ଜିଲାସ୍ତରୀୟ ଗାନ୍ଧୀ ଜୟନ୍ତୀ : ରାମଧୂନ ଗାଇଲେ ହଜାର ହଜାର ଛାତ୍ରୀଛାତ୍ର

ବରଗଡ଼ ଅଫିସ,୨।୧୦: ବରଗଡ଼ ସହରରେ ବୁଧବାର ଜିଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ ସକାଳେ ଗାନ୍ଧୀଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ସମେତ ସ୍ବଭାବ କବି ଗଙ୍ଗାଧର ମେହେର, ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏବଂ ଅନ୍ୟ ଅଧିକାରୀମାନେ ମାଲ୍ୟାର୍ପଣ କରିଥିଲେ। ପରେ ଲୋକମଣ୍ଡପ ପଡିଆରେ୨ହଜାର ଛାତ୍ରୀଛାତ୍ର ସମବେତ ହୋଇ ସାମୁହିକ ରାମଧୂନ୍‌ ଗାଇଥିଲେ। ଜିଲାପାଳ, ଏସ୍‌ପି ପଦ୍ମିନୀ ସାହୁ , ଅତିରିକ୍ତ ଜିଲାପାଳ ମିିର୍ଦ୍ଧା ଟପ୍ପୋ, ଜଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତୀବାସ ରାଉତ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରକାଶ କୁମାର ଯୋଶୀ, ସର୍ବଶିକ୍ଷା ଅଭିଯାନର ପ୍ରକଳ୍ପ ନିର୍ଦ୍ଦେଶକ ସୁଶାନ୍ତ କୁମାର ଚୋପଦାର, ଜିଲା କ୍ରୀଡ଼ା ଅଧିକାରୀ ତୁଷାରକାନ୍ତି ମିଶ୍ର, ଅଧ୍ୟାପିକା ସଂଘମିତ୍ରା ମିଶ୍ର, ଉପଜିଲାପାଳ ପ୍ରଭାସ ଡନସନା ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ଶିଖ୍‌, ଇସାଈ, ହିନ୍ଦୁ, ମୁସଲିମ ସମ୍ପ୍ରଦାୟର ଗୁରୁମାନେ ଏହି କାର୍ଯ୍ୟକ୍ରମରେ ସାମିଲ ଥିଲେ। ଏକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri