ଅନୁଗୋଳ ଅଫିସ, ୮।୧- ଅନୁଗୋଳ ଜିଲା ଭାଜପା କମିଟି ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଜିଲା କଳା କେନ୍ଦ୍ରଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ନୂତନ ସଭାପତି ଦୀଲେଶ୍ୱର ପ୍ରଧାନଙ୍କୁ ପୂର୍ବତନ ସଭାପତି ଭାଗୀରଥି ପ୍ରଧାନ ଦାୟିତ୍ୱ ହସ୍ତାନ୍ତର କରିବା ପରେ ନୂତନ ସଭାପତିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ଆସନ୍ତା ୧୧ ତାରିଖରେ ଅନୁଗୋଳରେ ଭାଜପା ପକ୍ଷରୁ ଏକ ଶୋଭାଯାତ୍ରା କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ଏଥିସହ ଘର ଘର ବୁଲି ଭାଜପା ନେତା, କର୍ମୀ ଲୋକଙ୍କୁ ସଚେତନ କରିବେ ବୋଲି ଜିଲା ସଭାପତି ପ୍ରଧାନ ସୂଚନା ଦେଇଥିଲେ। ଏହି ବୈଠକରେ ରାଜ୍ୟ ସିଏଏ ସଂଯୋଜକ ଚନ୍ଦ୍ର ଶେଖର ନନ୍ଦ ଜିଲାର ୩୧ଟି ମଣ୍ଡଳ ସଭାପତିଙ୍କୁ ନାଗରିକ ସଂଶୋଧନ ଆଇନ କ’ଣ ଓ ଲୋକଙ୍କୁ ଏ ନେଇ କିପରି ସଚେତନ କରାଯିବ ତାହା ବୁଝାଇଥିଲେ।
Posted inଅନୁଗୋଳ, ଆମ ଜିଲା ଖବର View All
ମୁଣ୍ଡରେ ଓଢଣା ଦେଇ ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି: ପିଣ୍ଡଦାନ ପରେ…
ଯାଜପୁର,୩।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ମଙ୍ଗଳବାର ଯାଜପୁର ଅଭିମୁଖେ ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ…
ଗଞ୍ଜାମର ୭ ପୌରସଂସ୍ଥାର ଆସନ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ: ମାର୍ଚ୍ଚ ସୁଦ୍ଧା ୩୬ ନବଗଠିତ ୱାର୍ଡ଼ ହେବ ସୀମା ନିର୍ଦ୍ଧାରଣ
ଭଞ୍ଜନଗର,୩।୨(ବାବୁଲା ପ୍ରଧାନ): ୨୦୨୭ରେ ପଞ୍ଚାୟତ ଏବଂ ପୌରସଂସ୍ଥା ଗୁଡ଼ିକର ନିର୍ବାଚନ କରିବା ପାଇଁ ସରକାର ଯୋଜନା ରଖିଛନ୍ତି। ତେଣୁ ସରକାର ବର୍ତ୍ତମାନଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟ…
ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….
ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…
ଜିଲାପାଳ, ଏସ୍ପିଙ୍କୁ ଭେଟିଲେ ମୃତଚାଷୀଙ୍କ ସମ୍ପର୍କୀୟ
ଲୋଇସିଂହା,୩।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ (କ) ଗ୍ରାମର ଯୁବଚାଷୀ ବଳରାମ ପଧାନଙ୍କ ଧାନ ବିକ୍ରି ଟଙ୍କା କେରଳ ସ୍ଥିତ ଏକ ବ୍ୟାଙ୍କ ଆକାଉଣ୍ଟରେ ଜମା…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ମା’ ଆଣିଲେ ସାଂଘାତିକ ଅଭିଯୋଗ
ଅମରପାଲି,୩।୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହରିହର ଯୋର(ଠେଙ୍ଗୋ ଡ୍ୟାମ)ଫାଣ୍ଡି ଅଞ୍ଚଳରେ ଜଣେ ହାଇସ୍କୁଲ ପଢୁଆ ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ନାବାଳିକା…
ଭାଜପା ନେତାଙ୍କ ଘର ଉପରକୁ ଆକ୍ରମଣ, ଘର ଭଙ୍ଗାରୁଜା କରି…
ମୋହନା,୩।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଭାଜପା ନେତାଙ୍କ ବାସଭବନକୁ ସଂଘବଦ୍ଧ ଆକ୍ରମଣ । ପୂର୍ବତନ ଭାଜପା ଗଜପତି ଜିଲା ସଭାପତି ତଥା ରାଜ୍ୟ କାର୍ଯ୍ୟକାରିଣୀ…
୯୮ ଥର ରକ୍ତଦାନକରି ଚର୍ଚ୍ଚାରେ କିଶୋର: ଅନେକ ଲୋକଙ୍କ ଜୀବନ…
ନୂଆପଡ଼ା,୩ା୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କୁଲିଆବନ୍ଧା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ କିଶୋର କୁମାର ପରିଡ଼ା ୯୮ ଥର ରକ୍ତଦାନକରି ଚର୍ଚ୍ଚାରେ ଅଛନ୍ତି। ସ୍ବେଚ୍ଛାକୃତ ରକ୍ତଦାନ…
୪ ପ୍ରସ୍ତାବରେ ସରକାର ରାଜି ହେଲେ ଆତ୍ମସମର୍ପଣ କରିବୁ: ସର୍ତ୍ତ ରଖିଲେ ମାଓବାଦୀ ନେତା ନିଖିଳ
ରାୟଗଡ଼ା,୩ା୨(ଆଶିଷ ରଞ୍ଜନ ପଣ୍ଡା):କେନ୍ଦ୍ର ସରକାରଙ୍କ ଗୃହ ବିଭାଗ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ମାର୍ଚ୍ଚ ୩୧ ଡେଡ୍ଲାଇନ ଦେବା ସହିତ ଭାରତୀୟ ଗଣତନ୍ତ୍ରରେ ସାମିଲ ହେବା ଲାଗି ଚେତାବନୀ…
Archives

