ଜିଲାସ୍ତରୀୟ ଡେଙ୍ଗୁ ଦିବସ ପାଳିତ: ୫ ବର୍ଷ ହେଲା ଡେଙ୍ଗୁ ମୃତ୍ୟୁ ଶୂନ

ଢେଙ୍କାନାଳ ଅଫିସ, ୧୭।୫- ଢେଙ୍କାନାଳ ଜିଲାରେ ୨୦୧୩ରୁ ଡେଙ୍ଗୁରେ କାହାରି ମୃତ୍ୟୁ ହୋଇନାହିଁ। ହେଲେ ଏପରି ମାରାତ୍ମକ ଜ୍ୱରକୁ ଦମନ କରିବା ଦିଗରେ ସ୍ବାସ୍ଥ୍ୟ ବିଭାଗକୁ ଶତ ପ୍ରତିଶତ ସଫଳତା ମିଳିନାହିଁ। ଜିଲାସ୍ତରୀୟ ଜାତୀୟ ଡେଙ୍ଗୁ ଦିବସ ଏବଂ ମ୍ୟାଲେରିଆ ନିରାକରଣ ପାଇଁ ଟାସ୍କଫୋର୍ସ ସମନ୍ବୟ କମିଟି ବୈଠକରେ ଏପରି ଚିତ୍ର ପଦାକୁ ଆସିଛି।
ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ଗୁରୁବାର ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର ଅଧ୍ୟକ୍ଷତା କରିବା ସହ ଡେଙ୍ଗୁ ଏବଂ ମ୍ୟାଲେରିଆ ସଚେତନତା ଲାଗି ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ଜିଲାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଶିକ୍ଷାନୁଷ୍ଠାନ, ଶିଳ୍ପାନୁଷ୍ଠାନଗୁଡ଼ିକ ପକ୍ଷରୁ ବ୍ୟାପକ ସଚେତନତା ସୃଷ୍ଟି କରାଗଲେ ଏପରି ମାରାତ୍ମକ ଜ୍ୱର ଉପରେ ଅଙ୍କୁଶ ଲଗାଯାଇପାରିବ ବୋଲି ଅତିରିକ୍ତ ଜିଲାପାଳ କହିଛନ୍ତି। ଏଥିସହ ଶିଳ୍ପସଂସ୍ଥା ନିକଟବର୍ତ୍ତୀ ଗ୍ରାମରେ କୀଟନାଶକ ସିଞ୍ଚନ, ମଶାରି ବାଣ୍ଟିବା ଲାଗି ସେ ନିର୍ଦ୍ଦେଶ ଦେଇଛନ୍ତି। ତେବେ ବୈଠକରେ ଢେଙ୍କାନାଳ ପୌରସଂସ୍ଥା ସମେତ ୩ ଏନ୍‌ଏସିର କୌଣସି ଅଧିକାରୀ ଯୋଗଦେଇ ନ ଥିଲେ। ସୂଚନା ଦିଆଯିବ ସତ୍ତ୍ୱେ ଏପରି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ବରିଷ୍ଠ ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା।
ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରଞ୍ଜନ ମିଶ୍ର ଆଲୋଚନାରେ ଭାଗ ନେଇ କହିଲେ, ଜିଲା ଚିକିତ୍ସାଳୟରେ ବିନା ମୂଲ୍ୟରେ ଡେଙ୍ଗୁ ପରୀକ୍ଷା ଓ ଚିକିତ୍ସା ସୁବିଧା କରାଯାଇଛି। ୨୦୧୩ରୁ ଜିଲାରେ ଡେଙ୍ଗୁଜନିତ ମୃତ୍ୟୁସଂଖ୍ୟା ଶୂନ ରହିଛି। ଗ୍ରାମାଞ୍ଚଳରେ ସଚେତନତା ସୃଷ୍ଟି କରିବା, ଡ୍ରେନ୍‌ରେ ମଶାତେଲ ସିଞ୍ଚନ, ଘର ଚାରିପଟେ ପାଣି ଜମିବାକୁ ନ ଦେବା, ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ‘ଦମନ’ର କାର୍ଯ୍ୟକାରିତା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଡେଙ୍ଗୁ, ମ୍ୟାଲେରିଆ, ଜାପାନିଜ୍‌ ଏନସେଫାଲାଇଟିସ୍‌ ଆକ୍ରାନ୍ତଙ୍କ ପଞ୍ଜୀକରଣ ଓ ତତ୍‌ସମ୍ବନ୍ଧୀୟ ସୂଚନା ପ୍ରଦାନ ବାଧ୍ୟତାମୂଳକ କରାଯାଇଛି। ଏ ନେଇ ସମସ୍ତ ଘରୋଇ ଡାକ୍ତରଖାନା, ନର୍ସିଂହୋମ୍‌, ଚିକିତ୍ସକଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସିଡିଏମ୍‌ଓ ସୂଚନା ଦେଇଛନ୍ତି। ଗଣମାଧ୍ୟମ ପ୍ରତିନିଧି ଦେବାଶିଷ ମିଶ୍ର, ବିଷ୍ଣୁ ପ୍ରସାଦ ସାମଲ ଆଲୋଚନାରେ ଭାଗ ନେଇ କହିଲେ, ଶିଳ୍ପାନୁଷ୍ଠାନ କର୍ତ୍ତୃପକ୍ଷ କାଗଜପତ୍ରରେ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ଗ୍ରାମାଞ୍ଚଳକୁ ଯାଇ ଲୋକଙ୍କୁ ସଚେତନ କରିବା ଏବଂ ଏଥିରେ ଗଣମାଧ୍ୟମକୁ ସାମିଲ କରିବାକୁ ଉଭୟେ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri