କୋରାପୁଟରେ ଟିଡିସିସି ମାଧ୍ୟମରେ ନିର୍ମାଣ ହେବ କଫି ପ୍ରକ୍ର୍ରିୟାକରଣ କେନ୍ଦ୍ର

କୋରାପୁଟ,୨।୮(ସ୍ବ.ପ୍ର.): କୋରାପୁଟରେ କଫି ଚାଷ ପାଇଁ ଉପଯୁକ୍ତ ଜଳବାୟୁ ରହିଥିବାବେଳେ ଏହି ଚାଷକୁ ଅଧିକ ଲୋକାଭିମୁଖୀ ନେଇ ଜିଲା କଫି ଉନ୍ନୟନ ଟ୍ରଷ୍ଟର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି ା ଜିଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କଫିକୁ ଜାତୀୟ ମାନ୍ୟତା ପ୍ରଦାନ ନେଇ ଚାଷକୁ ଅଧିକ ତ୍ୱରାନ୍ବିତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହା ସହ କୋରାପୁଟସ୍ଥିତ ମୃତ୍ତିକା ସଂରକ୍ଷଣ ବିଭାଗର ଥିବା ତାଲିମ କେନ୍ଦ୍ର ପରିସରରେ ୫୦ ଲକ୍ଷ ଟଙ୍କା ବ୍ୟୟରେ ଟିଡିସିସି ମାଧ୍ୟମରେ ଏକ କଫି ପ୍ରକ୍ରୟାକରଣ କେନ୍ଦ୍ର ନିର୍ମାଣ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି।
ସେହିପରି ଜିଲାରେ ଥିବା ଆଦିବାସୀ ଜନଜାତିଙ୍କ ଆର୍ଥିକ ବିକାଶ ନେଇ ଏହି କଫି ଚାଷ ଉପରେ କଫି ଟ୍ରଷ୍ଟ ପକ୍ଷରୁ ଗୁରୁତ୍ୱ ଦିଆଯାଉଛି ବୋଲି ଜିଲା କଫି ଉପନିର୍ଦେଶକ ଭବାନୀ ଶଙ୍କର କାଲୋ ପ୍ରକାଶ କରିଥିଲେ ା ବୈଠକରେ ଅତିରିକ୍ତ ଜିଲାପାଳ ଦେବେନ କୁମାର ପ୍ରଧାନ, ଜିଲା ଜଳିବିଭାଜିକା ମିଶନର ପ୍ରକଳ୍ପ ନିର୍ଦ୍ଦେଶକ ତଥା ଜିଲା କଫି ଉପନିର୍ଦ୍ଦେଶକ ଭବାନୀ ଶଙ୍କର କାଲୋ, କଫିବୋର୍ଡର ଲିଆଇସନିଂ ଅଧିକାରୀ ଅଜିତ କୁମାର ରାଉତ, ସହକାରୀ କଫି ଉପନିର୍ଦ୍ଦେଶକ ଦୟାନିଧି ବାଗ୍‌ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?