ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇବା ଦାବି ନେଇ ଫେବୃୟାରୀ ୧ରେ କଂଗ୍ରେସର ଅନଶନ

ବରଗଡ଼ ଅଫିସ,୩୦।୧: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି)କୁ ସ୍ଥାନାନ୍ତର ପ୍ରତିବାଦରେ ଆସନ୍ତା ଫେବୃୟାରୀ ୧ତାରିଖ ସ୍ଥାନୀୟ ଗାନ୍ଧୀଛକରେ କଂଗ୍ରେସ ୨୪ ଘଣ୍ଟିଆ ଅନଶନ କରିବ। ଅନଶନରେ କଂଗ୍ରେସ ନେତା ନିପନ କୁମାର ଦାଶ, ବ୍ରହ୍ମାନନ୍ଦ ମହାକୁଡ଼ ବସିବେ। ଗୁରୁବାର ବରଗଡ଼ ସାମ୍ବାଦିକ ସଂଘ ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କଂଗ୍ରେସ ନେତା ନିପନ କୁମାର ଦାଶ ସୂଚନା ଦେଇଛନ୍ତି। ସେହିପରି ବରଗଡ଼ବାସୀ ଲେଭେଲ-୧ କ୍ୟାନସର ହସ୍ପିଟାଲ ଦାବି କରୁଥିବା ବେଳେ ରାଜ୍ୟ ସରକାର ଲେଭେଲ-୩ କ୍ୟାନସର ହସ୍ପିଟାଲ ସ୍ଥାପନ ଆଳରେ ଭୂଆଁ ବୁଲାଇ ଚାଲିଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବରଗଡ଼ ସହର ମଧ୍ୟରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ବନ୍ଦ କରା ନ ଯାଇ ସେଠାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ କଂଗ୍ରେସ ନେତା ଦାବି କରିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତା ସୁବାସ ମଜୁମଦାର, ନିହାର ରଞ୍ଜନ ମହାନନ୍ଦ, ବ୍ରହ୍ମାନନ୍ଦ ମହାକୁଡ଼, ପାଣ୍ଡବ କର୍ଣ୍ଣ ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁକୁର୍ଲା(ଖେଦାପାଲି)ରେ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାର ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri