ଜିଲା ସଂସ୍କୃତି ପରିଷଦର ସାଧାରଣ ପରିଷଦ ବୈଠକ: ଫେବୃୟାରୀ ୭ରୁ ଜିଲା ମହୋତ୍ସବ

ଅନୁଗୋଳ ଅଫିସ, ୧୧।୧ – ଅଷ୍ଟମ ଜିଲା ମହୋତ୍ସବ ପାଳନ ପାଇଁ ଜିଲା ସଂସ୍କୃତି ପରିଷଦର ସାଧାରଣ ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏଥିରେ ଅଧ୍ୟକ୍ଷତା କରିବା ସହ ପୂର୍ବବର୍ଷ ଭଳି ଚଳିତ ବର୍ଷ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ମହୋତ୍ସବର ନୋଡାଲ ଅଧିକାରୀ ଭାବେ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା।
ଜିଲା ମହୋତ୍ସବ ଆସନ୍ତା ଫେବୃୟାରୀ ୭ରୁ ୯ ପର୍ଯ୍ୟନ୍ତ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ୧୧ ତାରିଖରୁ ୫ ଦିନ ଧରି ଓର୍‌ମାସ ଦ୍ୱାରା ପଲ୍ଲିଶ୍ରୀମେଳା ଓ ଜିଲା ଉନ୍ନୟନ ପ୍ରଦର୍ଶନୀର ଆୟୋଜନ କରାଯିବ। ଏହି ଅବସରରେ ବାଲୁକା କଳା, କବି ସମ୍ମିଳନୀ, ଯୋଗ ଓ ପ୍ରାଣାୟମ ଶିବିର ସହ ଚିତ୍ରକଳା ପ୍ରଦର୍ଶନୀ ଆୟୋଜନ କରାଯିବ। ଜାନୁୟାରୀ ୩୦ ତାରିଖରେ ମଶାଲ ଶୋଭାଯାତ୍ରା ସହ ମହୋତ୍ସବର ଶୁଭାରମ୍ଭ କରାଯିବ। ଆଠମଲ୍ଲିକର ଦେଉଳଝରୀ, ପାଲଲହଡ଼ାର ଖୁଲୁଡ଼ି ଓ ଟିକରପଡ଼ାର ଶିବ ମନ୍ଦିରରୁ ମଶାଲ ଆସି ମା’ ହିଙ୍ଗୁଲାଙ୍କ ପୀଠରେ ଏକତ୍ରିତ ହୋଇ ସେଠାରୁ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ଠାରେ ମହେତ୍ସବ ପର୍ଯ୍ୟନ୍ତ ରହିବ। କଲିକତାର ପୂର୍ବାଞ୍ଚଳ ସାଂସ୍କୃତିକ ପରିଷଦ, ସଂସ୍କୃତି ବିଭାଗ ଓ ପର୍ଯ୍ୟଟନ ବିଭାଗ ସମେତ ରାଜ୍ୟ ତଥା ରାଜ୍ୟ ବାହାରର ପ୍ରତିଷ୍ଠିତ ଲୋକନୃତ୍ୟ ଦଳ ଏଥିରେ ଅଂଶ ଗ୍ରହଣ କରିବେ। ଅନୁଗୋଳ ମାଟିର ସନ୍ତାନ ଓ ଜିଲା ପ୍ରତି ଥିବା ଅବଦାନକୁ ନେଇ ଅନୁଗୋଳ ଗୌରବ ସମ୍ମାନ ପ୍ରଦାନ କରାଯିବ। ଜିଲା ମହୋତ୍ସବ ପୂର୍ବରୁ ସମସ୍ତ ବ୍ଲକ ଓ ପୌରାଞ୍ଚଳରେ ମହୋତ୍ସବ କରି ଶ୍ରେଷ୍ଠ ଦଳକୁ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ସ୍ଥିର କରାଯାଇଥିଲା। ମହୋତ୍ସବର ସୁପରିଚାଳନା ପାଇଁ ଭିନ୍ନ ଭିନ୍ନ କୋର୍‌ କମିଟି ଗଠନ କରାଯାଇ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ୱ ଅର୍ପଣ କରାଯିବ ବୋଲି ଜିଲାପାଳ ପ୍ରକାଶ କରିଥିଲେ। ଜଳ ସଂରକ୍ଷଣକୁ ଚଳିତ ବର୍ଷ ଜିଲା ମହୋତ୍ସବର ବାର୍ତ୍ତା ଭାବେ ସ୍ଥିର କରାଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଯଦୁନାଥ ହଁାସଦା, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ଓ ଜିଲା ସଂସ୍କୃତି ଅଧିକାରୀ ଜଗଦୀଶ ରାୟଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ସାମାଜିକ କର୍ମୀ ଓ ବିଭିନ୍ନ ସଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତା ଓ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗଦେଇଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri