ଜିଲା ଶିକ୍ଷା ବ୍ୟବସ୍ଥାରେ ବିଚିତ୍ର ନୀତି : ଛୁଟିଦିନରେ ବି ପିଲାଙ୍କୁ ମଧ୍ୟାହ୍ନଭୋଜନ ଦିଆଯାଇଥିବା ଦର୍ଶାଯାଇଛି

ମାଲକାନଗିରି,୬ା୭(ଡି.ଏନ୍‌.ଏ.): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ସରକାର ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। କିନ୍ତୁ ସରକାରୀ ଛୁଟି ଦିନଗୁଡ଼ିକରେ ଏହି ବ୍ୟବସ୍ଥା ନ ଥିଲେ ମଧ୍ୟ ଶିକ୍ଷକଙ୍କ ଖାମଖିଆଲ ତଥା ଅର୍ଥଲୋଭ ଜିଲାର ଶିକ୍ଷା ବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରିଛି। ଏପରି ଅନିୟମିତତା ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବୃଡଡୁରାଲ ପଞ୍ଚାୟତ ବାଲିକୁଣ୍ଡ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଛୁଟିଦିନରେ ମଧ୍ୟ ଉକ୍ତ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଦିଆଯାଇଥିବା ବିଦ୍ୟାଳୟର ସରକାରୀ ନଥିପତ୍ରରୁ ଜଣାପଡ଼ିଛି। ସରକାରୀ ତାଲିକା ଅନୁଯାୟୀ, ଗତ ଜୁନ୍‌ ୩୦ ତାରିଖ ରବିବାର ସରକାରୀ ଛୁଟି ସତ୍ତ୍ୱେ ବାଲିକୁଣ୍ଡ ପ୍ରାଥମିକ ବଦ୍ୟାଳୟରେ ମଧ୍ୟାହ୍ନଭୋଜନ ଦିଆଯାଇଥିବା ସ୍କୁଲ କର୍ତ୍ତୃପକ୍ଷ ଶିକ୍ଷାଧିକାରୀଙ୍କୁ ମୋବାଇଲରେ ମେସେଜ ପଠାଇଛନ୍ତି। ଉକ୍ତ ଦିନ ୧୯ ଜଣ ଛାତ୍ରୀଛାତ୍ର ଉପସ୍ଥିତ ଏବଂ ମଧ୍ୟାହ୍ନଭୋଜନ ଦିଆଯାଇଥିବା ଦର୍ଶାଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏପରି ମେସେଜ୍‌ ପାଇଲା ପରେ ବ୍ଲକ କିମ୍ବା ଜିଲା ଶିକ୍ଷାଧିକାରୀ ଏ ସମ୍ବନ୍ଧରେ କୌଣସି ପ୍ରଶ୍ନ ଉଠାଇନାହାନ୍ତି। ଘଟଣା ସମ୍ବନ୍ଧରେ ଶିକ୍ଷା ବିଭାଗର ପଦାଧିକାରୀ ଏବଂ ଜିଲାପାଳ ଉକ୍ତ ଗ୍ରାମକୁ ଯାଇ ସେହି ଗ୍ରାମର ଅଭିଭାବକ ଛାତ୍ରୀଛାତ୍ର ଏବଂ ସ୍କୁଲ ବିଦ୍ୟାଳୟର ନଥିପତ୍ର ଯାଞ୍ଚ କଲେ ଅନେକ ଅନିୟମିତତା ଲୋକଲୋଚନକୁ ଆସିପାରିବ ବୋଲି ସାଧାରଣରେ ଦାବି ହୋଇଛି। ଏ ନେଇ ଜିଲା ଶିକ୍ଷାଧିକାରୀଙ୍କ ସହ ଯୋଗାଯୋଗ ହୋଇ ପାରି ନ ଥିବାରୁ ତାଙ୍କର ପ୍ରତିକ୍ରିୟା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri