ଜିଲା ଶିକ୍ଷାଧିକାରୀଙ୍କ ଅଫିସ୍‌ ଘେରାଉ

ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବାରବାଟିଆ ଗ୍ରାମର ଜନାର୍ଦ୍ଦନ ଉଚ୍ଚବିଦ୍ୟାଳୟର ଦୁଇ ଶିକ୍ଷକଙ୍କ ବଦଳିକୁ ବିରୋଧ କରି ଛାତ୍ରୀଛାତ୍ର ଓ ଅଭିଭାବକମାନେ ଶୁକ୍ରବାର ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କ ଅଫିସ୍‌କୁ ଘେରାଉ କରିଥିଲେ। ଏହି ବଦଳି ଆଦେଶକୁ ନାକଚ କରିବା ପାଇଁ ସେମାନେ ଦାବି କରିଥିଲେ।
ଚଳିତବର୍ଷ ଉକ୍ତ ବିଦ୍ୟାଳୟର ମାଟ୍ରିକ ପରୀକ୍ଷା କେନ୍ଦ୍ର ମହାଗବ ଉଚ୍ଚବିଦ୍ୟାଳୟରେ ହୋଇଥିଲା। ଅଭିଭାବକ ଓ ଶିକ୍ଷକଙ୍କ ମିଳିତ କମିଟି ନିଷ୍ପତ୍ତି ଅନୁସାରେ ପିଲାମାନଙ୍କୁ ନେଇ ସେଠାରେ ମେସ୍‌ କରି ପରୀକ୍ଷା ଦେବାରେ ସହଯୋଗ କରିଥିଲେ। ମେସ୍‌ କାର୍ଯ୍ୟରେ ସହଯୋଗ ପାଇଁ ୩ଜଣ ଅଭିଭାବକଙ୍କୁ ମଧ୍ୟ ନିଆଯାଇଥିଲା। ସେଠାରେ ଛାତ୍ରୀଛାତ୍ରମାନଙ୍କୁ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଖେଳଶିକ୍ଷକଙ୍କୁ ବଦଳି କରାଯାଇଛି। ଶତାଧିକ ଛାତ୍ରୀଛାତ୍ର ଓ ଅଭିଭାବକ ଜାଣିପାରି ଏହାକୁ ବିରୋଧ କରିଥିଲେ। ପରେ ଉକ୍ତ ଦୁଇଶିକ୍ଷକ ଛାତ୍ରୀଛାତ୍ରଙ୍କୁ କୌଣସି ଦୁର୍ବ୍ୟବହାର କରି ନ ଥିବା ଏବଂ ତାଙ୍କର ବଦଳିକୁ ନାକଚ କରିବା ପାଇଁ ଭୋଗରାଇ ବ୍ଲକ ଶିକ୍ଷାଧିକାରୀ ଏବଂ ଜିଲା ଶିକ୍ଷାଧିକାରୀଙ୍କୁ ଲିଖିତ ଜଣାଇଥିଲେ। ଉକ୍ତ ଘଟଣାକୁ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଆଗାମୀ ଦିନରେ ବିଦ୍ୟାଳୟରୁ ଛାତ୍ରୀଛାତ୍ରଙ୍କୁ କାଢ଼ି ନେବା ସହ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିବେ ବୋଲି ଅଭିଭାବକମାନେ ଚେତାବନୀ ଦେଇଛନ୍ତି। ପ୍ରୀତି ପୂଜା ପାତ୍ର, ବର୍ଷା ରାଣି ବାରିକ, ପୂଜାରାଣୀ ଜେନା, ଶୁଭଶ୍ରୀ ଦେ, ପୂର୍ଣ୍ଣିମା ଚାନ୍ଦ, ଅମୃତା ବେହେରା, ରଶ୍ମିତା ମାଝି, ଅମ୍ବିକା ବେହୋ, ସୁମନ ଖାତୁନ, ରୋମି ଖାତୁନ, ସୁଚିସ୍ମିତା ଜେନା, ବିଷ୍ଣୁପ୍ରିୟା ମଣ୍ଡଳ, ଶୁଭଶ୍ରୀ ନାୟକ, ଲିଜାରାଣୀ ଚାନ୍ଦ, ପ୍ରଭାଞ୍ଜଳି ଜେନା, ଅର୍ଚ୍ଚନା ସାମଲ, ପ୍ରିୟଙ୍କା ଗିରି ପ୍ରମୁଖ ଘେରାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri