ଜିଲା ଚିଠି : ଅସଜଡ଼ା ସ୍ବାସ୍ଥ୍ୟସେବା

ରାଜ୍ୟ ସରକାରଙ୍କ ପକ୍ଷରୁ ‘ମୋ ସରକାର’ ଯୋଜନା ଜିଲାର ପ୍ରତି ଡାକ୍ତରଖାନାରେ ଲାଗୁ କରାଯାଇଛି। ଏଥିପାଇଁ ସବୁଠି ତତ୍ପରତା ପ୍ରକାଶ ପାଇଛି। ତଥାପି ଜିଲାବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ମିଳୁ ନାହିଁ। କେଉଁଠି ଭିତ୍ତିଭୂମି ଅସଜଡ଼ା ଅବସ୍ଥାରେ ରହିଛି ତ ଆଉ କେଉଁଠି ଆବଶ୍ୟକ ସଂଖ୍ୟକ ଡାକ୍ତରଙ୍କ ଅଭାବରୁ ଫାର୍ମାସିଷ୍ଟମାନେ ରୋଗୀ ଦେଖି ରୋଗ ଚିହ୍ନଟ କରୁଛନ୍ତି ଓ ସେହି ରୋଗର ଉପଶମ ପାଇଁ ଔଷଧ ବି ଲେଖୁଛନ୍ତି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭ କରି ନୂତନ ସ୍ବାସ୍ଥ୍ୟକେନ୍ଦ୍ରରେ ବି ଏପରି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ ଡାକ୍ତରଖାନା ଏଥିରୁ ବି ବାଦ୍‌ ପଡ଼ିନାହିଁ। ବିଭିନ୍ନ ବିଭାଗରେ ଆବଶ୍ୟକ ସଂଖ୍ୟଙ୍କ ଡାକ୍ତର ନ ଥିବାରୁ ରୋଗୀ ସେବା ଏକ ପ୍ରକାର ଅଚଳ ହୋଇପଡ଼ିଛି। ସବୁଠି ଯେମିତି ଅବ୍ୟବସ୍ଥା ଲାଗି ରହିଛି। ସବୁ ଡାକ୍ତରଖାନାରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କ ଭିଡ଼ ଲାଗି ରହୁଛି। ପରିସ୍ଥିତି ଏପରି ହୋଇଛି ଯେ, ରୋଗୀ ରୋଗ ବିଷୟରେ ସମ୍ପୂର୍ଣ୍ଣ ତଥ୍ୟ କହିବା ପୂର୍ବରୁ ଦାୟିତ୍ୱରେ ଥିବା ଡାକ୍ତର ଔଷଧ ଲେଖି ଦେଉଥିବା ଅଭିଯୋଗ ହେଉଛି। ସେହିଭଳି ଜିଲା ମୁଖ୍ୟ ଡାକ୍ତରଖାନାର କେତେଜଣ ଡାକ୍ତର ନିଜର ସରକାରୀ କ୍ୱାର୍ଟର୍ସରେ ବି ରୋଗୀ ଦେଖି ଫି ନେଇ ନାମୀଦାମୀ କମ୍ପାନୀର ଔଷଧ ଲେଖୁଛନ୍ତି। ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀମାନେ ଯଦି କୌଣସି ଅବ୍ୟବସ୍ଥାକୁ ନେଇ ପ୍ରତିବାଦ କରୁଛନ୍ତି ବା ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଦାବି କରୁଛନ୍ତି ତା’ହେଲେ ଡାକ୍ତରଖାନା କର୍ତ୍ତୃପକ୍ଷ ତୁରନ୍ତ ସେହି ରୋଗୀଙ୍କୁ ଅନ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ମିଳିଥିବା ସୂଚନା ଅନୁସାରେ, ଜିଲାରେ ୧୯୬ ଜଣ ଡାକ୍ତର ଆବଶ୍ୟକ ଥିବା ବେଳେ ଅଛନ୍ତି ମାତ୍ର ୮୬ ଜଣ। ୧୧୦ ଡାକ୍ତର ପଦବୀ ଖାଲି ପଡ଼ିଛି, ଫଳରେ ଜିଲାରେ କିପରି ଭାବେ ରୋଗୀ ସେବା ଚାଲିଥିବ ତାହା ଅନୁମେୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ଟୋବର ୧୬ରେ ନୟାଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ, ରୋଗୀମାନଙ୍କ ସମ୍ପର୍କୀୟଙ୍କ ପାଇଁ ଏକ ଆଶ୍ରୟସ୍ଥଳୀ, ଜିଲା ରୋଗୀ କଲ୍ୟାଣ ସମିତି ପାଣ୍ଠିକୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ, ଜିଲାକୁ ଦୁଇଟି ଆମ୍ବୁଲାନ୍ସ ଓ ଗୋଟିଏ ମହାପ୍ରୟାଣ ଗାଡ଼ି ମଞ୍ଜୁର କରିଥିଲେ। ଭିତ୍ତିଭୂମି ସଜଡ଼ା ପାଇଁ ସରକାର ଉଦ୍ୟମ ଜାରି ରଖିଥିବାବେଳେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ଜିଲାବାସୀ ଦାବି କରିଛନ୍ତି। ଅନ୍ୟପକ୍ଷେ ଡାକ୍ତରମାନେ ରୋଗୀ ଓ ତାଙ୍କ ସମ୍ପର୍କୀୟମାନଙ୍କ ସହ ଭଲ ବ୍ୟବହାର କରିବା ପାଇଁ ବୁଦ୍ଧିଜୀବୀ ମହଲରେ ଗୁରୁତ୍ୱାରୋପ କରାଯାଇଛି।
– ରଞ୍ଜନ କୁମାର ପ୍ରଧାନ


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri