ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ସଫଳ ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ଢେଙ୍କାନାଳ ଅଫିସ,୨୫ା୧୨: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏମ୍‌ପି ମହେଶ ସାହୁ ବିଲରେ ଲଙ୍ଗଳଧରି ଚାଷ କରୁଥିବା ଭଳି କେତେ ଚାଷୀ ଜିଲାରେ ରହିଛନ୍ତି ଏବଂ ସେମାନଙ୍କୁ ଚିହ୍ନଟ କରାଯାଇଛି କି ନାହିଁ ପ୍ରଶ୍ନ ପଚାରିବାରୁ ବିଭାଗୀୟ ଅଧିକାରୀମାନେ ଏ ସମ୍ପର୍କରେ କୌଣସି ତଥ୍ୟ ଦେଇପାରି ନ ଥିଲେ। ସେହିପରି ହିନ୍ଦୋଳ ବ୍ଲକର ବାବନ୍ଧରେ ଥିବା ଏକମାତ୍ର ଗୋ ସଦନରେ କେତେ ଷଣ୍ଢ ଓ ଗାଈ ରହିଛନ୍ତି ସେ ସମ୍ପର୍କରେ ଏମ୍‌ପି ପଚାରିବାରୁ ଅଧିକାରୀମାନେ ଠିକ୍‌ରେ ତଥ୍ୟ ଦେଇପାରି ନ ଥିଲେ। ତେଣୁ ବିଲରେ କାମ କରୁଥିବା ଜିଲାର ଚାଷୀଙ୍କୁ ଚିହ୍ନଟ କରି ଗଣନା କରିବା ପାଇଁ ଏମ୍‌ପି କୃଷି ବିଭାଗ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ନିମନ୍ତେ ଅଧିକାରୀମାନେ ମାନସିକସ୍ତରରେ ପ୍ରସ୍ତୁତ ରହିବା ସହ ଯଥେଷ୍ଟ ପୂର୍ବରୁ କାର୍ଯ୍ୟକ୍ରମ କରିବା ଦରକାର ବୋଲି ଏମ୍‌ପି କହିଥିଲେ। ଏଥିପାଇଁ ସରକାରଙ୍କୁ କାର୍ଯ୍ୟଖସଡା ପ୍ରସ୍ତୁତ କରି ମତାମତ ଦେବାକୁ ସେ ପରାମର୍ଶ ଦେଇଥିଲେ।
ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଭୂମେଶଚନ୍ଦ୍ର ବେହେରା, ଜିଲାରେ ଥିବା ସମସ୍ତ ୮ଗୋଟି ବହୁମୁଖୀ ଆଶ୍ରୟସ୍ଥଳୀ ଗୁଡିକରେ ରୋଷେଇଶାଳା, ପାଣି ବ୍ୟବସ୍ଥା ସହ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ଗ୍ରାମରେ ମଧ୍ୟ ଗୋଟିଏ ଲେଖାଏ ଆଶ୍ରୟସ୍ଥଳୀ ବ୍ୟବସ୍ଥା କରିବାକୁ କହିଥିଲେ। ବର୍ଷା ଜଳକୁ ସଂଗ୍ରହ କରିବା ପାଇଁ ବ୍ୟବସ୍ଥା ଉପରେ ସେ ଗୁରୁତ୍ୱ ପ୍ରଦାନ କରିଥିଲେ। ଫନୀ ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ଆର୍ଥିକ ସହାୟତା ପ୍ରଦାନ ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଖରିଫ ଓ ରବି ଫସଲ ଉପତ୍ାଦନ ସମ୍ପର୍କରେ ଆଲୋଚନା କରାଯାଇ ବଡଚାଷୀ ଓ ସାଧାରଣ ଚାଷୀଙ୍କୁ ଉତ୍ସାହିତ କରିବା ସହିତ ଯୁବ ଚାଷୀଙ୍କୁ ଅଧିକ ପ୍ରାଧାନ୍ୟ ଦେବାକୁ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ସେହିପରି ଜିଲାରେ ଆଳୁ, ପିଆଜ ଚାଷ ପାଇଁ ଚାଷୀଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଆଲୋଚନା ହୋଇଥିଲା। ଉଠା ଜଳସେଚନ ଓ କ୍ଷୁଦ୍ର ଜଳସେଚନର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ସହ ରେଙ୍ଗାଳି କେନାଲର କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଚଳିତବର୍ଷ ମେ ଓ ଜୁନ ମାସରେ ସ୍ବଳ୍ପ ବୃଷ୍ଟିପାତ ହୋଇଥିବା ବେଳେ ପରେ ଜିଲାରେ ସ୍ବଭାବିକ ବର୍ଷା ହୋଇଥିବା ତଥ୍ୟ ରଖାଯାଇଥିଲା। ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ ଜିଲାର ବୃଷ୍ଟିପାତ ସ୍ଥିତିର ସମୀକ୍ଷା କରିଥିଲେ ା ବୈଠକରେ ଅତିରିକ୍ତ ଏସ୍‌ପି ବିନୟକୃଷ୍ଣ କାମିଲା, ଢେଙ୍କାନାଳ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ହିନ୍ଦୋଳ ଉପଜିଲାପାଳ ଉଦୟ କୁମାର ମହାପାତ୍ର, ଜିଲା କୃଷି ଉପନିର୍ଦ୍ଦେଶକ ଛବିନ୍ଦ୍ର ବେହେରାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ବିିଡିଓ, ତହସିଲଦାର ମାନେ ଯୋଗ ଦେଇଥିଲେ। ଆପତକାଳୀନ ଅଧିକାରୀ ଶଶାଙ୍କ ଶେଖର ମିଶ୍ର ଧନ୍ୟବାଦ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri