ଢେଙ୍କାନାଳ ଅଫିସ, ୮।୧୧-ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ। ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ଚଳିତ ମାସ ୨୯ରୁ ଧାନ ସଂଗ୍ରହ ଆରମ୍ଭ ହୋଇ ମାର୍ଚ୍ଚ ୩୧ ଯାଏ ଚାଲିବ। ଧାନ ସଂଗ୍ରହର ୧୫ଦିନ ପୂର୍ବରୁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ରାଜ୍ୟସ୍ତରରୁ ଟୋକନ ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ୯୨,୩୫୨ ମେଟ୍ରିକ ଧାନ ଏବଂ ୫୯,୮୪୦ ମେଟ୍ରିକ ଟନ ଚାଉଳ ସଂଗ୍ରହ କରାଯିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ସେହିପରି କୃଷି ବିଭାଗ ଚଳିତ ବର୍ଷ ୧ଲକ୍ଷ ୪୨ହଜାର ୩୦ ମେଟ୍ରିକ ଟନ୍ ବଳକା ଧାନ ସଂଗ୍ରହ କରିବାକୁ ଆକଳନ କରିଛି।
୨୦୧୯-୨୦ ବର୍ଷର ଖରିଫ୍ ଧାନ ବିକ୍ରି ଲାଗି ୩୯,୫୦୩ ଚାଷୀ ଅନ୍ଲାଇନରେ ପଞ୍ଜୀକୃତ ହୋଇଛନ୍ତ। ଅନ୍ଲାଇନରେ ଭି-ପାସ୍, ଭି-୨.୦ ଏବଂ ଆଇ.ଆର.ଆଇ.ଏସ୍ ସ୍କାନର ମାଧ୍ୟମରେ ଧାନ ସଂଗୃହୀତ ହେବ। ଚଳିତବର୍ଷ କୁଇଣ୍ଟାଲ ପିଛା ସାଧାରଣ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୧୮୧୫ ଟଙ୍କା ଏବଂ ଏ-ଗ୍ରେଡ୍ ଧାନ ପାଇଁ ୧୮୩୫ ଟଙ୍କା ରଖାଯାଇଛି। ରାଜ୍ୟ ସମବାୟ ବ୍ୟାଙ୍କ ଦ୍ୱାରା ୨୪ରୁ ୪୮ ଘଣ୍ଟା ଭିତରେ ଚାଷୀଙ୍କ ପ୍ରାପ୍ୟ ସିଧାସଳଖ ଆକାଉଣ୍ଟକୁ ଯିବ। ଧାନ କିଣାବିକାକୁ ଶୃଙ୍ଖଳିତ କରିବା ଚାଷୀଙ୍କୁ ତାଲିମ ଦିଆଯିବ। ଧାନର ଏଫ୍ଏକ୍ୟୁ ମାନ, ସର୍ବନିମ୍ନ ସହାୟକ ମୂଲ୍ୟ, କ୍ରୟକେନ୍ଦ୍ର ନିରୂପଣ, କ୍ରୟ ତାରିଖ, ପ୍ରତିଦିନ ସର୍ବାଧିକ ଧାନକ୍ରୟର ପରିମାଣ ଆଞ୍ଚଳିକ ନିୟନ୍ତ୍ରିତ ବଜାର କମିଟି ଦ୍ୱାରା ନିର୍ଦ୍ଧାରିତ ହେବ। ଲିଫ୍ଲେଟ୍, ବ୍ୟାନର, ମାଇକ ପ୍ରଚାର, କର୍ମଶାଳା, ଗଣମାଧ୍ୟମ ଦ୍ୱାରା ସଚେତନତା ସୃଷ୍ଟି କରାଯିବ। ଆଞ୍ଚଳିତ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ସମସ୍ତ ଯନ୍ତ୍ରାଂଶ ଯୋଗାଇ ଦିଆଯିବ ା
ଚଳିତ ଖରିଫ୍ ଋତୁରେ ୧୪ଜଣ ମିଲର ଏବଂ ସମସ୍ତ ୮୦ ପ୍ୟାକ୍ସ ଧାନକ୍ରୟରେ ଅଂଶଗ୍ରହଣ କରିବେ। ଜିଲାସ୍ତରରେ ଅତିରିକ୍ତ ଜିଲାପାଳ, ଉପଖଣ୍ଡସ୍ତରରେ ଉପଜିଲାପାଳ,
Posted inଆମ ଜିଲା ଖବର, ଢେଙ୍କାନାଳ View All
ଜେଲ୍ରେ କଏଦୀଙ୍କ ଆନ୍ଦୋଳନ
ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...
ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ
ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...
ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ
ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...
ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…
ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...
ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା
ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...
ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…
ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...
ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ
ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...
ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା
ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...
Archives


