ଜିଲା ବିଦ୍ୟାଳୟସ୍ତରୀୟ ଫୁଟବଲ: ସଦର ବ୍ଲକ କ୍ୱାଟର ଫାଇନାଲରେ

ଢେଙ୍କାନାଳ ଅଫିସ,୨ା୮- ଢେଙ୍କାନାଳ ଜିଲା କ୍ରୀଡା ସଂଘ ପକ୍ଷରୁ ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ବିଦ୍ୟାଳୟସ୍ତରୀୟ ଫୁଟବଲ ପ୍ରତିଯୋଗିତାର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ସଦର ବ୍ଲକ, ଭୁବନ ବ୍ଲକକୁ ଟାଇବ୍ରେକର ଜରିଆରେ ୫-୩ ଗୋଲରେ ପରାସ୍ତ କରି କ୍ୱାଟର ଫାଇନାଲରେ ପ୍ରବେଶ କରିଛି। ନିର୍ଦ୍ଧାରିତ ସମୟରେ ଦୁଇ ଦଳ ମଧ୍ୟରେ ମ୍ୟାଚ ୧-୧ ଗୋଲରେ ଅମିମାଂସିତ ରହିଥିଲା। ଏହାପରେ ଟାଇବ୍ରେକର ଜରିଆରେ ସଦର ବ୍ଲକ ବିଜୟୀ ହୋଇଥିଲା। ରେଫରୀ ପର୍ଶୁରାମ ମିଶ୍ର, ସନ୍ତୋଷ କୁମାର କାନୁନଗୋ, ଅମୁଲ୍ୟ ସାମଲ, ଅଭିଜିତ ମିଶ୍ର ପରିଚାଳନା କରିଥିଲେ। ମାୟାଧର ସାହୁ ମ୍ୟାଚ କମିଶନର ରହିଥିଲେ। ମୁଖ୍ୟଅତିଥି ଭାବେ ବରିଷ୍ଠ କ୍ରୀଡାବିତ ଦେବେନ୍ଦ୍ରନାଥ ପଟ୍ଟନାୟକ ଯୋଗ ଦେଇଥିଲେ। କ୍ରୀଡା ସଂଘ ଉପସଭାପତି ସଞ୍ଜୟ କୁମାର ଭଞ୍ଜ, ସଭ୍ୟ ଶତୃଘ୍ନ ମାଟି, ଅଜୟ କୁମାର ସ୍ବାଇଁ, ପ୍ରେମାନନ୍ଦ ବିହାରୀ, ପ୍ରତାପ ମହାନ୍ତି ଉପସ୍ଥିତ ଥିଲେ। ଶନିବାର ହିନ୍ଦୋଳ ବ୍ଲକ ଓ ମଣ୍ଟଫୋର୍ଟ ସ୍କୁଲ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ ବୋଲି କ୍ରୀଡା ସଂଘ ସମ୍ପାଦକ ନଳିନୀ କୁମାର ଦାସ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri