚେୟାରରେ ପ୍ରଥମ ହୋଇଥିବା ବଡ଼ଗାଁ ଏକମା ହାଇସ୍କୁଲର ଶିବ ଟପ୍ପୋଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ଆୟୋଜିତ ଜିଲାସ୍ତରୀୟ କ୍ରୀଡା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଏତଦ୍‌ ବ୍ୟତୀତ ୬ଜଣଙ୍କୁ ହ୍ବିଲ ଚେୟାର, ୬ଜଣଙ୍କୁ ଡିଜିଟାଲ ଶ୍ରବଣ ଯନ୍ତ୍ର ଓ ୫ଜଣ ଦିବ୍ୟାଙ୍ଗଙ୍କୁ ୫୦ହଜାର ଟଙ୍କା ଲେଖାଏଁ ବିବାହ ସହାୟତା ଅର୍ଥ ରାଶି ପ୍ରଦାନ କରାଯାଇଥିଲା। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଅଶୋକ କୁମାର ବିଶିଙ୍କ ଅଧ୍ୟକ୍ଷତାରେ ଏହି ସମାରୋହରେ ସାମାଜିକ କର୍ମୀ ତଥା ଆଇନଜୀବୀ ସ୍ନେହଲତା ପଟେଲ, ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପୂର୍ଣ୍ଣଚନ୍ଦ୍ର ସାହୁ, ଜିଲା ଶିକ୍ଷା ଅଧିକାରୀ ରଞ୍ଜନ କୁମାର ଗିରି ଓ ଜିଲା ମଙ୍ଗଳ ଅଧିକାରୀ ସୁନୀଲ କୁମାର ତାଣ୍ଡି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ସମଗ୍ର ଶିକ୍ଷା ସଂଯୋଜକ ଅମାତ୍ୟ କୁମାର ପ୍ରଧାନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ସଦର ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ମିନୁ ତାଣ୍ଡିଆ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ସକାଳେ ଏନ୍‌ସିସି କ୍ୟାଡେଟ, ନର୍ସିଂ ଛାତ୍ରୀ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ଏକ ସଚେତନତା ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ। ଅତିରିକ୍ତ ଜିଲାପାଳ ନୃସିଂହ ଚରଣ ସ୍ବାଇଁ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭୈରବ ସିଂ ପଟେଲ ଓ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଅଶୋକ ବିଶି ପ୍ରମୁଖ ସବୁଜ ପତାକା ଦେଖାଇ ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଚାଞ୍ଚଲ୍ୟ: ଶୌଚ ପାଇଁ ଯାଇଥିବା ଯୁବକଙ୍କୁ ଜବରଦସ୍ତି ପିଆଇଲେ ପେଟ୍ରୋଲ, ଦେହରେ ଲଗାଇଦେଲେ ନିଆଁ

ବଣାଇ, ୮।୮(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନାର ଗଣିଘଷା ଗ୍ରାମରେ ଶନିବାର ସକାଳୁ କାହ୍ନୁଚରଣ ମାହାନ୍ତ ଶୌଚ ହେବାକୁ ନିକଟସ୍ଥ ନାଳକୁ ଯାଉଥିବା ବେଳେ…

ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ

ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ…

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ଲଗାଣ ବର୍ଷାରେ କ୍ଷୟକ୍ଷତି ଆକଳନରେ ବିଳମ୍ବ

ଅମରପାଲି,୮ା୮(ପୀତାମ୍ବର ସାହୁ): ଜୁନରେ ଅନାବୃଷ୍ଟି ଏବଂ ଜୁଲାଇରେ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ଚାଷୀଙ୍କ ପାଇଁ ଦ୍ୱିମୁଖୀ ବିପର୍ଯ୍ୟୟ ସୃଷ୍ଟି କରିଛି। ଧାନ,…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri