ଜିଲା ଭିଜିଲାନ୍ସ ଓ ମନିଟରିଂ କମିଟି ବୈଠକ

ଫୁଲବାଣୀ ଅଫିସ, ୬ା୨-ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଠ ଆଇନର ଜିଲାସ୍ତରୀୟ ଭିଜିଲାନ୍ସ ମନିଟରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଜିଲା ମଙ୍ଗଳ ଅଧିକାରୀ ଶେଷଦେବ ବେହେରା ଉପସ୍ଥିତ ରହି ବିଭିନ୍ନ ମାମଲା ଉପରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କହିଥିଲେ। ୨୦୧୭-୧୮ରେ ୩୭ଟି ଯୁଗ୍ମ ତଦନ୍ତ ରିପୋର୍ଟ ଗ୍ରହଣ କରାଯାଇଛି। ସେହିଭଳି ୨୦୧୮ ଅକ୍ଟୋବରରୁ ୨୦୨୦ ଜାନୁୟାରୀ ସୁଦ୍ଧା କନ୍ଧମାଳ ଆରକ୍ଷୀ ଅଧିକ୍ଷକଙ୍କଠାରୁ ୨୬ଟି ଯୁଗ୍ମ ତଦନ୍ତ ରିପୋର୍ଟ ମିଳିଛି। ଏପରି ମୋଟ ୬୩ ମାମଲାର ଯୁଗ୍ମ ରିପୋର୍ଟ ମିଳିଛି। କ୍ଷତିପୂରଣ ପାଇଁ ସରକାରଙ୍କ ନିକଟକୁ ପଠାଯାଇଛି। ସେହିପରି ୨୦୧୯ ମେ ମାସରୁ ୨୦୨୦ ଜାନୁୟାରୀ ମଧ୍ୟରେ ୧୫ଟି ନିର୍ଯାତନା ମାମଲା ପଞ୍ଜୀକୃତ ହୋଇଥିବା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ୨ଟି ମାମଲାରେ ଦୋଷୀଙ୍କ ବିରୋଧରେ ଚାର୍ଜସିଟ୍‌ ଦାଖଲ ହୋଇଥିବା ବେଳେ ୧୩ ମାମଲାର ତଦନ୍ତ ଚାଲିଛି। ୨୦୧୮-୧୯ ଆର୍ଥିକ ବର୍ଷରେ କ୍ଷତିପୂରଣ ବାବାଦରେ ୩୫ ଲକ୍ଷ ୮୮ ହଜାର ୭୫୦ ଟଙ୍କା ମିଳିଥିବା ବେଳେ ୨୫ ନିର୍ଯାତିତାଙ୍କୁ ୨୮ ଲକ୍ଷ ୨ ହଜାର ୫ଶହ ଟଙ୍କା ପ୍ରଦାନ କରାଯାଇଛି। କୋର୍ଟଙ୍କ ବିଚାର ଅନୁସାରେ ବଳକା ଟଙ୍କା ଦିଆଯିବ। ସେହିପରି ୨୦୧୯-୨୦ରେ ୨୩ ଜଣଙ୍କୁ ୨୩ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ କ୍ଷତିପୂରଣ ଦିଆଯାଇଛି। ୨୦୧୮-୧୯ ଓ ୨୦୧୯-୨୦ରେ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ଙ୍କ ଅଦାଲତରେ ୨୫ଟି ମାମଲାର ଫଇସଲା ହୋଇଥିବା ବେଳେ ୧୦ଟି ମାମଲା ବିଚାରାଧୀନ ରହିଛି। ୨୦୧୮-୧୯ରେ ଅସବର୍ଣ୍ଣ ବିବାହ କରିଥିବା ୬ ଦମ୍ପତିଙ୍କୁ ୫ ଲକ୍ଷ ୫୦ ହଜାର ଟଙ୍କା, ୨୦୧୯-୨୦ରେ ଗୋଟିଏ ଦମ୍ପତିଙ୍କୁ ୫୦ ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ଦିଆଯାଇଛି। ବୈଠକରେ ଉପ ଜିଲାପାଳ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ସମେତ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ପାରମ୍ପରିକ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି ସଭାଗୃହଠାରେ ‘ହିମକନ୍ୟା’ ଭାଷା, ସାହିତ୍ୟ ଓ ସାଂସ୍କୃତିକ ପରିଷଦର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି। ଏହି ପରିଷଦର ସଭାପତି…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସନ୍ଧ୍ୟାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri