ଜିଲା ମୁଖ୍ୟ ଚିକିତ୍ସାଳୟରେ ଲାଗିଲା ଡାକବାଜି ଯନ୍ତ୍ର:ରୋଗୀଙ୍କୁ ଦିଆଯିବ ସ୍ବାସ୍ଥ୍ୟ ସମ୍ପର୍କିତ ସୂଚନା

ଅନୁଗୋଳ ଅଫିସ, ୧୪।୧

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏଣିକି ଡାକବାଜିରେ ରୋଗୀଙ୍କୁ ସ୍ବାସ୍ଥ୍ୟ ସମ୍ପର୍କରେ ସୂଚନା ମିଳିବ। ଏଥିସହ କେଉଁ ବିଭାଗରେ କେତେବେଳେ କେଉଁ ଡାକ୍ତର ରୋଗୀ ଦେଖିବେ ସେ ନେଇ ମଧ୍ୟ ସୂଚନା ପ୍ରଦାନ କରାଯିବ। ଏଥିପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ୱାର୍ଡରେ ଲାଗିଛି ୩୦ ଡାକବାଜି ଯନ୍ତ୍ର। ଏହାର ପରିଚାଳନା ପାଇଁ ୩ଟି ସ୍ଥାନରେ କଣ୍ଟ୍ରୋଲ ରୁମ୍‌ ବ୍ୟବସ୍ଥା କରାଯାଇଥିବା ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏହି ବ୍ୟବସ୍ଥାକୁ ପବ୍ଲିକ୍‌ ଇନ୍‌ଫରମେଶନ୍‌ ଆଡରେସ୍‌ ସିଷ୍ଟମ ବୋଲି କୁହାଯାଉଛି।
ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନେ ଆଉ ଠକାମିର ଶିକାର ହେବେ ନାହିଁ କି ରୋଗୀଙ୍କୁ କୌଣସି ବ୍ୟକ୍ତି ଭୂତାଇ ପାରିବେ ନାହିଁ। ଏ ନେଇ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ନୂଆ ବ୍ୟବସ୍ଥା ଭାବେ ଲଗାଯାଇଥିବା ଡାକବାଜି ଯନ୍ତ୍ରରେ ରୋଗୀଙ୍କୁ ବିଭିନ୍ନ ସ୍ବାସ୍ଥ୍ୟ ସମ୍ପର୍କରେ ସୂଚନା ସହ ବିନାମୂଲ୍ୟରେ ମିଳୁଥିବା ସେବା ଓ କେତେବେଳେ କେଉଁ ଡାକ୍ତର ୱାର୍ଡକୁ ଯିବେ ତାହା ଜଣାଇ ଦିଆଯିବ। ମେଡିକାଲ କର୍ମଚାରୀଙ୍କୁ ମଧ୍ୟ ଜରୁରିକାଳୀନ ସୂଚନା ପ୍ରଦାନ କରାଯିବାରେ ଏହି ପବ୍ଲିକ ଇନ୍‌ଫରମେସନ୍‌ ଆଡରେସ୍‌ ସିଷ୍ଟମ ସାହାଯ୍ୟ କରିବ ବୋଲି ମେଡିକାଲ କର୍ତ୍ତୃପକ୍ଷ କହିଛନ୍ତି। ଏହା ମେଡିକାଲର ଆଉଟଡୋର ପାଖରୁ ଆରମ୍ଭ କରି ପୁରୁଷ ୱାର୍ଡ, ମହିଳା ୱାର୍ଡ, ପ୍ରସୂତି ବିଭାଗ, ସର୍ଜରୀ ୱାର୍ଡ, ଶିଶୁ ୱାର୍ଡ ସହ ୫ ମହଲା ଓ ୩ ମହଲାର ବିଭିନ୍ନ ବିଭାଗରେ ଲଗିବ। ଏ ନେଇ ମେଡିକାଲ କର୍ତ୍ତୃପକ୍ଷ ଏକ ଲକ୍ଷ ଟଙ୍କାର ବଜେଟ୍‌ କରି କାର୍ଯ୍ୟ କରୁଛନ୍ତି। ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରତି ଜିଲା ସଦର ମହକୁମାରେ ଥିବା ଚିକିତ୍ସାଳୟରେ ଏହି ବ୍ୟବସ୍ଥା କରାଯାଉଛି ବୋଲି ସୂଚନା ମିଳିଛି। ଏହି ପ୍ଲବିକ୍‌ ଇନ୍‌ଫରମେଶନ୍‌ ଆଡରେସ୍‌ ସିଷ୍ଟମ ଆସନ୍ତା ୨୬ ତାରିଖରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉଦ୍‌ଘାଟନ କରାଯିବ ବୋଲି ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଅପରପକ୍ଷରେ ଏହି ବ୍ୟବସ୍ଥା ପାଇଁ କରାଯାଇଥିବା ଟେଣ୍ଡରକୁ ନେଇ ନାନା ଚର୍ଚ୍ଚା ଆରମ୍ଭ ହୋଇଛି। ମେଡିକାଲ ପକ୍ଷରୁ ନୋଟିସ୍‌ ବୋର୍ଡରେ ଏ ନେଇ ସୂଚନା ଲଗା ନ ଯାଇ ଗୁପ୍ତ ରଖାଯାଇଥିବା କୁହାଯାଉଥିଲେ ହେଁ ସିଡିଏମ୍‌ ଅମରେନ୍ଦ୍ରନାଥ ମହାନ୍ତି ଏହାକୁ ଖଣ୍ଡନ କରିଛନ୍ତି। ନୋଟିସ୍‌ ବୋର୍ଡରେ ଲଗାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri