ଜିଲା ସଂସ୍କୃତି ପରିଷଦର ସାଧାରଣ ପରିଷଦ ବୈଠକ: ଫେବୃୟାରୀ ୭ରୁ ଜିଲା ମହୋତ୍ସବ

ଅନୁଗୋଳ ଅଫିସ, ୧୧।୧ – ଅଷ୍ଟମ ଜିଲା ମହୋତ୍ସବ ପାଳନ ପାଇଁ ଜିଲା ସଂସ୍କୃତି ପରିଷଦର ସାଧାରଣ ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏଥିରେ ଅଧ୍ୟକ୍ଷତା କରିବା ସହ ପୂର୍ବବର୍ଷ ଭଳି ଚଳିତ ବର୍ଷ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ମହୋତ୍ସବର ନୋଡାଲ ଅଧିକାରୀ ଭାବେ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା।
ଜିଲା ମହୋତ୍ସବ ଆସନ୍ତା ଫେବୃୟାରୀ ୭ରୁ ୯ ପର୍ଯ୍ୟନ୍ତ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ୧୧ ତାରିଖରୁ ୫ ଦିନ ଧରି ଓର୍‌ମାସ ଦ୍ୱାରା ପଲ୍ଲିଶ୍ରୀମେଳା ଓ ଜିଲା ଉନ୍ନୟନ ପ୍ରଦର୍ଶନୀର ଆୟୋଜନ କରାଯିବ। ଏହି ଅବସରରେ ବାଲୁକା କଳା, କବି ସମ୍ମିଳନୀ, ଯୋଗ ଓ ପ୍ରାଣାୟମ ଶିବିର ସହ ଚିତ୍ରକଳା ପ୍ରଦର୍ଶନୀ ଆୟୋଜନ କରାଯିବ। ଜାନୁୟାରୀ ୩୦ ତାରିଖରେ ମଶାଲ ଶୋଭାଯାତ୍ରା ସହ ମହୋତ୍ସବର ଶୁଭାରମ୍ଭ କରାଯିବ। ଆଠମଲ୍ଲିକର ଦେଉଳଝରୀ, ପାଲଲହଡ଼ାର ଖୁଲୁଡ଼ି ଓ ଟିକରପଡ଼ାର ଶିବ ମନ୍ଦିରରୁ ମଶାଲ ଆସି ମା’ ହିଙ୍ଗୁଲାଙ୍କ ପୀଠରେ ଏକତ୍ରିତ ହୋଇ ସେଠାରୁ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ଠାରେ ମହେତ୍ସବ ପର୍ଯ୍ୟନ୍ତ ରହିବ। କଲିକତାର ପୂର୍ବାଞ୍ଚଳ ସାଂସ୍କୃତିକ ପରିଷଦ, ସଂସ୍କୃତି ବିଭାଗ ଓ ପର୍ଯ୍ୟଟନ ବିଭାଗ ସମେତ ରାଜ୍ୟ ତଥା ରାଜ୍ୟ ବାହାରର ପ୍ରତିଷ୍ଠିତ ଲୋକନୃତ୍ୟ ଦଳ ଏଥିରେ ଅଂଶ ଗ୍ରହଣ କରିବେ। ଅନୁଗୋଳ ମାଟିର ସନ୍ତାନ ଓ ଜିଲା ପ୍ରତି ଥିବା ଅବଦାନକୁ ନେଇ ଅନୁଗୋଳ ଗୌରବ ସମ୍ମାନ ପ୍ରଦାନ କରାଯିବ। ଜିଲା ମହୋତ୍ସବ ପୂର୍ବରୁ ସମସ୍ତ ବ୍ଲକ ଓ ପୌରାଞ୍ଚଳରେ ମହୋତ୍ସବ କରି ଶ୍ରେଷ୍ଠ ଦଳକୁ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ସ୍ଥିର କରାଯାଇଥିଲା। ମହୋତ୍ସବର ସୁପରିଚାଳନା ପାଇଁ ଭିନ୍ନ ଭିନ୍ନ କୋର୍‌ କମିଟି ଗଠନ କରାଯାଇ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ୱ ଅର୍ପଣ କରାଯିବ ବୋଲି ଜିଲାପାଳ ପ୍ରକାଶ କରିଥିଲେ। ଜଳ ସଂରକ୍ଷଣକୁ ଚଳିତ ବର୍ଷ ଜିଲା ମହୋତ୍ସବର ବାର୍ତ୍ତା ଭାବେ ସ୍ଥିର କରାଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଯଦୁନାଥ ହଁାସଦା, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ଓ ଜିଲା ସଂସ୍କୃତି ଅଧିକାରୀ ଜଗଦୀଶ ରାୟଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ସାମାଜିକ କର୍ମୀ ଓ ବିଭିନ୍ନ ସଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତା ଓ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗଦେଇଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri