ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ: ‘ଲୋଭ ପରିହାର କର, ସଚ୍ଚୋଟ ହୁଅ’

ଅନୁଗୋଳ ଅଫିସ, ୧ା୧୧-ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଗୁରୁବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ସଭା ଓ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଯୋଗଦେଇ ଦୁର୍ନୀତି ନିବାରଣ ପାଇଁ ଜନସଚେତନତା ଉପରେ ଗୁରୁତ୍ୱାରୋପ କରିଥିଲେ। ଲୋଭ ପରିହାର କରି ସଚ୍ଚୋଟପଣିଆକୁ ଆଦରି ନେଲେ ସମାଜରେ ପରିବର୍ତ୍ତନ ଆସିପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ।
ଅତିରିକ୍ତ ଜିଲାପାଳ କହିଥିଲେ ଯେ, ସରକାର ଶାସନଗତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ପାଇଁ ୫-ଟି ଓ ସୂଚନା ଅଧିକାର ଆଇନ କାର୍ଯ୍ୟକାରୀ କରୁଛନ୍ତି। ଓଡ଼ିଶା ଜନସେବା ଅଧିକାର ଆଇନରେ ଲୋକମାନଙ୍କୁ ୨୪୦ ପ୍ରକାର ସେବା ୩୫ଟି ବିଭାଗ ଦ୍ୱାରା ପ୍ରଦାନ କରାଯାଉଛି। ଏଥିରେ ଖିଲାପ କଲେ ଦଣ୍ଡବିଧାନ କରାଯାଉଛି। ତେଣୁ ଲାଞ୍ଚ ଗ୍ରହଣ ଓ ଲାଞ୍ଚ ଦେବାକୁ ପ୍ରତିରୋଧ ସହ ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ଲୋକଙ୍କୁ ସେବା ଯୋଗାଇ ଦେବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଶାନ୍ତନୁ କୁମାର ସର ସମ୍ମାନିତ ବକ୍ତା ଭାବେ ଯୋଗଦେଇ ଚଳିତ ବର୍ଷର ବାର୍ତ୍ତା ସଚ୍ଚୋଟତା ଏକ ଜୀବନ ଶୈଳୀ ଉପରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ଯୋଗଦେଇ ଦୁର୍ନୀତି ସମାଜକୁ ସମୃଦ୍ଧିରୁ ବଞ୍ଚତ୍ତ କରୁଛି ବୋଲି କହିଥିଲେ। ଏହି ଅବସରରେ ବକ୍ତୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଦୁର୍ନୀତି ନିବାରଣ ନିମନ୍ତେ ଉପସ୍ଥିତ ବିଭିନ୍ନ ବିଭାଗର ଅଧିକାରୀ, ସାମାଜିକ କର୍ମୀ, ବିଶିଷ୍ଟ ବ୍ୟକ୍ତି, ଶିକ୍ଷାବିତ, ବୁଦ୍ଧିଜୀବୀ ଓ ଛାତ୍ରୀଛାତ୍ରମାନଙ୍କୁ ଶପଥପାଠ କରାଯାଇଥିଲା। ଏଥିସହ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଶତବାର୍ଷିକୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତା ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ରାଷ୍ଟ୍ରୀୟ ସଙ୍କଳ୍ପ ଦିବସ ଶପଥ ପାଠ କରାଯାଇଥିଲା। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବସନ୍ତ କୁମାର ପ୍ରଧାନ ଓ ଅନୁଗୋଳ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିରଞ୍ଜନ ଦେହୁରୀ ଯୋଗଦେଇଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନୁଗୋଳ ଦୁର୍ନୀତି ନିବାରଣ ବିଭାଗ ଡିଏସ୍‌ପି ପ୍ରଦୀପ କୁମାର ପ୍ରଧାନ ଓ ଇନ୍ସପେକ୍ଟର ଦଇତାରୀ ଘଡ଼େଇଙ୍କ ସମେତ ଭିଜିଲାନ୍ସ କାର୍ଯ୍ୟାଳୟର କର୍ମଚାରୀ, ଜିଲା ସଚନା ଓ ଲୋକ ସମ୍ପର୍କ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri