ଜିଲା ପରିଷଦ ବୈଠକ: ଜିଲାର ବିବିଧ ସମସ୍ୟା ଉପରେ ଆଲୋଚନା

ନୂଆପଡା ଅଫିସ,୨୧ା୯
ନୂଆପଡା ଜିଲା ଗଠନ ହେବାଠାରୁ ପଚିଶ ବର୍ଷ ବିତିଯାଇଥିଲେ ମଧ୍ୟ ସରକାରଙ୍କ ତରଫରୁ ବାର୍ଷିକ କୋଟି କୋଟି ଟଙ୍କାର ଯୋଜନାରେ ଟଙ୍କା ଖର୍ଚ୍ଚ ହେଉଛି। ତଥାପି ସମସ୍ୟା ଯଥା ପୂର୍ବଂ ତଥା ପର ହୋଇ ରହିଛି। ଏହାକୁ ନେଇ ବିଭିନ୍ନ ସମୟରେ ଯୋଜନା ପ୍ରସ୍ତୁତ ହେଉଛି, ହେଲେ ପରବର୍ତ୍ତି ସମୟରେ କାର୍ଯ୍ୟାନ୍ବୟନ ହେଉ ନ ଥିବାରୁ ଜନପ୍ରତିନିଧିମାନେ କ୍ଷୋଭ ପ୍ରକାଶ କରିଥିଲେ। ଶୁକ୍ରବାର ସ୍ଥାନୀୟ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଆୟୋଜିତ ଜିଲା ପରିଷଦ ବୈଠକରେ ଯୋଗଦେଇ ପ୍ରତିନିଧିମାନେ ଏହା କହିଛନ୍ତି ।
ପୂର୍ବାହ୍ନ ୧୧ଟାବେଳେ ଜିଲା ପରିଷଦ ଅଧ୍ୟକ୍ଷା ନମିତା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଜିଲାପାଳ ମଧୁସ୍ମିତା ସାହୁ, କଲାହାଣ୍ଡି ଏମପି ବସନ୍ତ କୁମାର ପଣ୍ଡା, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ, ଖଡିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ପ୍ରମୁଖ ଯୋଗଦେଇଥିଲେ। ଏଥିରେ କ୍ରମାନ୍ବୟରେ ଜିଲାର ବିଭିନ୍ନ ବିଭାଗ ଉପରେ ଆଲୋଚନା ହୋଇଥିଲା। ଜିଲାରେ ଗତ ଦିନରେ ଧାନ କିଣାରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ପ୍ରତିନିଧିମାନେ ଯୋଗାଣ ବିଭାଗ ଉପରେ ବର୍ଷିଥିଲେ। ବିଭାଗୀୟ ଅଧିକାରୀ ଏବଂ ମିଲର୍ସଙ୍କ ମଧୁଚନ୍ଦ୍ରିକା ଯୋଗୁ ଚାଷୀ ହରଡଘଣାରେ ପଡୁଥିବା ନେଇ ଚର୍ଚ୍ଚା ହୋଇଥିଲା। ତଥାପି ବିଭାଗ ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏହିଭଳି ଜିଲାରେ ୟୁରିଆ ସାରର କଳାବଜାରୀ ଉପରେ ମଧ୍ୟ ଅସନ୍ତୋଷ ପ୍ରକାଶ କରିଥିଲେ ପ୍ରତିନିଧିମାନେ। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପ୍ରାଣୀ ଚିକିତ୍ସା, ଜଙ୍ଗଲ ସୁରକ୍ଷା ଉପରେ ଆଲୋଚନା ହୋଇଥିଲା । ସେହିଭଳି ଆଗାମୀ ଦିନରେ ଜିଲା ପାଇଁ କଅଣ ସବୁ ବ୍ୟବସ୍ଥା କରାଯିବ ସେ ଉପରେ ମଧ୍ୟ ପ୍ରସ୍ତାବ ଆସିଥିଲା। ଜିଲ୍ଲାପାଳ ସାହୁ ବିଭାଗୀୟ ଅଧିକାରୀମାନଙ୍କୁ ତପତ୍ରତା ପ୍ରକାଶ କରି ତୃଣମୂଳସ୍ତରକୁ ଯାଇ କାମ କରିବାକୁ ପରାମର୍ଶ ଦେଇଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା କୃଷି ଉପନିର୍ଦ୍ଦେଶକ ଜାହିଦ ଖାନ, ଜିଲା ଖାଦ୍ୟ ଯୋଗାଣ ଅଧିକାରୀ ଅଶୋକ ଦାସ, ଜିଲା ପ୍ରକଳ୍ପ ସଂଯୋଜକ ସମଗ୍ର ଶିକ୍ଷା ଅଭିଯାନ ଆଦିକନ୍ଦ ଦାସ, ଜିଲା ମଙ୍ଗଳ ଅଧିକାରୀ ସନ୍ଧ୍ୟା ମାଝି ପ୍ରମୁଖ ଯୋଗଦେଇଥିବାବେଳେ ସମସ୍ତ ବିିଡିଓ, ତହସିଲଦାର, ପଞ୍ଚାୟତିରାଜ ପ୍ରତିନିଧିମାନେ ଯୋଗଦେଇଥିଲେ। ଜିଲାପାଳ ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଉଚ ଉତ୍ପାଦନ କେନ୍ଦ୍ରରେ ବଡ଼ ଧରଣର ଚଢ଼ାଉ

ଖଡ଼ିଆଳ,୨୩ା୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲାକୁ ସମ୍ପୂର୍ଣ୍ଣ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ଜିଲା ପାଇଁ ପ୍ରଶାସନ ସଙ୍କଳ୍ପ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରଖିଛି। ଏପରିସ୍ଥଳେ…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ହାତୀ ଭୟ: ରାତିରେ ଗଛ ଉପରେ ବିତୁଛି ଜୀବନ

ନୂଆପଡ଼ା,୧୩ା୨(ମକାରୁ ବେମାଲ): ହାତୀ ଭୟ ଯୋଗୁ ରାତି ହେଲେ ଲୋକେ ଗଛ ଉପରେ ଜୀବନ ବିତାଉଛନ୍ତି। ଏଭଳି ଦୃଶ୍ୟ ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା…

ବିଜୁ ଏକ୍ସପ୍ରେସ୍‌ ୱେ ମରଣଯନ୍ତା: ପ୍ରତିଦିନ ଦୁର୍ଘଟଣା

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଲାଇଫ୍‌ଲାଇନ କୁହାଯାଉଥିବା ବିଜୁ ଏକ୍ସପ୍ରେସ୍‌ ଫୋର ୱେ ଏବେ ମରଣଯନ୍ତା ପାଲଟିଛି। ଏଥିଯୋଗୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ନିରୀହ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri