ଜିଲାସ୍ତରୀୟ ୟୁଥ ପାର୍ଲାମେଣ୍ଟ ପ୍ରତିଯୋଗୀତା

ଖଡିଆଳ,୨୨।୮(ଡି.ଏନ.ଏ.)  ନୂଆପଡା ଜିଲା ଖଡିଆଳ ରାଜା ଆର୍ତ୍ତତ୍ରାଣ ବିଦ୍ୟାଳୟଠାରେ ଓଡିଶା ସରକାରଙ୍କ ଟିଇଆଣ୍ଡ ଏସସିଇଆରଟି ତରଫରୁ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଗଣତାନ୍ତ୍ରିକ ଚେତନା ସୃଷ୍ଟି କରିବା ପାଇଁ ଜିଲାସ୍ତରୀୟ ୟୁଥ ପାର୍ଲାମେଣ୍ଟ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଜିଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ଏବଂ ଜିଲା ବିଜ୍ଞାନ ନିରୀକ୍ଷକ ଅଶ୍ୱିନୀ କୁମାର ଭୋଇ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ସବିତା ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ ବିଚାରକ ଭାବେ ଶିକ୍ଷାବିତ ନବୀନ କିଶୋର ପାଢ଼ୀ ଏବଂ ସତିଶ କୁମାର ପଟ୍ଟନାୟକ ଦାୟିତ୍ୱ ନିର୍ବାହ କରିଥିଲେ । ବିଦ୍ୟାଳୟ ଶିକ୍ଷକ ଗୌରାଙ୍ଗ କୁମାର ସାହୁ କାର୍ଯ୍ୟକ୍ରମ ଉଦ୍ଦେଶ୍ୟ ଜ୍ଞାପନ କରିବା ସହ ପରିଚାଳନା କରିଥିଲେ । ବିଜ୍ଞାନ ଶିକ୍ଷକ ଅଶୋକ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଜିଲାର ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ସଂସଦ ଓ ବିଧାନସଭା ସମ୍ପର୍କିତ କୁଇଜ ଏବଂ ବକୃତା ପ୍ରତିଯୋଗୀ ହୋଇଥିଲା । ଏଥିରେ ଭୁଲିଆଁସିକୁଆ ଉଚ୍ଚ ବିଦ୍ୟାଳୟ ଛାତ୍ର ଦେବେନ୍ଦ୍ର ମେହେର ପ୍ରଥମ, ସିନାପାଲି ଉଚ୍ଚ ବିଦ୍ୟାଳୟ ଛାତ୍ର ଆୟୁଷ କଶ୍ୟାପ ଦ୍ୱିତୀୟ ଏବଂ ବସ୍ତ୍ରାୟଗି ଉଚ୍ଚ ବିଦ୍ୟାଳୟ ଛାତ୍ରୀ ଜଜ୍ଞସିନୀ ଗଉଡ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। ଆଗାମୀ ଦିନରେ ଭୁବନେଶ୍ୱରଠାରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ରତିଯୋଗୀତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଦେବେନ୍ଦ୍ର ମେହେର ଅଂଶ ଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମରେ ମହୁଲପଡା ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ମହେଶ କୁମାର ତିୱାରୀ, କୁମ୍ଭ କଟା, ପ୍ରଣବ କୁମାର ପାତ୍ର, ନରେନ୍ଦ୍ର କୁମାର ନାୟକ, ଶିବପ୍ରସାଦ ସାହୁ, କୃପାସିନ୍ଧୁ ମେହେର, ଆଦିତ୍ୟ ନାରାୟଣ ପଣ୍ଡା, ଦୀନନାଥ ସାହୁ, ଦୀନକୃଷ୍ଣ କ୍ଷେତ୍ରୀ, ବିଭୂ ଚରଣ ସାହୁ, ହୃଷିକେଶ ନାୟକ, ଆଶିଷ କୁମାର ସା ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri