ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ: ଜଳର ସର୍ବୋତ୍କୃଷ୍ଟ ବିନିଯୋଗ କରିବାକୁ ପରାମର୍ଶ

ରଣପୁର,୧୮ା୧(ସ୍ବ.ପ୍ର.): ଚାଷୀମାନଙ୍କୁ ସଙ୍ଗଠିତ କରିବା ସହ ପାଣିପଞ୍ଚାୟତ ମାଧ୍ୟମରେ ସେମାନେ ଜଳସେଚନ ସୁବିଧା ପାଇ ଯେଭଳି ସ୍ବାବଲମ୍ବୀ ହୋଇପାରିବେ ସେଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ଏ ଦିଗରେ ସଚେତନତା ସୃଷ୍ଟି ପାଇଁ ରାଜ୍ୟ ସରକାରଙ୍କ କ୍ଷୁଦ୍ର ଜଳସେଚନ ବିଭାଗ ତରଫରୁ ଚଳିତ ମାସ ୧୬ ଠାରୁ ୩୦ତାରିଖ ପର୍ଯ୍ୟନ୍ତ ସମଗ୍ର ଓଡିଶାରେ ପାଣିପଞ୍ଚାୟତ ପକ୍ଷ ପାଳନ କରାଯାଉଛି। ଜିଲାରେ ପ୍ରଥମ କରି ଗୁରୁବାର ଓଡଗଁ। ବ୍ଲକ ବୁଢାବୁଢିଆଣୀ ବନ୍ଧଠାରେ ଏହା ପାଳନ କରାଯାଇଥିଲା। ଶୁକ୍ରବାର ରଣପୁର କ୍ଷୁଦ୍ର ଜଳସେଚନ ବିଭାଗ ଆନୁକୂଲ୍ୟରେ ମାଳିସାହିର ପାଚିଲାଗୋଡି କ୍ଷୁଦ୍ର ଜଳସେଚନ ପ୍ରକଳ୍ପଠାରେ ପାଣିପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି। କ୍ଷୁଦ୍ର ଜଳସେଚନ ବିଭାଗ ଉପନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀକାନ୍ତ ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ରାଜ୍ୟ କଳିଙ୍ଗ ଜଳ ବ୍ୟବହାରକାରୀ କୃଷକ ମହାସଂଘ ଅଧ୍ୟକ୍ଷ ସନାତନ ଦଳବେହେରା ମୁଖ୍ୟବକ୍ତା ଓ ବ୍ଲକର ପୂର୍ବତନ ଅଧ୍ୟକ୍ଷ ପ୍ରଭାତ କୁମାର ଦଳବେହେରା, ରଣପୁର ସହକାରୀ କୃଷି ଅଧିକାରୀ ଶୁଭେନ୍ଦୁ ସିଂହଦେଓ, ଖବରଦାତା ସୁକାନ୍ତ କିଶୋର ଡାକୁଆ, ଖଣ୍ଡପଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ ଅଶ୍ୱିନୀ କୁମାର ସନ୍ଥ, ନୟାଗଡ଼ ସହକାରୀ ନିର୍ବାହୀଯନ୍ତ୍ରୀ ପ୍ରମୋଦ କୁମାର ସାହୁ, ଉଦ୍ୟାନ କୃଷି ବିଭାଗର ପ୍ରଭାତ ଚନ୍ଦ୍ର ପ୍ରହରାଜ, ରଙ୍କଦେଉଳୀ ପଞ୍ଚାୟତ ସମିତିସଭ୍ୟ ରବିନ୍‌କାନ୍ତ ସ୍ବାଇଁ, ଅବସରପ୍ରାପ୍ତ ଶିକ୍ଷକ ଶରତ ଚନ୍ଦ୍ର ସ୍ବାଇଁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ଅତିଥିମାନେ କୃଷିଜୀବୀଙ୍କ ଗୁଣାତ୍ମକ ମାନ ବୃଦ୍ଧି, ଆଧୁନିକ ଜ୍ଞାନକୌଶଳ ପ୍ରୟୋଗ, ଜଳସେଚନ ପ୍ରଣାଳୀର ସୁପରିଚାଳନା, ପରିବେଶ ସନ୍ତୁଳନ ରକ୍ଷା ଓ ଜଙ୍ଗଲ ସମ୍ପଦ ସୁରକ୍ଷା ଉପରେ ଆଲୋକପାତ କରିଥିଲେ। ଜଳର ଅପଚୟ ନ କରି ସର୍ବୋତ୍କୃଷ୍ଟ ବିନିଯୋଗ କରିବାକୁ ପରାମର୍ଶ ଦେଇଥିଲେ। ମାଳିସାହିଠାରେ ପାଚିଲାଗୋଡି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଦ୍ୱାରା ୧୯୬୬ ମସିହାରେ କରାଯାଇଥିବା ବନ୍ଧଦ୍ୱାରା ଅଞ୍ଚଳର ୩ଶହରୁ ଊର୍ଦ୍ଧ୍ୱ ହେକ୍ଟର ଜମିରେ ଶତକଡା ୧୦୦ଭାଗ ଖରିଫ୍‌ ଚାଷ ହେଉଥିଲା ବେଳେ ଶତକଡା ୩୦ଭାଗ ରବି ଚାଷ ହୋଇପାରୁଛି। କାର୍ଯ୍ୟକ୍ରମରେ ଆଖପାଖ ଅଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ପାଣିପଞ୍ଚାୟତର ସଭାପତି, ସମ୍ପାଦକ, ସଭ୍ୟମାନଙ୍କ ସହ ଶତାଧିକ ଚାଷୀ ଯୋଗଦେଇଥିଲେ। ନୟାଗଡ଼ ଜଳସେଚନ ବିଭାଗ ତରଫରୁ ଜିଲାରେ ମୋଟ ୮୮ଟି ପାଣି ପଞ୍ଚାୟତ ସରକାରୀ ସ୍ବୀକୃତି ମିଳିଥିଲା ବେଳେ ଆହୁରି ୧୬୭ ପାଣିପଞ୍ଚାୟତ ପାଇଁ ବିଭିନ୍ନ ଅଞ୍ଚଳର ଚାଷୀମାନେ ଆବେଦନ କରିଛନ୍ତି। ତଦନ୍ତ କରି ଏଗୁଡିକୁ ସ୍ବୀକୃତି ଦିଆଗଲେ ଆଗକୁ ପାଣିପଞ୍ଚାୟତ ଉନ୍ନତି କରିପାରିବ ବୋଲି କ୍ଷୁଦ୍ର ଜଳସେଚନ ବିଭାଗ ଉପନିର୍ବାହୀ ଯନ୍ତ୍ରୀ ମହାନ୍ତି ପ୍ରକାଶ କରିଥିଲେ। ଡିଆର୍‌ଡିଏ ଜେଇ ଅଶୋକ କୁମାର ଦଳବେହେରା ସଭା ପରିଚାଳନା କରିଥିଲେ। ରଣପୁର କ୍ଷୁଦ୍ର ଜଳସେଚନ ବିଭାଗ ଦ୍ୱାରା ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରବନ୍ଧ ଓ କୁଇଜ୍‌ ପ୍ରତିଯୋଗିତା କରାଯାଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri