ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଅଞ୍ଚଳବାସୀ

ଅନୁଗୋଳ ଅଫିସ, ୨୪।୯

ଅନୁଗୋଳ ନୂଆମୌଜା ପଞ୍ଚାୟତ ଶରଧାପୁର ଗ୍ରାମର ଅନେକ ଲୋକ ସରକାରୀ ଯୋଜନା ଓ ସହାୟତାରୁ ବଞ୍ଚିତ ରହିଛନ୍ତି। ଏ ନେଇ ଗ୍ରାମର ୧୮ ଜଣ ସୋମବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେମାନେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କୁ ଭେଟି ତୁରନ୍ତ ସମସ୍ୟା ସମାଧାନ ପାଇଁ ଦାବି କରିଛନ୍ତି।
ଗ୍ରାମବାସୀ ଦର୍ଶାଇଛନ୍ତି ଯେ, ଗ୍ରାମର ସୁବାସ ଚନ୍ଦ୍ର ପ୍ରଧାନଙ୍କ ଘର ବର୍ଷାରେ ଭାଙ୍ଗି ଯାଇଛି। ହେଲେ ତାଙ୍କୁ ଏଯାଏ ସରକାରୀ ସହାୟତା ମିଳିପାରି ନାହିଁ। ଭିନ୍ନକ୍ଷମ ହୋଇଥିଲେ ବି ବବୁଲୁ ସାହୁ ଓ ବାସନ୍ତୀ ସାହୁଙ୍କୁ ସରକାରଙ୍କ ଭତ୍ତା ଯୋଜନାରେ ସାମିଲ କରାଯାଇ ନାହିଁ। ଗାଁର ନେକୁରୀ ସାହୁ, ପରମା ସାହୁ, ଶିକର ସାହୁ, କୁନି ସ୍ବାଇଁ, ଦୁହିତା ବେହେରା, ଶ୍ରୀବତ୍ସ ସାହୁ, ଟିକିଲି ସାହୁ, ବିଛିଲି ପାତ୍ର, କମାର ପାତ୍ର, ଅରକ୍ଷିତ ବେହେରା, ବୁଧେଇ ସାହୁ, ମଙ୍ଗୁଳୁ ସାହୁ, କବିତା ସାହୁ, ଶୁକଦେବ ସାହୁ ପ୍ରମୁଖ ବୃଦ୍ଧାବୃଦ୍ଧଙ୍କୁ ଏଯାଏ ଭତ୍ତା ମିଳିପାରି ନାହିଁ। ଏ ନେଇ ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ବାରମ୍ବାର ଧାଉଁଥିଲେ ମଧ୍ୟ କିଛି ସୁଫଳ ମିଳୁ ନ ଥିବା ସେମାନେ ଅଭିଯୋଗରେ ଦର୍ଶାଯାଇଛି। ଏ ନେଇ ନୂଆମୌଜା ସରପଞ୍ଚ ଜ୍ୟେତ୍ସ୍ନାରାଣୀ ନାୟକ କହିଛନ୍ତି, ପଞ୍ଚାୟତର ଲୋକେ କିଭଳି ସରକାରୀ ସୁବିଧା ପାଇବେ ସେଥିପାଇଁ କାର୍ଯ୍ୟ କରାଯାଉଛି। ଲୋକମାନେ ସେମାନଙ୍କ କାଗଜପତ୍ର ଦାଖଲ କଲେ ସେମାନଙ୍କୁ ସରକାରୀ ଯୋଜନା ସହ ଅନ୍ୟାନ୍ୟ ସହାୟତା ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri