Posted inରାଜ୍ୟ

ଜିଲା କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସର ଧାରଣା: ‘ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ’

ଢେଙ୍କାନାଳ ଅଫିସ, ୨୪।୭: ରାଜ୍ୟରେ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଆଇନଶୃଙ୍ଖଳା ପରିସ୍ଥିତି ପ୍ରତିବାଦରେ ଢେଙ୍କାନାଳ ଜିଲା କଂଗ୍ରେସ ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଜିଲା କମିଟି ପକ୍ଷରୁ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧ଟା ଯାଏ ଦଳୀୟ କାର୍ଯ୍ୟକର୍ତ୍ତା ଶାନ୍ତିପୂର୍ଣ୍ଣ ଭାବେ ଧାରଣାରେ ବସି ପ୍ରତିବାଦ କରିଥିଲେ।
ଦୀର୍ଘ ୧୯ବର୍ଷ ହେଲା ରାଜ୍ୟର ଶାସନ ଡୋରି ବିଜେଡି ସରକାର ହାତରେ ରହିଛି। ହେଲେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ସରକାର ଯେମିତି ଭୁଲିଯାଇଛନ୍ତି। ରାଜ୍ୟରେ ଶିଶୁ, ନାବାଳିକା, କେହି ସୁରକ୍ଷିତ ନାହାନ୍ତି। ବଳାତ୍କାର, ଗଣବଳାତ୍କାର, ଅପହରଣ ଭଳି ସମ୍ବେଦନଶୀଳ ଘଟଣା ବଢ଼ିଚାଲିଛି। ପ୍ରତିଦିନ ରାଜ୍ୟରେ ୬ଜଣ ମହିଳା ବଳାତ୍କାରର ଶିକାର ହେଉଛନ୍ତି। ୨୦୧୭-୧୮ ବର୍ଷରେ ୨୨୦୦ଜଣ ବଳାତ୍କାରର ଶିକାର ହୋଇଥିବାବେଳେ ଚଳିତବର୍ଷ ଏହି ସଂଖ୍ୟା ୨୫୦୦ରେ ପହଞ୍ଚତ୍ଲାଣି। ସେହିପରି ୫୦୨ ଶିଶୁ ନିଖୋଜ ହେବା ଚିନ୍ତାର ବିଷୟ। ଏସବୁ ଘଟଣାର ନିରାକରଣ ଦିଗରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ସାରା ଓଡ଼ିଶାରେ ପ୍ରତିବାଦର ସ୍ବର ଉଠିବ ବୋଲି ଉପସ୍ଥିତି ନେତୃବୃନ୍ଦ ଚେତାବନୀ ଦେଇଛନ୍ତି।
ଜିଲା ସଭାପତି ସୁରେଶଚନ୍ଦ୍ର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଧାରଣାରେ ଜିଲା କାର୍ଯ୍ୟକାରୀ ସଭାପତି ସରୋଜ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ବିପ୍ରବର ସାହୁ, ତ୍ରିନାଥ ବେହେରା, ମମତାଞ୍ଜଳି ବେହେରା, ତୁଷାରକାନ୍ତ ନାୟକ ପ୍ରମୁଖ ବହୁ କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ। ଏହି ଅବସରରେ କଂଗ୍ରେସ ପ୍ରତିନିଧି ଦଳ ମୁଖ୍ୟନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?