ଜିଲା ଯୋଗାଣ ବିଭାଗର ଚଢ଼ାଉ: ବେଆଇନ ଗଚ୍ଛିତ ୧୩୮ ବସ୍ତା ଚାଉଳ ଜବତ

ଭଦ୍ରକ ଅଫିସ, ୧୮।୧୨: ଭଦ୍ରକ ଜିଲା ଯୋଗାଣ ବିଭାଗର ଏକ ଚାରିଜଣିଆ ଟିମ୍‌ ବୁଧବାର ଅପରାହ୍ନରେ ସଦର ବ୍ଲକ ଅଧୀନ ଦୈସିଂ ପଞ୍ଚାୟତ ଚଢ଼େୟା ଜେନାସାହିର ଏକ ଘରେ ଅଚାନକ ଚଢ଼ାଉ କରି ବେଆଇନ ଭାବେ ଗଚ୍ଛିତ ଥିବା ୧୩୮ ବସ୍ତା ଚାଉଳ ଜବତ କରିଛି। ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ମାନସ ରଞ୍ଜନ ମହାପାତ୍ର, ବନ୍ତ ଯୋଗାଣ ନିରୀକ୍ଷକ ଅଶୋକ କୁମାର ବେହେରା, ବାସୁଦେବପୁର ପୌରପାଳିକା ଯୋଗାଣ ନିରୀକ୍ଷକ ଅଜୟ କୁମାର ଦାସ ଓ ଭଦ୍ରକ ଯୋଗାଣ ନିରୀକ୍ଷକ ବାବୁଲାଲ ବାରିକ ଚଢ଼ାଉରେ ସାମିଲ ଥିଲେ। ଏହି ସାହିର ଜଣେ ବ୍ୟକ୍ତିଙ୍କ ଘରକୁ ଅନ୍ୟ ଜଣେ ବ୍ୟକ୍ତି ଭଡ଼ାରେ ନେଇ ସେଠାରେ ୧୩୮ ବସ୍ତା ତଥା ୬୯ କୁଇଣ୍ଟାଲ ଚାଉଳ ରଖିଥିଲେ ବୋଲି ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ପ୍ରାଥମିକ ସୂଚନା ଦେଇଛନ୍ତି। ଉକ୍ତ ଚାଉଳରେ ବିଭିନ୍ନ ମିଲ୍‌ର ଟ୍ୟାକ୍‌ ଲାଗିଥିବା ଚଢ଼ାଉ ବେଳେ ଏହି ଟିମ୍‌ ଜାଣିବାକୁ ପାଇଛି। ତେବେ ଏତେ ପରିମାଣର ଚାଉଳ କିଭଳି ସେଠାରେ ରଖାଗଲା ସେ ନେଇ ଜିଲା ଯୋଗାଣ ବିଭାଗ ତଦନ୍ତ କରୁଛି। ବେଆଇନ ଗଚ୍ଛିତ ହୋଇଥିବାରୁ ଉକ୍ତ ଘରକୁ ସିଲ୍‌ କରାଯାଇ ଚାଉଳକୁ ସ୍ଥାନୀୟ ଜଣେ ଡିଲରଙ୍କୁ ଜିମା ଦିଆଯାଇଛି। ଘଟଣାର ତଦନ୍ତ ପରେ ଅଧିକ ରିପୋର୍ଟ ପ୍ରଦାନ କରାଯିବ ବୋଲି ଜିଲା ଯୋଗାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଜିଳାପାଳ ଦାସଙ୍କୁ ପଚାରିବାରୁ ଘଟଣାର ତଦନ୍ତ ପରେ ବେଆଇନ ଭାବେ ଚାଉଳ ଗଚ୍ଛିତ ରଖିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri