ଜିଲାସ୍ତରୀୟ ଶାସ୍ତ୍ରୀ ଓ ଗାନ୍ଧୀ ଜୟନ୍ତୀ ପାଳିତ

ପୁରୀ ଅଫିସ, ୩ା୧୦: ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ପୁରୀ ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ, ଜିଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ସର୍ବୋଦୟ ମେଳା କମିଟି ପକ୍ଷରୁ ସର୍ବଧର୍ମ ପ୍ରାର୍ଥନା ସଭା ଆୟୋଜିତ ହୋଇଥିଲା। ବିଭିନ୍ନ ମହାବିଦ୍ୟାଳୟ ଓ ବିଦ୍ୟାଳୟ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ, ଅଭିଭାବକ, ବୁଦ୍ଧିଜୀବୀ ପ୍ରମୁଖ ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ଶପଥ ନେଇଥିଲେ। ଏହି ଅବସରରେ ପ୍ଲାଷ୍ଟିକ ବର୍ଜନ ସଚେତନତା ବାର୍ତ୍ତା ଦେଇ ଏକ ଶୋଭାଯାତ୍ରା ସିଂହଦ୍ୱାରଠାରୁ ବାହାରି ଗାନ୍ଧୀ ଘାଟଠାରେ ପହଞ୍ଚତ୍ଥିଲା। ପ୍ଲାଷ୍ଟିକ ମୁକ୍ତ ସ୍ବଚ୍ଛ ପୁରୀ ଗଠନରେ ସହାୟ ହେବା ପାଇଁ ଜିଲାପାଳ ପରାମର୍ଶ ଦେଇଥିଲେ। ପ୍ରତ୍ୟୁଷରେ ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସହରରେ ରାମଧୂନ ପରିବେଷଣ କରାଯାଇଥିଲା। ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଆୟୋଜିତ ଓଡ଼ିଆ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri