ଜିଲା ମୁଖ୍ୟ ଚିକିତ୍ସାଳୟରେ ଏସ୍‌ପି କଲେ ଚଢ଼ାଉ

ନୟାଗଡ଼ ଅଫିସ,୨୭।୯- ଆସନ୍ତା ଅକ୍ଟୋବର ୨ ତାରିଖରେ ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ। ଏଥିପାଇଁ ବୁଧବାର ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଆଲୋଚନା କରି ୧୫ ଦିନ ଭିତରେ ହସ୍ପିଟାଲଗୁଡ଼ିକ ଦଲାଲମୁକ୍ତ କରିବା ପାଇଁ କହିଥିଲେ। ଏହାର ପ୍ରଭାବ ଗୁରୁବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦେଖିବାକୁ ମିଳିଥିଲା। ଏସ୍‌ପି ଶଶିଭୂଷଣ ଶତପଥୀ ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ ପହଞ୍ଚତ୍ ଚଢ଼ାଉ କରିଥିଲେ। ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଘରୋଇ ଆମ୍ବୁଲାନ୍ସ ଓ ଅଟୋଗୁଡ଼ିକୁ ବାହାରିଯିବା ପାଇଁ କହିଥିଲେ। ପୁନର୍ବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ରହିଲେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଥିଲା। ଫଳରେ ସଙ୍ଗେ ସଙ୍ଗେ ସେମାନେ ମେଡ଼ିକାଲ୍‌ ପରିସରରୁ ସେମାନଙ୍କ ଗାଡ଼ି ନେଇ ପଳାଇ ଯାଇଥିଲେ। ଏହାପରେ ଜିଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ୱାର୍ଡ଼ ବୁଲି ରୋଗୀମାନଙ୍କ ସର୍ମ୍ପକୀୟ ବସିବା ପାଇଁ କୌଣସି ସ୍ଥାନ ନ ଥିବା ଏସ୍‌ପି ଦେଖିବାକୁ ପାଇଥିଲେ। ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଶ୍ୱେତ ମହାପାତ୍ରଙ୍କ ସହିତ ଆଲୋଚନା କରି ଏହାର ବନ୍ଦୋବସ୍ତ କରାଇବା ପାଇଁ କହିଥିଲେ। ମେଡ଼ିକାଲ୍‌ ପରିସର କିପରି ଦଲାଲ୍‌ମୁକ୍ତ କରାଯିବ ସେ ନେଇ ଆଲୋଚନା କରିଥିଲେ। ଦଲାଲ୍‌ମାନେ ଯେବେ ମେଡ଼ିକାଲ୍‌ ପ୍ରବେଶ କରିବେ ସେମାନଙ୍କୁ ଧରାଯାଇ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଥିଲା। ଏହିଭଳି ଚଢ଼ାଉ ଜାରି ରହିଲେ ରୋଗୀମାନେ ସରକାରଙ୍କ ବିଭିନ୍ନ ସ୍ବାସ୍ଥ୍ୟ ସେବା ଭଲ ଭାବରେ ପାଇପାରିବେ ବୋଲି ଉପସ୍ଥିତ ବ୍ୟକ୍ତିମାନେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri