ଜିଲାସ୍ତରୀୟ ଯୁବ ଉତ୍ସବ ଉଦ୍‌ଯାପିତ: ପ୍ରତିଭା ପ୍ରଦର୍ଶନର ଉତ୍ତମ ମଞ୍ଚ

ନୟାଗଡ଼ ଅଫିସ,୨୧।୧୧: ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଦୁଇ ଦିନ ଧରି ଅନୁଷ୍ଠିତ ଜିଲାସ୍ତରୀୟ ଯୁବ ଉତ୍ସବ ୨୦୧୯ ବୁଧବାର ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଉଦ୍‌ଯାପିତ ହୋଇଯାଇଛି। ଯୁବ ପ୍ରତିଭାର ବିକାଶ ତଥା ଯୁବତୀଯୁବକଙ୍କୁ ଏକ ସାଂସ୍କୃତିକ ସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟରେ ହୋଇଥିବା ଏହି ଉତ୍ସବର ଶେଷ ଦିନରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଜିଲା କ୍ରୀଡ଼ା ଅଧିକାରୀ ସୁଜାତା କୁମାରୀ ସାହୁଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଜିଲାପାଳ ଡ. ପୋମା ଟୁଡ଼ୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଯୁବଶକ୍ତି ଅପରିମିତ ଶକ୍ତିର ଆଧାର ବୋଲି ମତବ୍ୟକ୍ତ କରିଥିଲେ। ଏହି ଉତ୍ସବ ସେମାନଙ୍କ ପ୍ରତିଭା ପ୍ରଦର୍ଶନ ନିମନ୍ତେ ଉତ୍ତମ କ୍ଷେତ୍ର ବୋଲି କହିଥିଲେ। ଉତ୍ସବରେ ଡିଏଫଓ ଧନରାଜ ଏଚଡି, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ସମ୍ମାନିତ ଅତିଥିଭାବେ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ। ଜିଲାର ବିଭିନ୍ନ ବ୍ଲକରୁ ଆସିଥିବା ପ୍ରତିଯୋଗୀମାନେ ଲୋକ ଗୀତ, ଲୋକ ନୃତ୍ୟ, ଶାସ୍ତ୍ରୀୟ ସଙ୍ଗୀତ, ଓଡ଼ିଶୀ ନୃତ୍ୟ ଆଦି ପରିବେଷଣ କରିଥିଲେ। ଲୋକ ଗୀତରେ ନୟାଗଡ଼ କଳା ପରିଷଦ, ଓଡ଼ିଶୀ ନୃତ୍ୟରେ ମିନର୍ଭା ସାମନ୍ତରାୟ, ତବଲାରେ ଓଁକାର ଔଜଲ୍ୟ, ବକ୍ତବ୍ୟରେ ପିନାକୀ ପ୍ରିୟଦର୍ଶନୀ, ହାରମୋନିୟମରେ ପ୍ରୟାତତ୍ମା ରଥ, କଥକ ନୃତ୍ୟରେ ରୋହନ କୁମାର ସେଠୀ, ଏକକ ଅଭିନୟରେ ରକଷ୍ଟାର ଗ୍ରୁଫ୍‌, ଲୋକ ନୃତ୍ୟରେ ନୟାଗଡ଼ କଳା ପରିଷଦ ଜିଲାସ୍ତରୀୟ ଏହି ପ୍ରତିଯୋଗୀତାରେ ପ୍ରଥମ ହୋଇଥିଲେ। ଆଗାମୀ ଦିନରେ ଭଦ୍ରକରେ ହେବାକୁ ଥିବା ରାଜ୍ୟସ୍ତରୀୟ ଯୁବ ଉତ୍ସବରେ ଭାଗ ନେବା ପାଇଁ ଏମାନେ ମନୋନୀତ ହୋଇଛନ୍ତି। ଅତିଥିମାନେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମକୁ ଶରତ ଚନ୍ଦ୍ର ଆଚାର୍ଯ୍ୟ ପରିଚାଳନା କରିଥିବା ବେଳେ ଫୁଟବଲ୍‌ କୋଚ ପ୍ରଶାନ୍ତ କୁମାର ପାଣିଗ୍ରାହୀ ଧନ୍ୟବାଦ ଦେଇଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପତ୍ଳ କୁମାର ସାହୁ, ରାମକୃଷ୍ଣ ରଥ, ରୀନାବାଳା ଆଚାର୍ଯ୍ୟ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?