ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ସଫଳ ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ଢେଙ୍କାନାଳ ଅଫିସ,୨୫ା୧୨: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏମ୍‌ପି ମହେଶ ସାହୁ ବିଲରେ ଲଙ୍ଗଳଧରି ଚାଷ କରୁଥିବା ଭଳି କେତେ ଚାଷୀ ଜିଲାରେ ରହିଛନ୍ତି ଏବଂ ସେମାନଙ୍କୁ ଚିହ୍ନଟ କରାଯାଇଛି କି ନାହିଁ ପ୍ରଶ୍ନ ପଚାରିବାରୁ ବିଭାଗୀୟ ଅଧିକାରୀମାନେ ଏ ସମ୍ପର୍କରେ କୌଣସି ତଥ୍ୟ ଦେଇପାରି ନ ଥିଲେ। ସେହିପରି ହିନ୍ଦୋଳ ବ୍ଲକର ବାବନ୍ଧରେ ଥିବା ଏକମାତ୍ର ଗୋ ସଦନରେ କେତେ ଷଣ୍ଢ ଓ ଗାଈ ରହିଛନ୍ତି ସେ ସମ୍ପର୍କରେ ଏମ୍‌ପି ପଚାରିବାରୁ ଅଧିକାରୀମାନେ ଠିକ୍‌ରେ ତଥ୍ୟ ଦେଇପାରି ନ ଥିଲେ। ତେଣୁ ବିଲରେ କାମ କରୁଥିବା ଜିଲାର ଚାଷୀଙ୍କୁ ଚିହ୍ନଟ କରି ଗଣନା କରିବା ପାଇଁ ଏମ୍‌ପି କୃଷି ବିଭାଗ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ନିମନ୍ତେ ଅଧିକାରୀମାନେ ମାନସିକସ୍ତରରେ ପ୍ରସ୍ତୁତ ରହିବା ସହ ଯଥେଷ୍ଟ ପୂର୍ବରୁ କାର୍ଯ୍ୟକ୍ରମ କରିବା ଦରକାର ବୋଲି ଏମ୍‌ପି କହିଥିଲେ। ଏଥିପାଇଁ ସରକାରଙ୍କୁ କାର୍ଯ୍ୟଖସଡା ପ୍ରସ୍ତୁତ କରି ମତାମତ ଦେବାକୁ ସେ ପରାମର୍ଶ ଦେଇଥିଲେ।
ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଭୂମେଶଚନ୍ଦ୍ର ବେହେରା, ଜିଲାରେ ଥିବା ସମସ୍ତ ୮ଗୋଟି ବହୁମୁଖୀ ଆଶ୍ରୟସ୍ଥଳୀ ଗୁଡିକରେ ରୋଷେଇଶାଳା, ପାଣି ବ୍ୟବସ୍ଥା ସହ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ଗ୍ରାମରେ ମଧ୍ୟ ଗୋଟିଏ ଲେଖାଏ ଆଶ୍ରୟସ୍ଥଳୀ ବ୍ୟବସ୍ଥା କରିବାକୁ କହିଥିଲେ। ବର୍ଷା ଜଳକୁ ସଂଗ୍ରହ କରିବା ପାଇଁ ବ୍ୟବସ୍ଥା ଉପରେ ସେ ଗୁରୁତ୍ୱ ପ୍ରଦାନ କରିଥିଲେ। ଫନୀ ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ଆର୍ଥିକ ସହାୟତା ପ୍ରଦାନ ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଖରିଫ ଓ ରବି ଫସଲ ଉପତ୍ାଦନ ସମ୍ପର୍କରେ ଆଲୋଚନା କରାଯାଇ ବଡଚାଷୀ ଓ ସାଧାରଣ ଚାଷୀଙ୍କୁ ଉତ୍ସାହିତ କରିବା ସହିତ ଯୁବ ଚାଷୀଙ୍କୁ ଅଧିକ ପ୍ରାଧାନ୍ୟ ଦେବାକୁ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ସେହିପରି ଜିଲାରେ ଆଳୁ, ପିଆଜ ଚାଷ ପାଇଁ ଚାଷୀଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଆଲୋଚନା ହୋଇଥିଲା। ଉଠା ଜଳସେଚନ ଓ କ୍ଷୁଦ୍ର ଜଳସେଚନର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ସହ ରେଙ୍ଗାଳି କେନାଲର କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଚଳିତବର୍ଷ ମେ ଓ ଜୁନ ମାସରେ ସ୍ବଳ୍ପ ବୃଷ୍ଟିପାତ ହୋଇଥିବା ବେଳେ ପରେ ଜିଲାରେ ସ୍ବଭାବିକ ବର୍ଷା ହୋଇଥିବା ତଥ୍ୟ ରଖାଯାଇଥିଲା। ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ ଜିଲାର ବୃଷ୍ଟିପାତ ସ୍ଥିତିର ସମୀକ୍ଷା କରିଥିଲେ ା ବୈଠକରେ ଅତିରିକ୍ତ ଏସ୍‌ପି ବିନୟକୃଷ୍ଣ କାମିଲା, ଢେଙ୍କାନାଳ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ହିନ୍ଦୋଳ ଉପଜିଲାପାଳ ଉଦୟ କୁମାର ମହାପାତ୍ର, ଜିଲା କୃଷି ଉପନିର୍ଦ୍ଦେଶକ ଛବିନ୍ଦ୍ର ବେହେରାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ବିିଡିଓ, ତହସିଲଦାର ମାନେ ଯୋଗ ଦେଇଥିଲେ। ଆପତକାଳୀନ ଅଧିକାରୀ ଶଶାଙ୍କ ଶେଖର ମିଶ୍ର ଧନ୍ୟବାଦ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri