ଜିଲା ନିର୍ମାଣ ଶ୍ରମିକ ୟୁନିୟନ୍‌ ସମନ୍ବୟ କମିଟି ପକ୍ଷରୁ ବିଭିନ୍ନ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣବିକ୍ଷୋଭ

ଭବାନୀପାଟଣା,୨୫।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ନିର୍ମାଣ ଶ୍ରମିକ ୟୁନିୟନ୍‌ ସମନ୍ବୟ କମିଟି ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣବିକ୍ଷୋଭ କରାଯାଇଛି। ଏହି ଅବସରରେ ୧୩ ଦଫା ଦାବି ସମ୍ବଳିତ ଏକ ସ୍ମାରକପତ୍ର ଜିଲାପାଳଙ୍କ ଜରିଆରେ ଶ୍ରମ କମିଶନର ତଥା ସଚିବ, ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡକୁ ପ୍ରଦାନ କରାଯାଇଛି। ନିର୍ମାଣ ଶ୍ରମିକମାନଙ୍କ ଏକ ବିଶାଳ ରାଲି ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ । ସେଠାରେ ଏକ ବିରାଟ ବିକ୍ଷୋଭ ସଭାରେ ସେମାନଙ୍କ ଦାବି ସମ୍ପର୍କରେ ଆଲୋଚନା କରିଥିଲେ। ପରେ ଜିଲାପାଳଙ୍କ ଜରିଆରେ ସେମାନେ ଦାବିପତ୍ର ରାଜ୍ୟ ଶ୍ରମ କମିଶନର ତଥା ସଚିବଙ୍କ ନିକଟକୁ ପଠାଇଥିଲେ। ସେମାନଙ୍କ ଦାବି ମଧ୍ୟରେ ରାଜ୍ୟ ତଥା କଳାହାଣ୍ଡି ଜିଲାର ନିର୍ମାଣ ଶ୍ରମିକମାନେ ଅକ୍ଲାନ୍ତ ପରିଶ୍ରମ କରି ସେମାନଙ୍କ ଶ୍ରମ ପ୍ରଦାନ କରୁଛନ୍ତି। ହେଲେ ସେମାନଙ୍କୁ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ଯେଭଳି ସହାୟତା ପ୍ରଦାନ କରିବା କଥା ତାହା ମିଳୁନାହିଁ । ଜିଲା ଶ୍ରମ କାର୍ଯ୍ୟାଳୟରେ ଦୀର୍ଘ ଦିନ ହେଲା ପଞ୍ଜୀକରଣ ନିମନ୍ତେ ଆସିଥିବା ଶହ ଶହ ଆବେଦନ ପତ୍ର ପଡିରହିବା, ନୂତନ ଭାବେ ନିର୍ମାଣ ଶ୍ରମିକଙ୍କ ପଞ୍ଜୀକରଣ ପ୍ରକ୍ରିୟାରେ ଅହେତୁକ ବିଳମ୍ବ ହେବା ଓ ବିଭିନ୍ନ ସହାୟତା ପ୍ରଦାନରେ ଅସହାୟ ନିର୍ମାଣ ଶ୍ରମିକମାନଙ୍କୁ ବିଭିନ୍ନ ଆଳ ଦେଖାଇ ସହାୟତା ପ୍ରଦାନରେ କାଳକ୍ଷେପଣ ନୀତି ଅବଲମ୍ବନ କରିବା ଆଦି ବିଭିନ୍ନ ଦାବି ରହିଛି। ଏଥିରେ ଶ୍ରମିକ ନେତା ଗୌରଚନ୍ଦ୍ର ନାଏକ, ଡମ୍ବରୁଧର ବେହେରା, ଜୀବନ ଜ୍ୟୋତି ବାଗ, ଶିଶିର ପଟ୍ଟନାୟକ, ଅନିଲ କୁମାର ସାହୁ, ଚୈତନ୍ୟ ସାହୁ, ସତ୍ୟ ମାଝି, ଆନନ୍ଦ ଶଡଙ୍ଗୀ, ସୁବାସ ଦାଶ ଓ ସୁରେନ୍ଦ୍ର କୁମାର କର ପ୍ରମୁଖ ଉପସ୍ଥିତ ରହି ବିକ୍ଷୋଭ ସମାବେଶର ଉଦ୍‌ବୋଧନ ଦେଇ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri