ଜିଲା ଯୋଜନା କମିଟି ବୈଠକ: ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୮।୧୨-ବାଲେଶ୍ୱର ଜିଲାପରିଷଦ ସଭାଗୃହରେ ଶୁକ୍ରବାର ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଭୋଗରାଇ ବିଧାୟକ ଅନନ୍ତ ଦାସ ଅଧ୍ୟକ୍ଷତା କରିବା ସହିତ ଜିଲାର ବିକାଶ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ।
ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଭିଭାଷଣରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଜିଲାର ବିଭିନ୍ନ ଅଞ୍ଚଳରେ ଖର୍ଚ୍ଚ ପାଇଁ ୨୪ ବିଭାଗ ପକ୍ଷରୁ ପ୍ରାୟ ୨୨୪୦କୋଟି ଟଙ୍କାର ଯୋଜନା ଅଟକଳ ପ୍ରସ୍ତୁତ ହୋଇଥିବା ବୈଠକରେ ସୂଚନା ଦେଇଥିଲେ। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ସୋର ବିଧାୟକ ପର୍ଶୁରାମ ଧଡ଼ା, ଜଳେଶ୍ୱର ବିଧାୟକ ଅଶ୍ୱିନୀ ପାତ୍ର, ଜିଲାପରିଷଦ ଅଧ୍ୟକ୍ଷା ନିବେଦିତା ମହାନ୍ତି, ଜିଲା ଯୋଜନା ବୋର୍ଡ଼ ଉପାଧ୍ୟକ୍ଷା ସୁବାସିନୀ ବିଶ୍ୱାଳ, ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନା, ଭଦ୍ରକ ସାଂସଦଙ୍କ ପ୍ରତିନିଧି ଅଶ୍ୱିନୀ ମହାପାତ୍ରଙ୍କ ସମେତ ଜିଲାପରିଷଦ ସଦସ୍ୟାସଦସ୍ୟ, ବିଭିନ୍ନ ବ୍ଲକର ବିଡ଼ିଓ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଯୋଗଦେଇ ବିଭିନ୍ନ କ୍ଷେତ୍ର ଲାଗି ପ୍ରସ୍ତୁତ ହୋଇଥିବା ଯୋଜନାର ଅଟକଳ ସମ୍ପର୍କରେ ଆଲୋଚନା କରିଥିଲେ। ନିଜ ନିଜର ନିର୍ବାଚନମଣ୍ଡଳୀର ବିକାଶ ପାଇଁ ବିଧାୟକମାନେ ବୈଠକରେ ପ୍ରସ୍ତାବ ରଖିଥିଲେ। ବିଶେଷ କରି କୃଷି କ୍ଷେତ୍ରରେ ହେଉଥିବା ବିଭିନ୍ନ ଯୋଜନାର ସୁଫଳ ଚାଷୀମାନଙ୍କ ନିକଟରେ ପହଞ୍ଚାଇବା, ସମଗ୍ର ଶିକ୍ଷା ଅଭିଯାନର କାର୍ଯ୍ୟକାରିତା, ସମବାୟ, ପଶୁପାଳନ, ମତ୍ସ୍ୟ ଚାଷ, ଗ୍ରାମୀଣ ଆବାସ ଯୋଜନାରେ ହିତାଧିକାରୀମାନଙ୍କୁ ଧାର୍ଯ୍ୟ ସମୟରେ ପ୍ରୋତ୍ସାହନ ରାଶି ପ୍ରଦାନ, ଏମ୍‌ପି ଓ ବିଧାୟକ ପାଣ୍ଠିର ସୁବିନିଯୋଗ, ଜିଲାରେ ଜାରି ରହିଥିବା ବିକାଶମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା, ଜଳସେଚନ ପ୍ରକଳ୍ପଗୁଡ଼ିକୁ କାର୍ଯ୍ୟକ୍ଷମ କରିବା, ବିଦ୍ୟୁତୀକରଣ ଯୋଜନାର ସୁଫଳ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା, ହସ୍ତତନ୍ତ ଏବଂ କ୍ଷୁଦ୍ରଶିଳ୍ପର ବିକାଶ, ପାନୀୟ ଜଳଯୋଗାଣ, ସମାଜ ମଙ୍ଗଳ ବିଭାଗ ଦ୍ୱାରା ଯୋଜନା କାର୍ଯ୍ୟକାରୀ କରିବା ଲାଗି ପଦକ୍ଷେପ ନିଆଯିବା ସହତ ବିଭିନ୍ନ ପ୍ରତିବନ୍ଧକକୁ କିଭଳି ଦୂର କରାଯାଇପାରିବ ସେ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା। ସେହିପରି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପ୍ରସ୍ତାବିତ ବିଭିନ୍ନ ପ୍ରକଳ୍ପ, ସହର ବିକାଶ, ପରିମଳ, ମହିଳା ଏବଂ ଶିଶୁ ବିକାଶ, ସଂସ୍କୃତି, ଜଙ୍ଗଲ ସୁରକ୍ଷା ଆଦି ବିଭାଗ ପ୍ରସ୍ତୁତ ଯୋଜନା ସମ୍ପର୍କରେ ସଦସ୍ୟମାନେ ଆଲୋଚନା କରିଥିଲେ। ଗୃହର ନିର୍ଦ୍ଦେଶକ୍ରମେ ବିଭାଗୀୟ ଅଧିକାରୀ ନିଜ ନିଜ ବିଭାଗ ଦ୍ୱାରା ଜିଲାରେ କରାଯିବାକୁ ଥିବା ପ୍ରକଳ୍ପ ତଥା କାର୍ଯ୍ୟକ୍ରମର ତଥ୍ୟ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri