ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଛକାପଞ୍ଝା

ଗୁଣପୁର,୧୫।୨(ଡି.ଏନ.ଏ)

ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ ା ଏଥିଲାଗି ବିଭିନ୍ନ ଦଳ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ହେଲେ ଏହି ନିର୍ବାଚନ ନିର୍ଦ୍ଧାରିତ ତାରିଖରେ ହେବ ନା ନାହିଁ ତାହାକୁ ନେଇ ସନ୍ଦିହାନ ପ୍ରକାଶ ପାଇଛି ା କାରଣ ଏହି ମାମଲା ଏବେ ହାଇକୋର୍ଟରେ ପହଁଞ୍ଚିଥିବା ଜଣାପଡିଛି। ଡିସେମ୍ବର ୨୪ ତାରିଖରେ ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ଦୁର୍ଘଟଣାରେ ମୃତ୍ୟୁ ପରେ ଏହି ପଦ ଖାଲି ରହିଛି। ଏବେ ଜିଲା ପରିଷଦ ଉପାଧ୍ୟକ୍ଷ ବୀଣାପାଣି ସାହୁକାର ଏହି ଦାୟିତ୍ୱ ତୁଲାଇ ଆସୁଛନ୍ତି ା ବର୍ତ୍ତମାନ ଅଧ୍ୟକ୍ଷ ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ଭୋଟର ତାଲିକା ପ୍ରକାରେ କଂଗ୍ରେସର ଜିଲା ପରିଷଦ ସଂଖ୍ୟା ୧୦ ରହିଥିବାବେଳେ ବିଜେଡିର ୭ ଏବଂ ଭାଜପାର ୪ ଜଣ ରହିଛନ୍ତି ା ପଦ୍ମପୁର ‘ଖ’ ଜୋନ ଆସନ ପୁରୁଷୋତ୍ତମଙ୍କ ମୃତ୍ୟୁ ପରେ ଖାଲି ରହିଛି ା ଏହି ସ୍ଥାନରେ ନିର୍ବାଚନ ନ ହୋଇ ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାରୁ ଏହାକୁ ନେଇ ଆରମ୍ଭ ହୋଇଛି ଆଇନଗତ ବିତର୍କ ା ଏହାକୁ ନେଇ ମାମଲା ହାଇକୋର୍ଟରେ ପହଁଞ୍ଚିଥିବା ଶୁଣିବାକୁ ମିଳିଛି ା ମାମଲାର ଶୁଣାଣି ପରେ ନିର୍ବାଚନର ଭାଗ୍ୟ ନିର୍ଦ୍ଧାରଣ ହେବ ବୋଲି ଆଲୋଚନା ହେଉଛି ା କାଶୀପୁର ‘ଗ’ ଜୋନର ସଭ୍ୟ ନୀଳକଣ୍ଠ ଝୋଡିଆଙ୍କ ସଭ୍ୟ ପଦ ଜିଲା କୋର୍ଟ ରଦ୍ଦ କରିବା ପରେ ସେ ହାଇକୋର୍ଟର ଆଶ୍ରୟ ନେଇଛନ୍ତି ା ମାମଲା ଏବେ ହାଇକୋର୍ଟରେ ବିଚାରାଧୀନ ରହିଥିବାରୁ ତାଙ୍କୁ ମିଶାଇ କଂଗ୍ରେସର ସଭ୍ୟ ସଂଖ୍ୟା ୧୦ ଜଣ ଅଛନ୍ତି ା ଗତ ଜିଲା ପରିଷଦ ନିର୍ବାଚନରେ ୨୨ ଆସନ ମଧ୍ୟରୁ କଂଗ୍ରେସ ୧୧ ଟି ଦଖଲ କରିଥିବାବେଳେ ବିଜେଡି ୭ ଏବଂ ଭାଜପା ୪ଟି ଅକ୍ତିଆର କରିବାରେ ସଫଳ ହୋଇଥିଲେ ା ପୁରୁଷୋତ୍ତମଙ୍କ ମୃତ୍ୟୁ ପରେ ଜିଲା ପରିଷଦ ୨୨ଟିରୁ ୨୧ ଜଣ ସଭ୍ୟ ରହିଛନ୍ତି ା ବର୍ତ୍ତମାନ ୨୧ ଜଣ ସଭ୍ୟଙ୍କୁ ନେଇ ନିର୍ବାଚନ ହେବାର ଅଛି ା


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀ ପିନ୍ଧିଥିବା ଶାଢ଼ୀରେ ତଣ୍ଟି ଚିପି…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri