ଜିଲା ପ୍ରଶାସନ ପକ୍ଷରୁ ସ୍ମୃତି ସଭା: ‘ଯୁବଶକ୍ତିର ପ୍ରେରଣା କଳ୍ପନା’

ଢେଙ୍କାନାଳ ଅଫିସ, ୨୯।୫-ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ପରଲୋକରେ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଭାବୋଦ୍ଦୀପକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଅବସରରେ ପୂର୍ବାହ୍ନ ସାଢ଼େ ୧୦ଟାରେ ସ୍ଥାନୀୟ ଗୋପବନ୍ଧୁ ଟାଉନ୍‌ହଲ୍‌ରେ ଆୟୋଜିତ ସ୍ମୃତିସଭାରେ ଅଧ୍ୟକ୍ଷତା କରି ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ କହିଲେ, କଳ୍ପନା ସବୁଦିନ ପାଇଁ ଅମର। ଯୁବଶକ୍ତି ପାଇଁ ସେ ଥିଲେ ପ୍ରେରଣାର ଉତ୍ସ। ୫୦ବର୍ଷରେ ଏଭରେଷ୍ଟ ଚଢ଼ିବା କଥା ଭାବିବା ତାଙ୍କ ଦୃଢ଼ମନା ବ୍ୟକ୍ତିତ୍ୱର ପରିଚୟ ଦିଏ। ତାଙ୍କ ବିୟୋଗରେ ହୋଇଥିବା ପରିବାରର କ୍ଷତି କେହି ଭରଣା କରିପାରିବେ ନାହିଁ। ଏପରି କଠୋର ସମୟରେ ପ୍ରଶାସନ ପରିବାର ସଦସ୍ୟଙ୍କ ସହିତ ଅଛି ବୋଲି ଜିଲାପାଳ ମତବ୍ୟକ୍ତ କରିଥିଲେ। ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର ସ୍ବାଗତ ଭାଷଣରେ କହିଲେ, କଳ୍ପନା ଓଡ଼ିଆ ଜାତିର ଗୌରବ। ସେ ବିରଳ କୀର୍ତ୍ତିମାନ ସ୍ଥାପନ କରି ଢେଙ୍କାନାଳ ମାଟିକୁ ଗୌରବାନ୍ବିତ କରିଛନ୍ତି। ତାଙ୍କ ପରଲୋକରେ ଯେଉଁ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ତାହା ଅପୂରଣୀୟ ବୋଲି ସେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ କଳ୍ପନାଙ୍କ ମା’ ଶୈଳବାଳା ଦାଶଙ୍କ ସମେତ ପରିବାରର ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ।
ପ୍ରାରମ୍ଭରେ କଳ୍ପନାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ସହରର ଏକ ସଡ଼କ, ନବନିର୍ମିତ ସ୍ପୋଟର୍‌ସ କମ୍ପ୍ଳେକ୍ସ, କ୍ରୀଡ଼ା ଅନୁଷ୍ଠାନକୁ ତାଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ସେହିପରି ଜିଲା ସଂଗ୍ରହାଳୟରେ କଳ୍ପନାଙ୍କ ପର୍ବତାରୋହଣରେ ବ୍ୟବହୃତ ପୋଷାକ ସ୍ଥାନିତ କରିବାକୁ ଦାବି ଉପସ୍ଥାପନ କରାଯାଇଛି।
ବରିଷ୍ଠ ଆଇନଜୀବୀ ଦୀପ୍ତିଶ ପ୍ରସାଦ ପଟ୍ଟନାୟକ, ରମା ସିଂ, ପୂର୍ବତନ ନଗରପାଳ ସୁଧାଂଶୁ ଦଳେଇ, ଇଶୋର ସମ୍ପାଦିକା ପୁଷ୍ପାଞ୍ଜଳି ଜେନା, ଜିଲା ଓକିଲ ସଂଘ ସଭାପତି ସଞ୍ଜୟ ମିଶ୍ର, ଜିଲା ସାମ୍ବାଦିକ ସଂଘ ସଭାପତି ପ୍ରସନ୍ନ ପଟ୍ଟନାୟକ, ରେଡ୍‌କ୍ରସ୍‌ ଉପସଭାପତି ବିରଞ୍ଚତ୍ ନାରାୟଣ ପାଣି, ମିଳିତ ବଜାର ପୂଜା କମିଟି ସଭାପତି ରାମଚନ୍ଦ୍ର ପାତ୍ର ପ୍ରମୁଖ କଳ୍ପନାଙ୍କୁ ଶିବକନ୍ୟା ଭାବେ ଉପସ୍ଥାପନ କରିଥିଲେ। ଏଭରେଷ୍ଟ କଳ୍ପନାଙ୍କୁ ପରିଚିତି ଦେଇଥିଲା। ସେହି ଏଭରେଷ୍ଟରେ ହିଁ ସେ ଲୀନ ହୋଇଗଲେ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ଜିଲା ସଂସ୍କୃତି ପରିଷଦ ସଂଯୋଜକ ଅବନୀ ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବାବେଳେ ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri