ଜିଲା ଭାଜପାର ମଙ୍ଗ ଧରିଲେ ନରେଶ

ଢେଙ୍କାନାଳ ଅଫିସ, ୨୨।୧୨ – ଢେଙ୍କାନାଳ ଜିଲା ଭାଜପାର ମଙ୍ଗ ଧରିଛନ୍ତି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଆଇନଜୀବୀ ନରେଶ ଚନ୍ଦ୍ର ମହାପାତ୍ର। ରାଜ୍ୟ ନେତୃମଣ୍ଡଳୀ ତାଙ୍କୁ ଜିଲା ସଭାପତି ଦାୟିତ୍ୱ ଦେଇଥିବା ଜିଲା ଉପସଭାପତି ନବକିଶୋର ଗୁରୁ ଶନିବାର ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛନ୍ତି। ଭାଜପାର ନୀତିଆଦର୍ଶ, କେନ୍ଦ୍ର ସରକାରଙ୍କ ଜନହିତକର ଯୋଜନାଗୁଡ଼ିକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ସହ ବୁଥ୍‌ସ୍ତରରେ ସଙ୍ଗଠନକୁ ସୁଦୃଢ଼ କରିବାକୁ ପ୍ରୟାସ ଜାରି ରହିବ ବୋଲି ନରେଶ ନିଜ ପ୍ରତିକ୍ରିୟାରେ କହିଛନ୍ତି। ଏଥି ଲାଗି ସେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭା ସଦସ୍ୟ ରୁଦ୍ରନାରାୟଣ ପାଣି, ପୂର୍ବତନ ଜିଲା ସଭାପତି ବିଭୂତି ଭୂଷଣ ପ୍ରଧାନ, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଭାଜପାର ଜଣେ ଆଗଧାଡ଼ିର ନେତା ଭାବେ ନରେଶ ଦୀର୍ଘଦିନ ହେଲା ଦଳ ସହିତ ଜଡ଼ିତ। ସେ ୨୦୧୩ରୁ ୨୦୧୬ ଯାଏ ଭାଜପାର ଜିଲା ସଭାପତି ରହିଥିଲେ।
ସ୍ଥାନୀୟ ଦକ୍ଷିଣକାଳୀ ରୋଡ୍‌ସ୍ଥିତ ଜିଲା ଭାଜପା କାର୍ଯ୍ୟାଳୟକୁ କେହି ତାଲା ପକାଇ ଦେଇଥିବା ଆଲୋଚନା ହେଉଛି। ଏ ନେଇ ନୂତନ ସଭାପତିଙ୍କ ଦୃଷ୍ଟି ଆକର୍ଷଣ କରାଯିବାରୁ ସେ କହିଥିଲେ, ସେଠାରେ ମଣ୍ଡଳ କାର୍ଯ୍ୟାଳୟ କରାଯିବ। ଏଥିପାଇଁ ତାଲା ପକାଯାଇଛି। ତାଲା ପକାଇଥିବା ବ୍ୟକ୍ତି ଏ ନେଇ ତାଙ୍କୁ ଜଣାଇଛନ୍ତି। ମାସକ ଭିତରେ ନିଜସ୍ବ କାର୍ଯ୍ୟାଳୟ ଉଦ୍‌ଘାଟିତ ହେବ। ଏହା ହେବା ପର୍ଯ୍ୟନ୍ତ ତାଙ୍କ ନିଜସ୍ବ ବାସଭବନରେ କାର୍ଯ୍ୟାଳୟ ଚାଲିବ ବୋଲି ନରେଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri