ଜିଲା ପରିଷଦ, ସମିତି ସଭ୍ୟ, ସରପଞ୍ଚ ଉପନିର୍ବାଚନ: ୪ ଜିଲା ପରିଷଦ ଅକ୍ତିଆର କଲା ବିଜେଡି

ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ରାଜ୍ୟର ବିଭିନ୍ନ ଜିଲାରେ ଖାଲିପଡ଼ିଥିବା ୪ ଜିଲାପରିଷଦ ଆସନ, ୨୧ ସମିତି ସଭ୍ୟ, ୧୭ ସରପଞ୍ଚ ଓ ୩୦୩ ଓ୍ବାର୍ଡମେମ୍ବର ପଦ ପାଇଁ ବୁଧବାର ହୋଇଥିବା ଉପନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ସମସ୍ତ ୪ ଜିଲା ପରିଷଦ ଜୋନ୍‌ରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଯାଜପୁର ଜିଲାର ୮ନଂ ଦାନଗଦୀ ଜୋନ୍‌ରେ ବିଜେଡି ପ୍ରାର୍ଥୀ ପ୍ରଦୀପ ମହାନ୍ତି ଭାଜପା ପ୍ରାର୍ଥୀ ପ୍ରତାପ ଧୀରଙ୍କୁ ପରାସ୍ତ କରିଥିବାବେଳେ ଗଞ୍ଜାମ ଜିଲା ୧୯ନଂ ଛତ୍ରପୁର ଜୋନ୍‌ରେ ବିଜେଡିର ପ୍ରମୋଦ କୁମାର ପ୍ରଧାନ ସିପିଆଇ ପ୍ରାର୍ଥୀ ଭାଗୀରଥି ପ୍ରଧାନଙ୍କୁ ପରାସ୍ତ କରିଛନ୍ତି। ସେହିପରି କୋରାପୁଟ ଜିଲାର ୧୫ନମ୍ବର ପଟାଙ୍ଗି ଜୋନରେ ବିଜେଡିର ଲଇଛନ ଖେରା ଏବଂ ୧୦ନମ୍ବର ଦଶମନ୍ତପୁର ଜୋନ୍‌ରେ ବିଜେଡିର କହ୍ନେଇ ଜାନି ବିଜୟୀ ହୋଇଛନ୍ତି। ଜିଲାପରିଷଦ ସମସ୍ତ ଜୋନ୍‌ରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ବିଜେଡି ସମର୍ଥିତ ସରପଞ୍ଚ, ସମିତିସଭ୍ୟ ଓ ଓ୍ବାର୍ଡମେମ୍ବର ବିଜୟୀ ହୋଇଛନ୍ତି। ଏହି ଉପନିର୍ବାଚନ ପାଇଁ ଗତ ଅକ୍ଟୋବର ୨୨ରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri