ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥା: ରୋଗୀଙ୍କ ଖାଦ୍ୟରୁ ଗ୍ଲୋବ୍ସ ବାହାରିଥିବା ଚର୍ଚ୍ଚା

ଅନୁଗୋଳ ଅଫିସ, ୨୫ା୧୦- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଦିଆଯାଇଥିବା ରନ୍ଧା ଖାଦ୍ୟରୁ ଗୁରୁବାର ସନ୍ଧ୍ୟାରେ ଏକ ଗ୍ଲୋବ୍ସ ବାହାରିଥିବା ନେଇ ଜୋରଦାର ଚର୍ଚ୍ଚା ହେଉଛି। ଭାତରେ ମିଶିଯାଇଥିବା ଉକ୍ତ ଗ୍ଲୋବ୍ସ ବାନ୍ତିରେ ବାହାରିବା ପରେ ଘଟଣା ପଦାକୁ ଆସିଥିବା କୁହାଯାଉଛି। କିନ୍ତୁ ଏ ନେଇ କିଛି ଅଭିଯୋଗ କି ସୂଚନା ନ ଥିବା ସିଡିଏମ୍‌ଓ ଡାକ୍ତର ଅମରେନ୍ଦ୍ରନାଥ ମହାନ୍ତି କହିଛନ୍ତି।
ମେଡିସିନ ବିଭାଗ ମହିଳା ଓ୍ବାର୍ଡରେ ଚିକିତ୍ସାଧୀନ କେନ୍ଦ୍ରାପଡ଼ାର କୌଶଲ୍ୟା କହିଛନ୍ତି ଯେ, ତାଙ୍କୁ ସନ୍ଧ୍ୟାରେ ଦିଆଯାଇଥିବା ଭାତରେ ରବର ଗ୍ଲୋବ୍ସ ରହିଯାଇଥିଲା। ଜାଣି ନ ପାରି ସେ ଭାତ ସହ ତାହାକୁ ଖାଇ ଦେଇଥିଲେ। ହେଲେ କିଛି ସମୟ ପରେ ସେ ବାନ୍ତି କରିବାରୁ ସେଥିରେ ଉକ୍ତ ଗ୍ଲୋବ୍ସ ବାହାରି ଆସିଥିଲା। ଏ ନେଇ ୱାର୍ଡରେ ଥିବା ଡାକ୍ତରଙ୍କୁ ସେ ଅବଗତ କରିଥିଲେ। ଉକ୍ତ ଓ୍ବାର୍ଡରେ ଚିକିତ୍ସାଧୀନ ଅନ୍ୟ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ମଧ୍ୟ କୌଶଲ୍ୟାଙ୍କ ବାନ୍ତିରେ ଗ୍ଲୋବ୍ସ ବାହାରିଥିବା କହିଛନ୍ତି। ତେବେ ମେଡିକାଲକୁ ଖାଦ୍ୟ ଯୋଗାଉଥିବା ଶକ୍ତି ରଞ୍ଜନ ପ୍ରଧାନ ଘଟଣା ସମ୍ପର୍କରେ ମୁହଁ ଖୋଲି ନ ଥିବା ବେଳେ ଓ୍ବାର୍ଡରେ ଥିବା ଡାକ୍ତର ଏ ନେଇ ପ୍ରଶାସନକୁ କାହିଁକି ଜଣାଇ ନାହାନ୍ତି ତାହାକୁ ନେଇ ରୋଗୀଙ୍କ ମଧ୍ୟରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?