ଜିଲାସ୍ତରୀୟ ସ୍ବାଧୀନତା ଦିବସ: ‘ଓଡ଼ିଶା ବିକାଶର ଭୂଖଣ୍ଡ ପାଲଟିଛି’

ଢେଙ୍କାନାଳ ଅଫିସ, ୧୫।୮-ତୁଳନାତ୍ମକ ଦୃଷ୍ଟିକୋଣରୁ ଓଡ଼ିଶା ଏବେ ବିକାଶର ଭୂଖଣ୍ଡ ପାଲଟିଛି। ୨୦୦୦ରେ ୫ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗୃହୀତ ହୋଇଥିଲା। ଚଳିତ ବର୍ଷ ଏହା ୬୫ଲକ୍ଷ ମେଟ୍ରିକ ଟନ୍‌କୁ ଛୁଇଁଛି। ଅର୍ଥାତ୍‌ ଓଡ଼ିଶା ଏବେ ବଳକା ରାଜ୍ୟରେ ପରିଣତ ହୋଇଛି। ଚାଷୀଙ୍କୁ ସମ୍ମାନ ନ ଦେଲେ ସ୍ବାଧୀନତା
ସଂଗ୍ରାମୀଙ୍କ କାହାଣୀ ଅଧୁରା ରହିଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟର ୭୦ ଲକ୍ଷ ଏସ୍‌ଏଚ୍‌ଜି ମହିଳା ଜୀବନ ଜୀବିକାର ରାହା ଦେଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ‘୫-ଟି’ ମହାମନ୍ତ୍ର ବିକାଶ ପର୍ବକୁ ମହାପର୍ବରେ ପରିଣତ କରିଛି। ମହିଳା ଏବଂ ପୁରୁଷ ସମତାଳରେ ଆଗକୁ ବଢ଼ିଲେ ସମାଜ ସମୃଦ୍ଧ ହେବ ବୋଲି କହିଛନ୍ତି କୃଷି, ପ୍ରାଣୀ ସମ୍ପଦ ବିକାଶ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ। ଢେଙ୍କାନାଳ ଷ୍ଟାଡିୟମରେ ଗୁରୁବାର ଆୟୋଜିତ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ସାହୁ ଏହା କହିଛନ୍ତି। ଏହି ଅବସରରେ ସେ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।
ସାରା ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ କରାଯାଉଥିବାରୁ ମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମହାତ୍ମା ଗାନ୍ଧୀ ଥିଲେ ଅହିଂସାର ପ୍ରବର୍ତ୍ତକ। ଅହିଂସା ଥିଲା ତାଙ୍କର ପରମ ଧର୍ମ। ଏହାକୁ ପୁଞ୍ଜିକରି ସେ ସମଗ୍ର ବିଶ୍ୱରେ ଜଣେ ଶ୍ରେଷ୍ଠ ମଣିଷ ଭାବେ ବିବେଚିତ ହୋଇଥିଲେ। ଅହିଂସା ଶବ୍ଦକୁ ସମ୍ବିଧାନରେ ସ୍ଥାନିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି। ଏବେକାର ସମୟରେ ଦେଶରେ ଅହିଂସା ଓ ଶାନ୍ତିର ଆବଶ୍ୟକତା ରହିଛି। ଢେଙ୍କାନାଳ ହେଉଛି ବୀର ସଂଗ୍ରାମୀଙ୍କ ମାଟି। ଏହି ମାଟିର ୧୨ବର୍ଷର ବାଳକ ଶହୀଦ ବାଜି ରାଉତ ଦେଶ ପାଇଁ ଆତ୍ମବଳିଦାନ ଦେଇ ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି। ଏହାକୁ ସମସ୍ତେ ହୃଦୟଙ୍ଗମ କରି ଦେଶପ୍ରେମରେ ଉଦ୍‌ବୁଦ୍ଧ ହେବାକୁ ମନ୍ତ୍ରୀ ଆହ୍ବାନ ଦେଇଥିଲେ।
ଚଳିତବର୍ଷ ମିଳିତ ପରେଡ୍‌ରେ ୪୧ଦଳ ଅଂଶଗ୍ରହଣ କରିଥିଲେ। ରିଜର୍ଭ ଇନ୍ସପେକ୍ଟର କବିରଞ୍ଜନ ସେଠୀ ପରେଡ ପରିଚାଳନା କରିଥିଲେ। ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା କାମାକ୍ଷାନଗର ବଡ଼ସୁଅଁାଳ ଗ୍ରାମର ଯବାନ ଅଜିତ କୁମାର ସାହୁଙ୍କୁ ମରୋଣତ୍ତର ସମ୍ମାନରେ ସମ୍ମାନିତ କରାଯାଇଥିଲା। ଶହୀଦଙ୍କ ବଡ଼ଭାଇ ସମ୍ମାନ ଗ୍ରହଣ କରିଥିଲେ। ସେହିପରି ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶ ସ୍ମୃତି ସମ୍ମାନରେ କିକ୍‌ବକ୍ସର କୀର୍ତ୍ତିରାଣୀ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାକୁ ବାଦ୍‌ଦେଲେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ବ୍ୟକ୍ତି, ଅନୁଷ୍ଠାନ ମଧ୍ୟ ସମ୍ବର୍ଦ୍ଧିତ ହୋଇଥିଲେ। ପରେଡରେ ଦିଲ୍ଲୀ ପବ୍ଲିକ ସ୍କୁଲର ଜୁନିୟର ଏନ୍‌ସିସି ଦଳକୁ ଶ୍ରେଷ୍ଠ ସମର ଶିକ୍ଷାର୍ଥୀ ଦଳ ଭାବେ ସିଲ୍ଡ ପ୍ରଦାନ କରାଯାଇଥିଲା। ଶ୍ରେଷ୍ଠ ବେସାମରିକ ଦଳ ଭାବେ ଆନନ୍ଦମାର୍ଗ ପବ୍ଲିକ ସ୍କୁଲ (ବାଳିକା), ସେଣ୍ଟ ଜାଭିୟର୍ସ ସ୍କୁଲ (ବାଳକ)କୁ ସିଲ୍ଡ ପ୍ରଦାନ କରାଯାଇଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମରେ ସୁଲକ୍ଷଣାଦେବୀ ବାଳିକା ଉଚ୍ଚ ବିଦ୍ୟାଳୟ ଶ୍ରେଷ୍ଠ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲା।
ସମାରୋହରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ଏସ୍‌ପି ଅନୁପମା ଜେମ୍‌ସଙ୍କ ସମେତ ସମସ୍ତ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ପରେଡ ଉତ୍ସବ ପରେ ମୁଖ୍ୟଅତିଥି ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳବଣ୍ଟନ କରିଥିଲେ। ପ୍ରାରମ୍ଭରେ ସହରରେ ଥିବା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri