ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା; ଖେଳ ବିଦ୍ୟାଳୟ ପାଠ୍ୟକ୍ରମର ଅଭିନ୍ନ ଅଙ୍ଗ

ନୂଆପଡା ଅଫିସ, ୩୦ା୯:  ପ୍ରାଚୀନ ଆଶ୍ରମ ଶିକ୍ଷାପ୍ରଣାଳୀରେ ଶିକ୍ଷା ବ୍ୟବସ୍ଥାରେ କ୍ରୀଡ଼ା ଯୋଡି ହୋଇଯାଇଥିଲା । ଏହା ବର୍ତ୍ତମାନ ମଧ୍ୟ ଚାଲିଛି । ଏହା ଦ୍ୱାରା ଶିକ୍ଷାର୍ଥୀଙ୍କର ଶାରୀରିକ ଏବଂ ମାନସିକସ୍ତରରେ ବିକାଶ ହୋଇଥାଏ । ତେଣୁ ବିଦ୍ୟାଳୟ ପାଠ୍ୟକ୍ରମରେ ଖେଳ ଏକ ଅଭିନ୍ନ ଅଙ୍ଗ ବୋଲି ମତପ୍ରକାଶ ପାଇଛି। ରବିବାର ସ୍ଥାନୀୟ ଖରିଆରରୋଡସ୍ଥିତ ନୋଡାଲ ହାଇସ୍କୁଲରେ ଅନୁଷ୍ଠିତ ଜିଲାସ୍ତରୀୟ କ୍ରିଡା ଉତ୍ସବରେ ଯୋଗଦେଇ ଅତିଥିମାନେ ଏହି ମତ ରଖିଛନ୍ତି ।
ପୂର୍ବାହ୍ନରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଜିଲା ଶିକ୍ଷାଧିକାରୀ ଲକ୍ଷ୍ମଣ କୁମାର ଭୋଇ ସଭାପତିତ୍ୱ କରିଥିବାବେଳେ ଜିଲାପାଳ ମଧୁସ୍ମିତା ସାହୁ ମୁଖ୍ୟଅତିଥି, ନୂଆପଡା ବ୍ଲକ ଶିକ୍ଷାଧିକାରୀ ଡ.ରେଶମଲାଲ ନାଏକ, ଜିଲା କ୍ରୀଡ଼ା ନିରୀକ୍ଷକ ମହେଶ କୁମାର ଦଣ୍ଡସେନା, ରାଜାଏଟି ହାଇସ୍କୁଲ ପ୍ରଧାନଶିକ୍ଷକ ନକୁଲ ଶବର ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ । ଏହି ଅବସରରେ ଜିଲାପାଳ ସାହୁ ଏହାକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ। ଏଥିରେ ଉପସ୍ଥିତ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ, ଛାତ୍ରୀଛାତ୍ରମାନଙ୍କୁ ସମ୍ବୋଧିତ କରି ଅତିଥିମାନେ ଶିକ୍ଷାବ୍ୟବସ୍ଥାରେ କ୍ରୀଡ଼ାର ଆବଶ୍ୟକତା ଏବଂ ଉପକାରୀତା ଉପରେ ଆଲୋକପାତ କରିଥିଲେ। ଏହାକୁ ସମସ୍ତେ ମିଶି ଠିକ ଭାବେ ପରିଚାଲନା କରିବାକୁ ଜିଲାପାଳ ପରାମର୍ଶ କରିଥିଲେ । ସୂଚନାଯୋଗ୍ୟ ଯେ, ଏଥିରେ ଜିଲାର ୫ଟି ବ୍ଲକରୁ ମୋଟ ୫୪୦ଜଣ ଛାତ୍ରୀଛାତ୍ର ଯୋଗଦେଇ ବିଭିନ୍ନ କ୍ରୀଡ଼ାରେ ଅଂଶ ଗ୍ରହଣ କରିଥିଲେ। ଏଥିରେ କବାଡି, ଫୁଟବଲ, ଖୋଖୋ, ଟାଏକୋଣ୍ଡୋ ଆଦି ଖେଳ ହୋଇଥିଲା। ଏହାକୁ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା କ୍ରୀଡ଼ା ଶିକ୍ଷକମାନେ ପରିଚାଳନା କରିଥିଲେ। ପ୍ରଥମ ଦିନର କ୍ରୀଡ଼ାବିତମାନଙ୍କୁ ଜିଲାପାଳ ପୁରସ୍କୃତ କରିଥିଲେ। ଏହି ଖେଳ ପ୍ରତିଯୋଗିତା ଦୁଇ ଦିନ ଧରି ଚାଲିବ । ଶେଷରେ ଜିଲା ଶିକ୍ଷାଧିକାରୀ ଭୋଇ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri