ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ସ୍ବାସ୍ଥ୍ୟ ପ୍ରତିନିଧି ଦଳ:ଖୁବ୍‌ଶୀଘ୍ର ମିନି ଆଇସିୟୁ, ଏଚ୍‌ଡିୟୁ

ଢେଙ୍କାନାଳ ଅଫିସ, ୧୦।୧୨

ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ୩ଜଣିଆ ପ୍ରତିନିଧି ଦଳ ସୋମବାର ଢେଙ୍କାନାଳ ଜିଲା ଚିକିତ୍ସାଳୟର ଭିତ୍ତିଭୂମି ଯାଞ୍ଚ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ଉପଦେଷ୍ଟା ତଥା ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ପି.କେ. ପ୍ରଧାନ, ସ୍ବତନ୍ତ୍ର ସଚିବ ଡା. ହର ପଟ୍ଟନାୟକ ଏବଂ ନର୍ସିଂ ବିଭାଗ ନିର୍ଦ୍ଦେଶକ ଡା. ସୁଶୀଲ କୁମାର କର ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଖାଲିପଡ଼ିଥିବା ଡାକ୍ତର, ଷ୍ଟାଫ୍‌ନର୍ସ, କର୍ମଚାରୀ ପଦବୀ ପୂରଣ, ଉନ୍ନୟନ କାର୍ଯ୍ୟ ନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ରୋଗୀଙ୍କ ସୁବିଧା ଲାଗି ଏଠାରେ ଖୁବ୍‌ଶୀଘ୍ର ମିନି ଆଇସିୟୁ ଏବଂ ପ୍ରସୂତିଙ୍କ ପାଇଁ ହାଇ ଡିପେଣ୍ଡାଣ୍ଟ ୟୁନିଟ୍‌ (ଏଚ୍‌ଡିୟୁ) କାର୍ଯ୍ୟକ୍ଷମ ହେବ ବୋଲି ପ୍ରତିନିଧିମଣ୍ଡଳୀ ସୂଚନା ଦେଇଛନ୍ତି।
ଅଧିକାରୀମାନେ ଜିଲା ଚିକିତ୍ସାଳୟର ଆଉଟ୍‌ ଡୋର, ଇସିଜି ପ୍ରକୋଷ୍ଠ, ପାଥୋଲାବ୍‌, ଏସ୍‌ଏନ୍‌ସିୟୁ, ଚକ୍ଷୁ ବିଭାଗ, ରୋଗୀ ପଞ୍ଜୀକରଣ କାଉଣ୍ଟର, ଔଷଧ ବିତରଣ କାଉଣ୍ଟର ସମେତ ବିଭିନ୍ନ ୱାର୍ଡ ବୁଲି ଦେଖିଥିଲେ। ଏଥିସହ ଆବର୍ଜନା ପରିଚାଳନା, ସ୍ବଚ୍ଛତା ଅନୁଧ୍ୟାନ କରିଥିଲେ। ଗୁରୁତର ରୋଗୀଙ୍କୁ ତ୍ୱରିତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ୩ମାସ ମଧ୍ୟରେ ୩ଶଯ୍ୟା ବିଶିଷ୍ଟ ମିନି ଆଇସିୟୁ ଖୋଲାଯିବ। ଏଥିଲାଗି ଜିଲା ମିନେରାଲ ଫଣ୍ଡରୁ ସହାୟତା ଯୋଗାଇ ଦିଆଯିବ। ସେହିପରି ଗୁରୁତର ପ୍ରସୂତିଙ୍କ ପାଇଁ ଏଚ୍‌ଡିୟୁ ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ। ରୋଗୀଙ୍କ ଭିଡ଼କୁ ନଜରରେ ରଖି ଅଧିକ ପଞ୍ଜୀକରଣ ଏବଂ ଔଷଧ ବିତରଣ କାଉଣ୍ଟର ଖୋଲାଯିବ ବୋଲି ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି।
ପ୍ରତିନିଧିମଣ୍ଡଳୀଙ୍କ ଗସ୍ତ ସମୟରେ ଅତିରିକ୍ତ ଜିଲା ଚିକିତ୍ସାଧିକାରୀ (ମେଡିକାଲ) ଡା. ସଂକଳ୍ପ କେଶରୀ ଭୋଳ, ଡିପିଏମ୍‌ ସୋନାଲି ପ୍ରିୟଦର୍ଶିନୀ, ଅଲିଭା ଆଦ୍ୟାରଶ୍ମି ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri