ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୮୧ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି

ବାଲେଶ୍ୱର ଅଫିସ, ୧୭।୧୦-ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଏବଂ ବାଲେଶ୍ୱର ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଗୁରୁବାର ସ୍ଥାନୀୟ ବ୍ରିଟ୍‌ କଲ୍ୟାଣ ମଣ୍ଡପଠାରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ବର୍ତ୍ତମାନ ବିଭିନ୍ନ କ୍ଷେତ୍ରରେ ନିଯୁକ୍ତିର ପ୍ରଭୂତ ସୁଯୋଗ ରହିଥିବା ବେଳେ ସେଥିପାଇଁ ପରିବର୍ତ୍ତିତ ପରିସ୍ଥିତି ସହିତ ଖାପଖୁଆଇ ଯୁବତୀଯୁବକମାନେ ନୂତନ ଦକ୍ଷତା ହାସଲ କରିବା ସହ ନିଜକୁ ପ୍ରସ୍ତୁତ କରିବା ଆବଶ୍ୟକ। ବିଭିନ୍ନ କାରଣରୁ ନିଜର ପାଠପଢ଼ା ସମ୍ପୂର୍ଣ୍ଣ କରିପାରି ନ ଥିବା ଯୁବତୀଯୁବକମାନଙ୍କୁ ମାଗଣାରେ ଦକ୍ଷତାଭିତ୍ତିକ ପ୍ରଶିକ୍ଷଣ ଓ ନିଯୁକ୍ତି ପ୍ରଦାନ ଲାଗି ଏହି ମେଳା ମାଧ୍ୟମରେ ଯେଉଁ ପ୍ରୟାସ କରାଯାଉଛି ତାହାର ଲାଭ ଉଠାଇବା ଲାଗି ଅତିରିକ୍ତ ଜିଲାପାଳ ନାୟକ ପରାମର୍ଶ ଦେଇଥିଲେ। ଜିଲା ନିୟୋଜନ ଅଧିକାରୀ ନିମାଇଁ ଚରଣ ମହାନ୍ତି କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ। ବାଲେଶ୍ୱର ସରକାରୀ ଆଇଟିଆଇ ଅଧ୍ୟକ୍ଷ ଇଂ. କୃଷ୍ଣଚନ୍ଦ୍ର ରାଉତ ଯୋଗଦେଇ ନିଯୁକ୍ତି ମେଳାର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। ନିଯୁକ୍ତି ମେଳାରେ ଭାଗ ନେବାକୁ ଆସିଥିବା ପ୍ରାର୍ଥତ୍ନୀ ଓ ପ୍ରାର୍ଥୀମାନଙ୍କର ସଫଳତା ନିମନ୍ତେ ଅତିଥିମାନେ କାମନା କରିଥିଲେ।
ଗୁରୁବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଅନୁଷ୍ଠିତ ନିଯୁକ୍ତି ମେଳାରେ ଜିଲାର ୧୨ଟି ବ୍ଲକର ୫୦୨ଜଣ ଯୁବତୀଯୁବକ ସେମାନଙ୍କ ନାମ ପଞ୍ଜୀକରଣ କରିଥିଲେ। ୮୧ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ଓ ୨୯୦ଜଣଙ୍କୁ ତାଲିମ ପରେ ନିଯୁକ୍ତି ଏହିପରି ଭାବେ ମୋଟ ୩୭୧ଜଣଙ୍କୁ ମନୋନୀତ କରାଯାଇଥିଲା। ମୋଟ ୪ଟି ପ୍ରତ୍ୟକ୍ଷ ନିଯୁକ୍ତିକାରୀ ସଂସ୍ଥା ଓ ୭ଟି ଟ୍ରେନିଂ ପାର୍ଟନର ଅଂଶଗ୍ରହଣ କରିଥିଲେ। ନିଯୁକ୍ତି ମେଳା ଲାଗି ଜିଲାର ସମସ୍ତ ବ୍ଲକ ସମେତ ଅନ୍ୟାନ୍ୟ ଅଞ୍ଚଳରେ ସଚେତନତା ସୃଷ୍ଟି କରାଯାଇଥିଲା। ନିଯୁକ୍ତି ମେଳା ପରିଚାଳନା ଏବଂ ଆଇନଶୃଙ୍ଖଳାକୁ ବ୍ୟବସ୍ଥିତ କରିବା ପାଇଁ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଥିଲା। ଜିଲା ପ୍ରଶାସନର ବିଭିନ୍ନ ବିଭାଗୀୟ ଅଧିକାରୀ ତଥା କର୍ମଚାରୀ କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri