ଜିଲା ଯୋଗାଣ ଓ ଖାଉଟି ବିଭାଗ ପକ୍ଷରୁ ବିଭିନ୍ନ ଗୋଦାମରେ ଚଢ଼ାଉ

ବାହାନଗା,୧୧।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକର ବିଭିନ୍ନ ଗୋଦାମ ଉପରେ ଜିଲା ଯୋଗାଣ ଓ ଖାଉଟି ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। କରୋନା ଭାଇରସ୍‌ ସଂକ୍ରମଣ ନ ହେବା ପାଇଁ ସରକାର ଗତ ୨୨ତାରିଖଠାରୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକ୍ରି ଉପରେ କୌଣସି ପ୍ରତିବନ୍ଧକ ଲାଗି ନ ଥିବାରୁ କିଛି ଅସାଧୁ ବ୍ୟବସାୟୀ ଏହି ସମୟରେ ଚଢ଼ାଦରରେ ଖାଉଟିମାନଙ୍କୁ ଶୋଷଣ କରୁଥିବା ଅଭିଯୋଗ ହୋଇଥିଲା। ଏନେଇ ବାଲେଶ୍ୱର ଜିଲା ଖାଉଟି ଓ ଯୋଗାଣ ବିଭାଗ ପକ୍ଷରୁ ବାହାନଗା ବ୍ଲକର ଗୋପାଳପୁର ଆଳୁଗୋଦାମ, ଗ୍ରୋସରୀ ଦୋକାନ ଏବଂ ବାହାନଗା ଆଳୁଗୋଦାମ ଉପରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ଜିଲା ଏସିଏସ୍‌ଓ ଅନାଦି ଚରଣ ସେଠୀ, ଏମ୍‌ଆଇଆଇ (ମାର୍କେଟିଂ ଇଣ୍ଟେଲିଜେନ୍ସ ଇନ୍ସିପେକ୍ଟର) ରୀତାରାଣୀ ମାଝି ପ୍ରମୁଖ ସାମିଲ ଥିଲେ। ଯାଞ୍ଚ ସମୟରେ ସମସ୍ତ ଦୋକାନ ଓ ଗୋଦାମରେ ଥିବା ଆଳୁ ପିଆଜ, ଅଦା, ରସୁଣ, ସମେତ ଡାଲି ଚୁଡ଼ା, ତେଲ ଆଦି ଅତ୍ୟାବଶ୍ୟକୀୟ ଦର୍‌ଦାମ ଠିକ୍‌ ଥିବା ସହିତ ସରକାରୀ ମୂଲ୍ୟର ତାଲିକା ନିୟମ ଅନୁଯାୟୀ କାନ୍ଥରେ ଲଗାଯାଇଥିବା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri