ଢେଙ୍କାନାଳ ଅଫିସ, ୪।୬ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ଦୁର୍ନୀତି ମାମଲାର ନିରପେକ୍ଷ ତଦନ୍ତ କରି ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ଡାକ୍ତର ଏବଂ କର୍ମଚାରୀ। ଏ ନେଇ ସେମାନେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଏଥିରେ ଅବହେଳା କରାଗଲେ ଆସନ୍ତା ସପ୍ତାହରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି କାର୍ଯ୍ୟରତ କର୍ମଚାରୀ ଚେତାବନୀ ଦେଇଛନ୍ତି।
ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ବିନା ନିର୍ଦ୍ଦେଶରେ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବାଜିଚୌକସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର କରାଯାଇଥିଲା। ଏଥିରେ ପରିବହନ ବାବଦକୁ ୨୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିବା ବିଲ୍ କରାଯାଇଥିଲା। ନୂତନ ଜିଲା ଚିକିତ୍ସାଧିକାରୀ କାର୍ଯ୍ୟରେ ଯୋଗଦେବା ପରେ ଏହାର ଅଡିଟ୍ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଏହି କାର୍ଯ୍ୟରେ ଟଙ୍କା ହଡ଼ପ ହୋଇଥିବା ଜଣାପଡ଼ିଥିଲା। ଏହାର ସିବିଆଇ ତଦନ୍ତ ମଧ୍ୟ ହୋଇଥିଲା। ଏହି କାର୍ଯ୍ୟରେ ଜଣେ ଠିକା କର୍ମଚାରୀଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ତାଙ୍କୁ ଅନ୍ୟତ୍ର ବଦଳି କରିବାକୁ ପରାମର୍ଶ ଦିଆଯାଇଥିଲା। ତେବେ ଏହାକୁ କାର୍ଯ୍ୟକାରୀ କରିବା ବେଳକୁ ସିଡିଏମ୍ଓଙ୍କ ଉପରେ ପ୍ରଶାସନିକ ଚାପ ପଡ଼ିଥିଲା। ଗଠନମୂଳକ କାର୍ଯ୍ୟରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସହଯୋଗ କରିବା, ଜିଲା ଚିକିତ୍ସାଳୟକୁ ଦୁର୍ନୀତିମୁକ୍ତ ଏବଂ ଆଦର୍ଶ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦିଗରେ ଆବଶ୍ୟକ ସହଯୋଗ କରିବାକୁ ବରିଷ୍ଠ ଚିକିତ୍ସକ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଡା. ବିଦ୍ୟୁତ୍ କୁମାର ନନ୍ଦ, ଡା. ସଂକଳ୍ପ କେଶରୀ ଭୋଳ, ଡା. ଶାନ୍ତା ନିବେଦିତା ପ୍ରମୁଖଙ୍କ ଜିଲାପାଳଙ୍କୁ ଦେଇଥିବା ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଦାବିପତ୍ରର ନକଲ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ ଓ ନିର୍ଦ୍ଦେଶକଙ୍କ ନିକଟକୁ ପଠାଯାଇଛି।
ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ
ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...
ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ
ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...
ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା
ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...
ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍, ଭିତରେ ଥିଲେ ଚାଳକ…
ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...
ପେଟ୍ରୋଲ ପମ୍ପ ପାଇଁ ଶହଶହ ଟ୍ରିପ୍ ବାଲି ଚେରି: ଉପ ଜିଲାପାଳ କହିଲେ…
ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍ ମାଟି ଚୋରି ହୋଇଛି। ୫୩...
ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍ କରିବାକୁ ଯିବାବେଳେ…
ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...
ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ
ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...
କେନାଲ ଭିତରକୁ ପଶିଗଲା କାର୍
ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...
Archives


