ଜିଲା ସଡ଼କ ସୁରକ୍ଷା ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୨୪ା୮: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଡ଼କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ଜିଲାର ସଡ଼କ ସୁରକ୍ଷା ସମ୍ବନ୍ଧୀୟ ସମସ୍ୟା, ଗମନାଗମନ, ରାସ୍ତାଘାଟ ପରିସ୍ଥିତି, ମୃତ୍ୟୁଜନିତ ଦୁର୍ଘଟଣା, ସ୍କୁଲ ଓ କଲେଜ ଛାତ୍ରୀଛାତ୍ରଙ୍କ ଯିବାଆସିବା ବ୍ୟବସ୍ଥା, ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କ ତତ୍କାଳ ଚିକିତ୍ସା ବିଷୟରେ ସୂଚନା ପ୍ରଦାନ କରିବା ଲାଗି ଆଞ୍ଚଳିକ ପରିବହନ ଅଧିକାରୀ ପ୍ରତାପ ପ୍ରୀତିମୟଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ନୟାଗଡ଼ ପୌରପାଳିକା ଅଧିକାରୀ, ରାସ୍ତା ଓ ଗୃହନିର୍ମାଣ ବିଭାଗକୁ ସହରରେ ଗାଡ଼ି ପାର୍କିଂ ନିମନ୍ତେ ଜାଗା ଚିହ୍ନଟ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସହରାଞ୍ଚଳରେ ଜନସାଧାରଣଙ୍କ ସୂଚନା ପାଇଁ ବିଭିନ୍ନ ପ୍ରକାର ସଡ଼କ ସୁରକ୍ଷା ସାଇନ୍‌ ବୋର୍ଡ଼ ଲଗାଇବାକୁ ପରିବହନ ଅଧିକାରୀଙ୍କୁ କୁହାଯାଇଥିଲା। ରାସ୍ତା ଅବରୋଧ କରୁଥିବା ଗାଡ଼ି ଓ ବୁଲାବିକାଳିଙ୍କୁ ତୁରନ୍ତ ହଟାଇବା ପାଇଁ ପୋଲିସ ଅଧିକାରୀମାନେ ତପତ୍ରତା ଦେଖାଇବା ଲାଗି କୁହାଯାଇଥିଲା। ବୈଠକରେ ଉପସ୍ଥିତ ଥିବା ଏସ୍‌ପି ଶଶିଭୂଷଣ ଶତପଥୀ ସଡ଼କ ସୁରକ୍ଷାରେ ପୋଲିସ ସହଯୋଗ କରିବେ ବୋଲି ସହମତି ପ୍ରକାଶ କରିଥିଲେ। ଜିଲାରେ ଚଳିତବର୍ଷ ୬୭ ଦୁର୍ଘଟଣା ଘଟିଥିବାବେଳେ ଅଧିକାଂଶ ବେପରୁଆ ଗାଡ଼ି ଚାଳନା ଯୋଗୁ ହୋଇଥିବା ବୈଠକରେ ସୂଚନା ଦିଆଯାଇଥିଲା। ଅନେକ ସ୍ଥାନରେ ରାସ୍ତା କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବାରୁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଥିବା ଉପସ୍ଥିତ ସଭ୍ୟମାନେ ଦର୍ଶାଇଥିଲେ। ଜିଲାପାଳ ଟୁଡ଼ୁ ରାସ୍ତା ନିର୍ମାଣ ବିଭାଗ ଅଧିକାରୀଙ୍କୁ ସମୟସୀମା ମଧ୍ୟରେ କାର୍ଯ୍ୟ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସେହିଭଳି ମଦ୍ୟପାନ କରି ଗାଡ଼ି ଚଲାଉଥିବାରୁ ଅବକାରୀ ବିଭାଗ ଚୋରା ମଦ ଚାଲାଣ ଓ ବେଆଇନ ମଦ ବିକ୍ରି ଉପରେ ଲଗାମ ଲଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାନାମାକୁ ପାଳନ କରିବା ପାଇଁ ସମସ୍ତ ସ୍କୁଲ, କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଇବା ଲାଗି ଜିଲାପାଳ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଛାତ୍ରୀଛାତ୍ରଙ୍କୁ ଅସୁରକ୍ଷିତ ଭାବେ ପରିବହନ କରୁଥିବା ଗାଡ଼ି, ଅଟୋ ରିକ୍ସା ଓ ଅନ୍ୟ ମିନି ବସ୍‌ଗୁଡ଼ିକ ଜବତ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ଓଭରଲୋଡ଼ିଂ ଓ ବିପଦସଙ୍କୁଳ ଯାତ୍ରା କରୁଥିବା ଗାଡ଼ି ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯିବା ଲାଗି ଆଲୋଚନା ହୋଇଥିଲା। ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ, ଘରୋଇ ବସ୍‌ ମାଲିକ ସଂଘ କର୍ମକର୍ତ୍ତା, ଟ୍ରକ୍‌ ମାଲିକ ସଂଘ କର୍ମକର୍ତ୍ତା, ସାମାଜିକ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri