ଫୁଲବାଣୀ ଅଫିସ, ୬ା୨-ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଠ ଆଇନର ଜିଲାସ୍ତରୀୟ ଭିଜିଲାନ୍ସ ମନିଟରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଜିଲା ମଙ୍ଗଳ ଅଧିକାରୀ ଶେଷଦେବ ବେହେରା ଉପସ୍ଥିତ ରହି ବିଭିନ୍ନ ମାମଲା ଉପରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କହିଥିଲେ। ୨୦୧୭-୧୮ରେ ୩୭ଟି ଯୁଗ୍ମ ତଦନ୍ତ ରିପୋର୍ଟ ଗ୍ରହଣ କରାଯାଇଛି। ସେହିଭଳି ୨୦୧୮ ଅକ୍ଟୋବରରୁ ୨୦୨୦ ଜାନୁୟାରୀ ସୁଦ୍ଧା କନ୍ଧମାଳ ଆରକ୍ଷୀ ଅଧିକ୍ଷକଙ୍କଠାରୁ ୨୬ଟି ଯୁଗ୍ମ ତଦନ୍ତ ରିପୋର୍ଟ ମିଳିଛି। ଏପରି ମୋଟ ୬୩ ମାମଲାର ଯୁଗ୍ମ ରିପୋର୍ଟ ମିଳିଛି। କ୍ଷତିପୂରଣ ପାଇଁ ସରକାରଙ୍କ ନିକଟକୁ ପଠାଯାଇଛି। ସେହିପରି ୨୦୧୯ ମେ ମାସରୁ ୨୦୨୦ ଜାନୁୟାରୀ ମଧ୍ୟରେ ୧୫ଟି ନିର୍ଯାତନା ମାମଲା ପଞ୍ଜୀକୃତ ହୋଇଥିବା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ୨ଟି ମାମଲାରେ ଦୋଷୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ ହୋଇଥିବା ବେଳେ ୧୩ ମାମଲାର ତଦନ୍ତ ଚାଲିଛି। ୨୦୧୮-୧୯ ଆର୍ଥିକ ବର୍ଷରେ କ୍ଷତିପୂରଣ ବାବାଦରେ ୩୫ ଲକ୍ଷ ୮୮ ହଜାର ୭୫୦ ଟଙ୍କା ମିଳିଥିବା ବେଳେ ୨୫ ନିର୍ଯାତିତାଙ୍କୁ ୨୮ ଲକ୍ଷ ୨ ହଜାର ୫ଶହ ଟଙ୍କା ପ୍ରଦାନ କରାଯାଇଛି। କୋର୍ଟଙ୍କ ବିଚାର ଅନୁସାରେ ବଳକା ଟଙ୍କା ଦିଆଯିବ। ସେହିପରି ୨୦୧୯-୨୦ରେ ୨୩ ଜଣଙ୍କୁ ୨୩ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ କ୍ଷତିପୂରଣ ଦିଆଯାଇଛି। ୨୦୧୮-୧୯ ଓ ୨୦୧୯-୨୦ରେ ଦୌରାଜଜ୍ ତଥା ସ୍ବତନ୍ତ୍ର ଜଜ୍ଙ୍କ ଅଦାଲତରେ ୨୫ଟି ମାମଲାର ଫଇସଲା ହୋଇଥିବା ବେଳେ ୧୦ଟି ମାମଲା ବିଚାରାଧୀନ ରହିଛି। ୨୦୧୮-୧୯ରେ ଅସବର୍ଣ୍ଣ ବିବାହ କରିଥିବା ୬ ଦମ୍ପତିଙ୍କୁ ୫ ଲକ୍ଷ ୫୦ ହଜାର ଟଙ୍କା, ୨୦୧୯-୨୦ରେ ଗୋଟିଏ ଦମ୍ପତିଙ୍କୁ ୫୦ ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ଦିଆଯାଇଛି। ବୈଠକରେ ଉପ ଜିଲାପାଳ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ସମେତ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।
ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍: ଚାଳକ ଫେରାର, ଗୁରୁତର…
ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…
ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ
ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…
ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO
ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…
ଉତ୍ସାହିତ ଭାଜପା କର୍ମକର୍ତ୍ତା: ଗାଁ ଗାଁରେ ସରକାରୀ ଯୋଜନା ପହଞ୍ଚାଇବା ଲକ୍ଷ୍ୟ
ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ଏବେ ରାଜ୍ୟ ଓ କେନ୍ଦ୍ରରେ ଭାଜପା ସରକାର ଶାସନ କରୁଛି। ସେହିପରି କନ୍ଧମାଳ ସଂସଦୀୟ କ୍ଷେତ୍ର ମଧ୍ୟ ଭାଜପା ହାତରେ ରହିଛି। ଏହି ପ୍ରରିପ୍ରେକ୍ଷୀରେ…
କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ
ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…
ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ
ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ…
ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ
ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…
ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ
ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…
Archives

