ଜିଲାସ୍ତରୀୟ ସ୍ବାଧୀନତା ଦିବସ

ରାୟଗଡ଼ା ଅଫିସ, ୧୫।୮-
ରାୟଗଡ଼ା ସହରସ୍ଥିତ ଜିସିଡି ପଡିଆରେ ଗୁରୁବାର ଜିଲାସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ବୟନ ଶିଳ୍ପ ଓ ହସ୍ତତନ୍ତ ମନ୍ତ୍ରୀ ପଦ୍ମିନୀ ଦିଆନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ମନ୍ତ୍ରୀ ଶହୀଦ ବୀର ଯବାନଙ୍କ ସ୍ମୃତିଚାରଣ କରଥିଲେ। ଏଥିସହ ରାୟଗଡ଼ାକୁ ଶ୍ରେଷ୍ଠ ଜିଲାରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ଆବଶ୍ୟକ ବୋଲି ସେ କହିଥିଲେ। ସମ୍ମାନିତ ଅତିଥିଭାବେ କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା, ଜିଲାପାଳ ପ୍ରମୋଦ କୁମାର ବେହେରା, ରାୟଗଡ଼ା ଏସ୍‌ପି ସର୍ବଣା ବିବେକ ଏମ୍‌, ରାୟଗଡ଼ା ପୂର୍ବତନ ବିଧାୟକ ଲାଲ ବିହାରୀ ହିମିରିକା, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟଅତିଥି ପରେଡ ଅଭିବାଦନ ଗ୍ରହଣ କରିଥିଲେ। ୪୦ଟି ଟ୍ରୁପ ପରେଡରେ ସାମିଲ ହୋଇଥିଲେ। ୬ ବିଭାଗରେ ବିଜେତା ଓ ରନର୍ସଅପ୍‌ଙ୍କୁ ଅତିଥି ପୁରସ୍କୃତ କରିଥିଲେ। ଏହି ଅବସରରେ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରମାନେ କ୍ରୀଡ଼ା କୌଶଳ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସ୍ବାଧୀନତା ଦିବସ ପାଇଁ ଜିଲାସ୍ତରରେ କରାଯାଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅତିଥି ପୁରସ୍କୃତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri