ଜିଲାସ୍ତରୀୟ ଜେଣ୍ଡର ଟ୍ରାନ୍ସଫର୍ମେଟିଭ୍‌ ମଡେଲ କର୍ମଶାଳା: ମାସିକ ୨୦ ହଜାର ରୋଜଗାର କରିବେ ଏସ୍‌ଏଚ୍‌ଜି ସଦସ୍ୟା

ଜଗତ୍‌ସିଂହପୁର ଅଫିସ,୫ା୧: ଉର୍ବର ମୃତ୍ତିକା, ଜଳସମ୍ପଦ, ବନ୍ଦର, ମାନବ ସମ୍ବଳ ଆଦି ଅନେକ ଦୃଷ୍ଟିରୁ ଜଗତ୍‌ସିଂହପୁର ଏକ ଅଗ୍ରଣୀ ଜିଲା। ଏହି ଜିଲାରେ ଶହସ୍ରାଧିକ ମହିଳା ସ୍ବୟଂ ସହାୟକ(ଏସ୍‌ଏଚ୍‌ଜି) ଗୋଷ୍ଠୀ ଅଛି। କିନ୍ତୁ ଗୋଷ୍ଠୀଗୁଡିକରେ ଥିବା ପ୍ରତ୍ୟେକ ସଦସ୍ୟା ଯେପରି ମାସିକ ଅନ୍ୟୁନ ୨୦ ହଜାରରୁ ଅଧିକ ଟଙ୍କା ରୋଜଗାର କରିପାରିବେ ସେନେଇ ପଦକ୍ଷେପ ଗ୍ରହଣ କରାଯାଉଛି। ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲାସ୍ତରୀୟ ଜେଣ୍ଡର ଟ୍ରାନ୍ସଫର୍ମେଟିଭ୍‌ ମଡେଲ କର୍ମଶାଳାରେ ପୌରୋହିତ୍ୟ କରି ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏହା କହିଛନ୍ତି। ସେ କହିଥିଲେ, ଏରସମା ବ୍ଲକର ମହିଳା ଏସ୍‌ଏଚ୍‌ଜିଙ୍କୁ ବିଦ୍ୟୁତ ମିଟର ରିଡିଂ ଓ ବିଲ୍‌ ସଂଗ୍ରହ କାର୍ଯ୍ୟରେ ପ୍ରଥମ ଥର ପାଇଁ ନିୟୋଜିତ କରାଯାଇଛି। ଛତୁଆ ବଣ୍ଟନ, କୁକୁଡ଼ା ଓ ମାଛ ଚାଷ, ବିଦ୍ୟାଳୟ ପିଲାଙ୍କ ପୋଷାକ ତିଆରି ଆଦି ଦାୟିତ୍ୱ ମହିଳା ଏସ୍‌ଏଚ୍‌ଜିଙ୍କୁ ପ୍ରଦାନ କରାଯାଇଛି। ମଧ୍ୟାହ୍ନଭୋଜନ ପରିଚାଳନା ଦାୟିତ୍ୱ ଖୁବ ଶୀଘ୍ର ପ୍ରଦାନ କରାଯିବ। ଏହାବାଦ୍‌ ଜିଲାରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ପାଇଁ ଫିନାଇଲ ଏସ୍‌ଏଚ୍‌ଜିଙ୍କ ଠାରୁ କ୍ରୟ କରାଯିବ। ଫ୍ଲିପକାର୍ଟ ମାଧ୍ୟମରେ ମହିଳା ଏସ୍‌ଏଚ୍‌ଜିଙ୍କ ଦ୍ୱାରା ଉତ୍ପାଦିତ ଦ୍ରବ୍ୟ ବିକ୍ରି ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ପ୍ରତି ବ୍ଲକ କାର୍ଯ୍ୟାଳୟରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଶୌଚାଳୟ ନିର୍ମାଣ ହେବ ବୋଲି ଜିଲାପାଳ କହିଥିଲେ। ଆୟୋଜିତ କର୍ମଶାଳାରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ଯୋଗଦେଇ ଦେବଗଡ଼ପରେ ଜଗତ୍‌ସିଂହପୁର ଜିଲାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ସୂଚନା ଦେଇଥିଲେ। ମା’ମାନଙ୍କର ସର୍ବାଙ୍ଗୀନ ଉନ୍ନତି, ସେମାନଙ୍କ ସାମାଜିକ, ଅର୍ଥନୈତିକ, ଶିକ୍ଷା ଓ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ ରାଜ୍ୟ ସରକାର ଦାୟିତ୍ୱବାନା ଥିବା କହିଥିଲେ। ଜିଲା ପରିଷଦ ସଭାପତି ପ୍ରିୟଦର୍ଶିନୀ ବିଶ୍ୱାଳ ଯୋଗଦେଇ ମହିଳାମାନେ ସ୍ବାବଲମ୍ବୀ ହେବା ସହ ନିଜ ଅଞ୍ଚଳର ଉନ୍ନତି ପାଇଁ ପଦକ୍ଷେପ ନେଉଥିବା ମତ ରଖିଥିଲେ। ଜିଲା ଆଇନ ସେବା ପ୍ରାଧିକରଣ ସମ୍ପାଦକ କମଳାକାନ୍ତ ରାଉତ ମହିଳାଙ୍କ ଅଧିକାରର ସୁରକ୍ଷା ପାଇଁ ଜିଲା ଆଇନ ସେବା ପ୍ରାଧିକରଣପକ୍ଷରୁ ଯୋଗାଇ ଦିଆଯାଉଥିବା ଆଇନ ସହାୟତା ସମ୍ପର୍କରେ ସୂଚନା ଦେଇଥିଲେ। ଓଡ଼ିଶା ଜୀବିକା ମିଶନ ପ୍ରୋଜେକ୍ଟ ଏକ୍‌ଜିକ୍ୟୁଟିଭ୍‌ ସୁଧୀରା ରଥ ମହିଳାଙ୍କ ଆର୍ଥିକ ସ୍ବାଧୀନତା, ସାମାଜିକ ଉନ୍ନତି, ସ୍ବାସ୍ଥ୍ୟ ଓ ପରିମଳ ସଚେତନତା ଉପରେ କହିଥିଲେ। ପ୍ରାରମ୍ଭରେ ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri