ଫୁଲବାଣୀ ଅଫିସ, ୬ା୨-ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଠ ଆଇନର ଜିଲାସ୍ତରୀୟ ଭିଜିଲାନ୍ସ ମନିଟରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଜିଲା ମଙ୍ଗଳ ଅଧିକାରୀ ଶେଷଦେବ ବେହେରା ଉପସ୍ଥିତ ରହି ବିଭିନ୍ନ ମାମଲା ଉପରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କହିଥିଲେ। ୨୦୧୭-୧୮ରେ ୩୭ଟି ଯୁଗ୍ମ ତଦନ୍ତ ରିପୋର୍ଟ ଗ୍ରହଣ କରାଯାଇଛି। ସେହିଭଳି ୨୦୧୮ ଅକ୍ଟୋବରରୁ ୨୦୨୦ ଜାନୁୟାରୀ ସୁଦ୍ଧା କନ୍ଧମାଳ ଆରକ୍ଷୀ ଅଧିକ୍ଷକଙ୍କଠାରୁ ୨୬ଟି ଯୁଗ୍ମ ତଦନ୍ତ ରିପୋର୍ଟ ମିଳିଛି। ଏପରି ମୋଟ ୬୩ ମାମଲାର ଯୁଗ୍ମ ରିପୋର୍ଟ ମିଳିଛି। କ୍ଷତିପୂରଣ ପାଇଁ ସରକାରଙ୍କ ନିକଟକୁ ପଠାଯାଇଛି। ସେହିପରି ୨୦୧୯ ମେ ମାସରୁ ୨୦୨୦ ଜାନୁୟାରୀ ମଧ୍ୟରେ ୧୫ଟି ନିର୍ଯାତନା ମାମଲା ପଞ୍ଜୀକୃତ ହୋଇଥିବା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ୨ଟି ମାମଲାରେ ଦୋଷୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ ହୋଇଥିବା ବେଳେ ୧୩ ମାମଲାର ତଦନ୍ତ ଚାଲିଛି। ୨୦୧୮-୧୯ ଆର୍ଥିକ ବର୍ଷରେ କ୍ଷତିପୂରଣ ବାବାଦରେ ୩୫ ଲକ୍ଷ ୮୮ ହଜାର ୭୫୦ ଟଙ୍କା ମିଳିଥିବା ବେଳେ ୨୫ ନିର୍ଯାତିତାଙ୍କୁ ୨୮ ଲକ୍ଷ ୨ ହଜାର ୫ଶହ ଟଙ୍କା ପ୍ରଦାନ କରାଯାଇଛି। କୋର୍ଟଙ୍କ ବିଚାର ଅନୁସାରେ ବଳକା ଟଙ୍କା ଦିଆଯିବ। ସେହିପରି ୨୦୧୯-୨୦ରେ ୨୩ ଜଣଙ୍କୁ ୨୩ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ କ୍ଷତିପୂରଣ ଦିଆଯାଇଛି। ୨୦୧୮-୧୯ ଓ ୨୦୧୯-୨୦ରେ ଦୌରାଜଜ୍ ତଥା ସ୍ବତନ୍ତ୍ର ଜଜ୍ଙ୍କ ଅଦାଲତରେ ୨୫ଟି ମାମଲାର ଫଇସଲା ହୋଇଥିବା ବେଳେ ୧୦ଟି ମାମଲା ବିଚାରାଧୀନ ରହିଛି। ୨୦୧୮-୧୯ରେ ଅସବର୍ଣ୍ଣ ବିବାହ କରିଥିବା ୬ ଦମ୍ପତିଙ୍କୁ ୫ ଲକ୍ଷ ୫୦ ହଜାର ଟଙ୍କା, ୨୦୧୯-୨୦ରେ ଗୋଟିଏ ଦମ୍ପତିଙ୍କୁ ୫୦ ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ଦିଆଯାଇଛି। ବୈଠକରେ ଉପ ଜିଲାପାଳ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ସମେତ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କ୍ରିକେଟ୍ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ
ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...
ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା
ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...
ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…
ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...
ପିକ୍ନିକ୍ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍ ବଣ
ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...
Archives


