ଜିଲା ଏଡ୍‌ସ ନିବାରଣ ଓ ନିୟନ୍ତ୍ରଣ କମିଟି ବୈଠକ : ୨୦୧୮-୧୯ରେ ଗଲାଣି ୪ ଜୀବନ

ଅନୁଗୋଳ ଅଫିସ, ୮।୬ – ଜିଲା ଏଡ୍‌ସ ନିବାରଣ ଓ ନିୟନ୍ତ୍ରଣ କମିଟି ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲାରେ ଏଡ୍‌ସ ରୋଗର ଭୟାବହତା ଦୃଷ୍ଟିରୁ ଏହାର ନିୟନ୍ତ୍ରଣ ପାଇଁ ବ୍ୟାପକ ଜନସଚେତନତା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ସେହିପରି ଚିକିତ୍ସିତ ବ୍ୟକ୍ତିମାନେ ଯେପରି ଅଧାରୁ ଚିକିତ୍ସା ନ ଛାଡ଼ନ୍ତି ସେଥିପାଇଁ ବିଭାଗୀୟ ଅଧିକାରୀ ସଜାଗ ରହିବାକୁ ସେ ପରାମର୍ଶ ଦେଇଥିଲେ।
ଶିଳ୍ପ ସଂସ୍ଥା ଗୁଡ଼ିକର ପାରିପାର୍ଶ୍ୱିକ ଅଞ୍ଚଳରେ ଟ୍ରକ୍‌ ଚାଳକ ଓ ହେଲପରମାନଙ୍କୁ ନେଇ ନିୟମିତ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଏହାଛଡ଼ା କିନ୍ନରମାନଙ୍କୁ ନେଇ ଏକ ସ୍ବତନ୍ତ୍ର ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ବୈଠକରେ ସ୍ଥିର କରାଯାଇଥିଲା। ସେହିପରି ଆକ୍ରାନ୍ତଙ୍କ ପାଇଁ ଯୋଗାଇ ଦିଆଯାଉଥିବା ବିଭିନ୍ନ ସରକାରୀ ସୁବିଧା ସମ୍ପର୍କରେ ଆଲୋଚନା ହୋଇଥିଲା। ଜିଲାରେ ଥିବା ୮ଟି ଆଇସିଟିସିରେ ଶୀତତାପ ନିୟନ୍ତ୍ରଣ ବ୍ୟବସ୍ଥା କରିବା ପାଇଁ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଛି। ଜିଲା ଏଡ୍‌ସ ନିରାକରଣ ଓ ନିୟନ୍ତ୍ରଣ ୟୁନିଟ୍‌ରେ ଚାଲୁଥିବା କୁଲରଗୁଡ଼ିକ ପାଇଁ ତୁରନ୍ତ ବିଦ୍ୟୁତ୍‌ ସଂଯୋଗ ବ୍ୟବସ୍ଥା କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ପରାମର୍ଶ ଦିଆଯାଇଛି। ୮ଟି ଆଇସିଟିସି ମଧ୍ୟରୁ ଲାବୋରୋଟୋରୀ ଟେକ୍ନିସିଆନ ନ ଥିବା ୫ଟିରେ ଜିଲା ଖଣିଜ ପାଣ୍ଠିରୁ ଟେକ୍ନିସିଆନ ନିୟୋଜିତ କରାଯିବ। ଡିପିଏମ୍‌ ଜିଲା ଏଡ୍‌ସ ନିବାରଣ ଡା. ପ୍ରମିଳା ହୋତା ଜିଲାରେ ଏଡ୍‌ସ ରୋଗ ସମ୍ପର୍କରେ ପ୍ରସ୍ତୁତ ହୋଇଥିବା ପାୱାର ପଏଣ୍ଟ ଉପସ୍ଥାପନ କରିଥିଲେ। ୨୦୦୩ ଠାରୁ ବର୍ତ୍ତମାନ ସୁଧା ଏଡ୍‌ସ୍‌ରେ ୩୮୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦୧୮-୧୯ ଏପ୍ରିଲ ସୁଦ୍ଧା ୪ ଜଣ ପ୍ରାଣ ହରାଇଛନ୍ତି। ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ସୁଦ୍ଧା ୧୮୫୩ ଜଣଙ୍କଠାରେ ଏଡ୍‌ସ୍‌ ଭୂତାଣୁ ଥିବା ପରୀକ୍ଷାରୁ ଜଣାପଡ଼ିଛି। ପ୍ରାରମ୍ଭରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରତାପ କୁମାର ବେହେରା ଏହି ରୋଗର ଭୟାବହତା ଓ ନିୟନ୍ତ୍ରଣ ଉପରେ ଆଲୋକପାତ କରିଥିଲେ। ଜିଲା ଯକ୍ଷ୍ମା ନିରାକରଣ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ ପରିବର୍ତ୍ତିତ ଜାତୀୟ ଯକ୍ଷ୍ମା ନିୟନ୍ତ୍ରଣ କାର୍ଯ୍ୟକ୍ରମ ସମ୍ପର୍କରେ ପାୱାର ପଏଣ୍ଟ ଉପସ୍ଥାପନ କରିଥିଲେ। ଏଆରଟି ସେଣ୍ଟରର ଏସ୍‌ଏମ୍‌ଓ ଡା. ଶାସ୍ବତ ସାଗର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ଜେଏସ୍‌ପିଏଲର ଜିଏମ୍‌ (ସିଏସ୍‌ଆର୍‌) ପୁଷ୍ପଲତା ଶତପଥୀ, ଡିପିଏମ୍‌ଏନ୍‌ଏଚଏମ୍‌ ବିଶ୍ୱରଞ୍ଜନ ରଥ, ଦି ମେଡିକ୍ସର ଡା. ଦିଲୀପ ସାହୁ, ବିଭିନ୍ନ ବିଭାଗର ଡାକ୍ତର, ଶିଳ୍ପ ସଂସ୍ଥାର କର୍ମକର୍ତ୍ତା, ସାମାଜିକ କର୍ମୀ ଓ ବିଭିନ୍ନ ବିଭାଗର ଜିଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri