Posted inଭଦ୍ରକ

ଜିଲା ଯୋଜନା କମିଟି ବାର୍ଷିକ ବଜେଟ: ୧୩୬୦. ୭୯ କୋଟିର ପ୍ରସ୍ତାବ ଅନୁମୋଦନ

ଭଦ୍ରକ ଅଫିସ, ୪।୧- ଭଦ୍ରକ ଜିଲା ଯୋଜନା କମିଟିର ବାର୍ଷିକ ବଜେଟ ବୈଠକ ଶୁକ୍ରବାର ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ଅଧ୍ୟକ୍ଷତାରେ ଜିଲାରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବାର୍ଷିକ ଯୋଜନାର ଖସଡ଼ା ଜିଲା ପ୍ଲାନିଂ ବିଭାଗ ପକ୍ଷରୁ ଉପସ୍ଥାପନା କରାଯାଇଥିଲା। ଚଳିତବର୍ଷ ଜିଲାରେ ୧୩୬୦ କୋଟି ୭୯ଲକ୍ଷ ୬୦ହଜାର ଟଙ୍କାର ପ୍ରସ୍ତାବ ଅନୁମୋଦନ କରାଯାଇଛି। କୃଷି ଓ ଏହାସହିତ ଅନୁବନ୍ଧିତ ବିଭାଗ ପାଇଁ ୨୭କୋଟି ୨ଲକ୍ଷ ୩୦ହଜାର, ଗ୍ରାମାଞ୍ଚଳ ଉନ୍ନୟନ ସକାଶେ ୪୩୭ କୋଟି ୭୪ ଲକ୍ଷ ୨୭ ହଜାର, ଜଳସେଚନ ଓ ବନ୍ୟା ନିୟନ୍ତ୍ରଣ ବାବଦକୁ ୧୨୬ କୋଟି ୭୪ ଲକ୍ଷ ୪୭ ହଜାର, ଶକ୍ତି ବିଭାଗ ନିମନ୍ତେ ୩ କୋଟି ୧୩ ଲକ୍ଷ ୭୩ ହଜାର, ଶିଳ୍ପ ପାଇଁ ୨କୋଟି ୭୬ଲକ୍ଷ ୪୭ ହଜାର, ପରିବହନ ସେବା ଲାଗି ୨୦୪ କୋଟି ୩୧ ଲକ୍ଷ ୩୮ ହଜାର, ବିଜ୍ଞାନ କାରିଗରୀ ଓ ପରିବେଶ ପାଇଁ ୧ କୋଟି ୯୫ ଲକ୍ଷ ୮୦ହଜାର, ସାଧାରଣ ଆର୍ଥିକ ସେବା ନିମନ୍ତେ ୨୦କୋଟି ୭୯ ଲକ୍ଷ ୨୭ ହଜାର, ସାମାଜିକ ସେବା ଲାଗି ୫୩୬ କୋଟି ୩୧ ଲକ୍ଷ ୯୧ ହଜାର ଟଙ୍କା ଏବଂ ଗୋପବନ୍ଧୁ ଗ୍ରାମୀଣ ଯୋଜନା ବାବଦରେ ୭୧ଲକ୍ଷ ୮୮ହଜାର ଟଙ୍କାର ଏକ ବାର୍ଷିକ ବ୍ୟୟ ଅଟକଳର ବଜେଟ୍‌ ବୈଠକରେ ସ୍ଥିର କରାଯାଇଛି।
ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ଧାମନଗର ବିଧାୟକ ବିଷ୍ଣୁ ସେଠୀ, ଭଦ୍ରକର ସଞ୍ଜୀବ କୁମାର ମଲ୍ଲିକ, ବାସୁଦେବପୁରର ବିଷ୍ଣୁବ୍ରତ ରାଉତରାୟ, ଭଦ୍ରକ ଏମ୍‌ପିଙ୍କ ପ୍ରତିନିଧି ତଥା ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଜିଲାପରିଷଦ ଅଧ୍ୟକ୍ଷ ଦ୍ୱିଜବର ରାଉତ, ଜିଲାପାଳ ଜ୍ଞାନରଞ୍ଜନ ଦାସ, ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ, ଜିଲା ଯୋଜନା କମିଟି ସଦସ୍ୟ ଓ ଜିଲାସ୍ତରୀୟ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ। ପ୍ରାରମ୍ଭରେ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ ରାୟ ସରକାରଙ୍କ ପକ୍ଷରୁ ଜିଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସମ୍ପର୍କରେ ସମୀକ୍ଷା କରିଥିଲେ। ସରକାରଙ୍କ ପକ୍ଷରୁ ବହୁ ଲୋକାଭିମୁଖୀ ଯୋଜନାର କାର୍ଯ୍ୟକାରିତା ତଥା ତାହାର ସୁଫଳ କିପରି ଲୋକେ ପାଇପାରିବେ ସେ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ଅସମ୍ପୂର୍ଣ୍ଣ ପ୍ରକଳ୍ପଗୁଡ଼ିକୁ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ସେ କହିଥିଲେ। ଜିଲା ଯୋଜନା ବିଭାଗର ଉପନିର୍ଦ୍ଦେଶକ ଉମେଶ ଚନ୍ଦ୍ର ମଲ୍ଲିକ ବାର୍ଷିକ ଖସଡ଼ା ଉପସ୍ଥାପନ କରିଥିଲେ। ଶେଷରେ ପ୍ରକଳ୍ପ ନିର୍ଦ୍ଦେଶକ ଦାସ ଧନ୍ୟବାଦ ଦେଇଥିଲେ। ଏହି ବୈଠକ ପୂର୍ବରୁ ଅଧ୍ୟକ୍ଷ ରାୟ ମହିଳା ସ୍ବୟଂସହାୟିକା ଗୋଷ୍ଠୀଙ୍କ ଆଦର୍ଶ ପ୍ରଦର୍ଶନୀ ଓ ବିକ୍ରୟ କେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri