ଜିଲାସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

ଭବାନୀପାଟଣା,୩୧।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ବିଶ୍ୱ ତମାଖୁ ବର୍ଜନ ଦିବସ ଶୁକ୍ରବାର ପାଳିତ ହୋଇଛି। ଏହି ଦିବସରେ ସିଡିଏମ୍‌ଓପିଏଚ୍‌ଓ ଡ. ବନଲତା ଦେବୀ, ଡ. ନିହାରେନ୍ଦ୍ର ପଣ୍ଡା, ଡ. ସୁଶିଲ ରଥ, ଡ. ମନୋ ମାଝି, ଡ. ସୁବ୍ରତ ପଢିହାରୀ, ଜାତୀୟ ସ୍ବାସ୍ଥ୍ୟ ମିଶନର ଡିପିଏମ୍‌ ଅବନିରଞ୍ଜନ ମହାପାତ୍ର, ଖଗେନ୍ଦ୍ର ମାଝି, ଏନ୍‌ଟିସିପିର ଜିଲା ପରାମର୍ଶ ଦାତା ହିମାଂଶୁ ଶେଖର ବାରିକ, ଆର୍‌ଏନ୍‌ଟିସିପିର ପ୍ରବିଣ ସେନାପତୀ ଓ ବିକାଶ ଦାସ, ଖାଦ୍ୟ ସୁରକ୍ଷା ଅଧିକାରୀ ଅଜିତ୍‌ ଚାନ୍ଦ, ଡିଆଇ ବେଞ୍ଜାମିନ୍‌ ଦାସ ପ୍ରମୁଖ ଯୋଗଦେଇ ଏହି ଦିବସର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ। ଏହି ଦିବସରେ ଆଶା କର୍ମୀମାନେ ଓ ଏଏନ୍‌ଏମ୍‌୍‌ ଛାତ୍ରୀମାନେ ଯୋଗଦେଇଥିଲେ। ସେମାନଙ୍କ ମଧ୍ୟରେ ଏହି ଦିବସ ଉପଲକ୍ଷେ କୁଇଜ୍‌ ଓ ବକୃତା ପ୍ରତିଯୋଗିତା କରାଯାଇଥିଲା। ବିଜୟୀ ପ୍ରତିଯୋଗିମାନଙ୍କୁ ପୁରସ୍କୃତ କରାଯାଇଥିଲା। ଉପସ୍ଥିତ ସ୍ବାସ୍ଥ୍ୟ ଅଧିକାରୀମାନେ ତମାଖୁ ବର୍ଜନ କରିବା ଉପରେ ନିଜର ମତ ରଖିଥିଲେ। କାର୍ଯ୍ୟକ୍ରମକୁ ହିମାଂଶୁ ଶେଖର ବାରିକ ପରିଚାଳନା କରିଥିଲେ। ଏହି ଉପଲକ୍ଷେ ଦସ୍ତଖତ ଅଭିଯାନ କରିବା ସହ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ମାଇକରେ ପ୍ରଚାର ଓ ଲିପଲେଟ୍‌ ବଣ୍ଟନ କରାଯାଇଥିଲା। ଭବାନୀପାଟଣା ଅର୍ବାନ ପବ୍ଲିକ୍‌ ହେଲ୍‌ଥ ସେଣ୍ଟରଠାରେ ଏକ ଓରାଲ ସ୍କେନିଙ୍ଗ କ୍ୟାମ୍ପର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri