ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା

ଭବାନୀପାଟଣା,୧୭।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ତଥା କଳାହାଣ୍ଡି ଜିଲା ବିଜେଡି ପର୍ଯ୍ୟବେକ୍ଷକ ନବକିଶୋର ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ଜିଲାର ସମସ୍ତ ଦଳୀୟ କର୍ମୀ ଓ ନେତା ଏକାଠି ହୋଇ ଦଳ ତଥା ଜିଲା ପାଇଁ କାର୍ଯ୍ୟ କଲେ କଳାହାଣ୍ଡିକୁ ଏକ ଅଗ୍ରଣୀ ଜିଲାରେ ପରିଣତ କରାଯାଇ ପାରିବ ବୋଲି କହିଥିଲେ। ଏଥିରେ ଜିଲା ବିଜେଡି ଉପସଭାପତି ଭବାନୀଶଙ୍କର ମିଶ୍ର, ପୂର୍ବତନ ବିଧାୟକ ଅନାମ ନାଏକ, ଜିଲା ଛାତ୍ର ସଭାପତି ଅବିନାଶ ଠାକୁର ପ୍ରମୁଖ ଉପସ୍ଥିତ ଥିଲେ। କଳାହାଣ୍ଡି ବିକାଶ ଧାରାରେ ବିଜେଡିର ଭୂମିକା ସମ୍ପର୍କରେ ହୋଇଥିବା ଆଲୋଚନାରେ ଶକ୍ତମନ୍ତ୍ରୀ କ୍ୟା. ଦିବ୍ୟଶଙ୍କର ମିଶ୍ର, ଦଳର ଜିଲା ଉପସଭାପତି ପ୍ରଦୀପ କୁମାର ମୁଣ୍ଡ, ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ ଓ ଜିଲା ଉପସଭାପତି ଜାକିର ହୁସେନ୍‌ ଆଲୋଚନା କରିଥିବା ବେଳେ ପ୍ରସ୍ତାବକ ଭାବେ ଭବାନୀଶଙ୍କର ନିଆଲ ଉପସ୍ଥିତ ଥିଲେ। କଳାହାଣ୍ଡି ଜିଲା ଶିକ୍ଷାର ଏକ ପେଣ୍ଠସ୍ଥଳି ଶୀର୍ଷକ ଆଲୋଚନାରେ ଧର୍ମଗଡ ବିଧାୟକ ମୌଷଧି ବାଗ, ଜିଲା ସମ୍ପାଦକ ଜିତେନ୍ଦ୍ର ମହାନ୍ତି, କାଯର୍‌ୟକାରୀ ସଭାପତି ପ୍ରବୋଧ ରଥ ଯୁବକଯୁବତୀମାନଙ୍କୁ ନିଯୁକ୍ତି ତଥା ଆମତ୍ନିର୍ଭରଶୀଳ କରିବାକୁ ଏମ୍‌ଏସ୍‌ଏମ୍‌ଇ ଜରିଆରେ କୁଟିର ଶିଳ୍ପ, କ୍ଷୁଦ୍ର ଶିଳ୍ପ ତଥା ବିଲୁପ୍ତ ପ୍ରାୟ ଶିଳ୍ପ ସଂସ୍ଥାର ପୁନରୁଦ୍ଧାର ପାଇଁ ପ୍ରଚେଷ୍ଟା କରିବାକୁ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମର ପ୍ରସ୍ତାବକ ଭାବେ ଦଳର ଅଶୋକ ମହାନ୍ତି ପ୍ରସ୍ତାବକ ଥିଲେ। କଳାହାଣ୍ଡିର ଚାଷ ଏବଂ ଚାଷୀଙ୍କ ପାଇଁ ବିଜୁ ଜନତା ଦଳର ଭୂମିକା ସମ୍ପର୍କରେ ଆଲୋଚନା କରିବା ବେଳେ ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ ପ୍ରାରମ୍ଭିକ ବକ୍ତବ୍ୟ ରଖିଥିଲେ। ଭବାନୀପାଟଣା କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଜିତେନ୍ଦ୍ର ନାରାୟଣ ସିଂହଦେଓ, ପୂର୍ବତନ ବିଧାୟକ ଗୋବର୍ଦ୍ଧନ ଦାସ, ଜିଲା ସମ୍ପାଦକ ଥବିର ସାହୁ, ଗୋଲାମୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ତୁଳେଶ୍ୱର ନାଏକ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଜିଲା ସମ୍ପାଦକ ସନ୍ତୋଷ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri