ଜିଲାସ୍ତରୀୟ ରାଷ୍ଟ୍ରିୟ ପୋଷଣ ମାସ:ଘର ତିଆରି ପୋଷକ ଉପରେ ଗୁରୁତ୍ୱ ଦେଲେ ଜିଲାପାଳ

ନୂଆପଡା ଅଫିସ,୨୮ା୯
ଘର ତିଆରି ଖାଦ୍ୟରେ ହିଁ ଉପଯୁକ୍ତ ପୋଷକ ତତ୍ୱ ରହିଥାଏ । ଆବହମାନ କାଳରୁ ଆମେ ଘରେ ମା’ ତିଆରି କରୁଥିବା ଖାଦ୍ୟରେ ଢେର ପୋଷକ ପାଉଥିଲୁ । ହେଲେ ଆମେ ସଭ୍ୟ ସମାଜ ଆଡକୁ ଯେତେ ଯାଉଛୁ ବୋଲି କୁହାଯାଉଛି, ଆମେ ସେତିକି ପୁଷ୍ଟିହୀନତାର ଶିକାର ହେଉଛୁ। ତେଣୁ ଘର ତିଆରି ପୋଷକ ଆମକୁ ଉପଯୁକ୍ତ ପୌଷ୍ଟିକ ଆହାର ଯୋଗାଇ ପାରିବ ବୋଲି ଜିଲାପାଳ କହିଥିଲେ। ଶୁକ୍ରବାର ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମରେ ସେଭ ଦି ଚିଲଡ୍ରେନ ଏବଂ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ଜିଲାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ ପାଳନରେ ଯୋଗଦେଇ ଜିଲାପାଳ ମଧୁସ୍ମିତା ସାହୁ ଏହା କହିଥିଲେ । କାର୍ଯ୍ୟକ୍ରମରେ ସେଭ ଦି ଚିଲଡ୍ରେନର ଜିଲା ଅଧିକାରୀ ବିଦ୍ୟାଧର ମେହେର ଅଧ୍ୟକ୍ଷତା କରିଥିବାବେଳେ ଜିଲାପାଳ ସାହୁ ମୁଖ୍ୟଅତିଥି, ଜିଲା ପରିଷଦ ଅଧ୍ୟକ୍ଷା ନମିତା ପ୍ରଧାନ ବିଶେଷ ଅତିଥି, ଡିପିଏମ ଟିମନ ବାରା, ନୂଆପଡା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ନିବେଦିତା ସାମଲ, ଆରବିଏସକେୱାଇର ମୁକେଶ କୁମାର ଭୋଇ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ପୂର୍ବାହ୍ନରେ କାର୍ଯ୍ୟକ୍ରମ ପ୍ରାରମ୍ଭରେ ନୂଆପଡା ବ୍ଲକ କ୍ୟାମ୍ପସରେ ଚାରାରୋପଣ କାର୍ଯ୍ୟକ୍ରମ ପରେ ଏକ ରାଲିରେ ମହିଳାମାନେ ଇଣ୍ଡୋର ଷ୍ଟାଡିୟମ ଯାଏଁ ଆସିଥିଲେ। ଏହି ଅବସରରେ ଯୁବତୀ ଫେଡେରେଶନ ଅନନ୍ୟା ତରଫରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ପୋଷଣ ଉପରେ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମ ପରିସରରେ ଖାଦ୍ୟ ପ୍ରଦର୍ଶନୀ ପ୍ରତିଯୋଗିତା ହୋଇଥିଲା। ଏଥିରେ ଖଡିଆଳ ବ୍ଲକ ପ୍ରଥମ ସ୍ଥାନ ଗ୍ରହଣ କରିଥିବାବେଳେ ନୂଆପଡା ବ୍ଲକ ଦ୍ୱିତୀୟ ସ୍ଥାନରେ ରହିଥିଲା। ଏହିଭଳି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ସକାଶେ ଅନ୍ୟ ବ୍ଲକ ସମନ୍ବିତ ଶିଶୁ ବିକାଶ ବିଭାଗଗୁଡିକୁ ପୁରସ୍କୃତ କରାଯାଇଥିଲା। ଜିଲାପାଳ ଘର ତିଆରି ପୌଷ୍ଟିକ ଆହାର ଉପରେ ଗୁରୁତ୍ୱ ଦେଇଥିବାବେଳେ ଘରେ ଯଦି ପୁଷ୍ଟିକର ଖାଦ୍ୟ ନ ପାଇ କେହି ମୃତ୍ୟୁବରଣ କରୁଛନ୍ତି, ଏଥିପାଇଁ ଆମେ ନିଜକୁ ଉତ୍ତର ଦାୟୀ କରିବା ଦରକାର । ଏଥିପାଇଁ ଆମେ ନିଜକୁ ପ୍ରସ୍ତୁତି କରିବା ଜରୁରୀ ବୋଲି କହିଥିଲେ। ଆଜିର ଦିନରେ ପୌଷ୍ଟିକ ଆହାର ହିଁ ଜୀବନରେ ଉତମ ସ୍ବାସ୍ଥ୍ୟ ରକ୍ଷାର ମାଧ୍ୟମ ହୋଇପାରିବ ବୋଲି ଆମ ସମସ୍ତଙ୍କୁ ସଂକଳ୍ପ କରିବାକୁ ପଡିବ ବୋଲି ବକ୍ତାମାନେ ମତ ରଖିଥିଲେ । କାର୍ଯ୍ୟକ୍ରମରେ ସେଭ ଦି ଚିଲଡ୍ରେନର ଜିଲା ଅଧ୍ୟକ୍ଷ ମେହେର ମଞ୍ଚ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri